କଟକ ସହରରୁ ପୁଣି ୫୭ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୨୬।୭-କଟକ ସହରରୁ ରବିବାର ପୁଣି ୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୪୯ ଜଣ କ୍ୱାରାଣ୍ଟାଇନ ଏବଂ ୮ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏ ନେଇ କଟକ ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି। ଦରଘା ବଜାର, ବେହେରା ସାହି ମାଲଗୋଦାମ, ରେଭେନ୍ସା ୟୁନିଭର୍ସିଟି, ଶଙ୍କରପୁର, ତୁଳସୀପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ଓଡିଆ ବଜାରରୁ ଜଣେ କରୋନା ଯୋଦ୍ଧାଙ୍କ ସମେତ ଆଉ ୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନେ ସମସ୍ତେ ସ୍ଥାନୀୟ ସଂକ୍ରମିତ ବୋଲି ସିଏମସି ପକ୍ଷରୁ କୁହାଯାଇଛି।
ସେହିପରି ହୋମ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ପୁରୁଣା ରାଉସାପାଟଣାରୁ ୧୧ ଜଣ, ଖଟବିନ ସାହିରୁ ସର୍ବାଧିକ ୧୪ ଜଣ, ଶେଖ ବଜାରରୁ ୮, ତନ୍ତି ସାହିରୁ ୨, ଷଷ୍ଠ ବାଟାଲିୟନରୁ ଜଣେ ଆକ୍ରାନ୍ତ ଥିବା ସୂଚନା ମିଳିଛି। ଏହାକୁ ମିଶାଇ କଟକ ସହରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୭୧ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୨୯୬ ଜଣ ସୁସ୍ଥ ହୋଇଥିବା ବେଳେ ୩୬୭ ଜଣ ଚିକିତ୍ସାଧୀନ ଅଛନ୍ତି। ଏଥିସହ ସହରରେ ୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri