ବାଳସୁଧାର ଗୃହରେ ପୁଣି ୫ ଅନ୍ତେବାସୀ କରୋନା ପଜିଟିଭ୍‌

ବ୍ରହ୍ମପୁର,୩ା୮: ବ୍ରହ୍ମପୁର ମଣ୍ଡଳକାରାଗାର ପରେ ଏବେ ଜରଡ଼ା ବଙ୍ଗଳା ରାସ୍ତାରେ ଥିବା ବାଳସୁଧାର ଗୃହ (ପର୍ଯ୍ୟବେକ୍ଷଣ ଆବାସ ଓ ସ୍ବତନ୍ତ୍ର ଆବାସ)ରେ ଗତ ୧ ତାରିଖରେ ୪୫ ଜଣ ଅନ୍ତେବାସୀଙ୍କ କରୋନା ପଜିଟିଭ୍‌ ରିପୋର୍ଟ ଆସିଥିବା ବେଳେ ସୋମବାର ପୁଣି ୫ ଅନ୍ତେବାସୀଙ୍କ କରୋନା ରିପୋର୍ଟ ପଜିଟିଭ୍‌ ଆସିଛି। ଏନେଇ ଜିଲା ଶିଶୁ ସୁରକ୍ଷା ଅଧିକାରୀ (ଡିସିପିଓ) ସୁବୋଧ ଷଡ଼ଙ୍ଗୀ ସୂଚନା ଦେଇଛନ୍ତି। ବାଳସୁଧାର ଗୃହରେ ଥିବା ୫୦ ଜଣ ଅନ୍ତେବାସୀ ବର୍ତ୍ତମାନ ସୁଦ୍ଧା କରୋନାରେ ଆକ୍ରାନ୍ତ ହୋଇସାରିଲେଣି ବୋଲି ସେ କହିଛନ୍ତି। ସମସ୍ତ ଅନ୍ତେବାସୀଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇ ଚିକିତ୍ସା ଆରମ୍ଭ କରାଯାଇଥିବା ସୂଚନା ମିଳିଛି। ଘଟଣା ପରେ ଡିସିପିଓ ଷଡ଼ଙ୍ଗୀ ବାଳ ସୁଧାର ଗୃହର ସ୍ଥିତି ଅନୁଧ୍ୟାନ କରିଛନ୍ତି। ସେହିପରି ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟରୁ ଜଣେ ଡାକ୍ତରଙ୍କୁ ଡେପୁଟେଶନରେ ବାଳସୁଧାର ଗୃହକୁ ପଠାଯାଇଛି। ପ୍ରଥମ ପର୍ଯ୍ୟାୟରେ ଆକ୍ରାନ୍ତ ହୋଇଥିବା ଅନ୍ତେବାସୀଙ୍କୁ ୫ ଦିନ ପାଇଁ ଔଷଧ ପ୍ରଦାନ କରାଯାଇଛି । ସେମାନଙ୍କ ମଧ୍ୟରୁ ଜଣେ ସୁସ୍ଥ ହୋଇଥିବା ନେଇ ଡିସିପିଓ ସୂଚନା ଦେଇଛନ୍ତି। ଅନ୍ୟପଟେ ଉକ୍ତ ସୁଧାର ଗୃହର କିଛି କର୍ମଚାରୀଙ୍କୁ ଜ୍ୱର,ଥଣ୍ଡା ହୋଇଥିବା ଜଣାପଡ଼ିଛି। ତେଣୁ ଖୁବ୍‌ଶୀଘ୍ର ସମସ୍ତ କର୍ମଚାରୀଙ୍କ କୋଭିଡ୍‌ ପରୀକ୍ଷା କରାଯିବ ବୋଲି ସେ କହିଛନ୍ତି। ସେହିପରି ଉକ୍ତ କର୍ମଚାରୀଙ୍କ ବଦଳରେ ଆବଶ୍ୟକ କର୍ମଚାରୀ ଯୋଗାଇବା ପାଇଁ ସୁଧାର ଗୃହ ଅଧୀକ୍ଷକ ପି.କେ.ହାରା ବ୍ରହ୍ମପୁର ଏସ୍‌ପି ଓ ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିବା ସୂଚନା ମିଳିଛି।

 


Enter your email to get our daily news in your inbox.

All Right Reserved By Dharitri.Com

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri