ରାଜ୍ୟରେ ପୁଣି ୫୯୪ କରୋନା ପଜିଟିଭ୍‌ ଚିହ୍ନଟ, ୧୪ ମୃତ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ରାଜ୍ୟରେ ପୁଣି ୫୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୪ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩୪୩ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୫୧ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୧୭ ହଜାର ୨୩୯ରେ ପହଞ୍ଚିଛି। ଶୁକ୍ରବାର ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୬ ଜଣ ଥିବା ବେଳେ ଅନୁଗୋଳରୁ ୩୭, ବାଲେଶ୍ୱରରୁ ୩୪, ବରଗଡ଼ରୁ ୧୪ , ଭଦ୍ରକରୁ ୧୧, ବଲାଙ୍ଗୀରରୁ ୪୨, ବୌଦ୍ଧରୁ ୩, କଟକରୁ ୫୫ , ଦେବଗଡ଼ରୁ ୩, ଢେଙ୍କାନାଳରୁ ୨, ଗଜପତିରୁ ୧ ଓ ଗଞ୍ଜାମରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଜଗତ୍‌ସିଂହପୁରରୁ ୨୪, ଯାଜପୁରର ୧୦ , ଝାରସୁଗୁଡ଼ାରୁ ୨୭, କଳାହାଣ୍ଡିରୁ ୨୦ , କନ୍ଧମାଳରୁ ୭, କେନ୍ଦ୍ରାପଡ଼ାରୁ ୧୬, କେନ୍ଦୁଝରରୁ ୧୯, ମାଲକାନଗିରିରୁ ୬, ମୟୂରଭଞ୍ଜରୁ ୪୨ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୧ , ନୟାଗଡ଼ରୁ ୪, ନୂଆପଡ଼ାରୁ ୨୫, ପୁରୀରୁ ୩୭, ରାୟଗଡ଼ାରୁ ୫, ସମ୍ବଲପୁରରୁ ୧୭ ଓ ସୁବର୍ଣ୍ଣପୁରରୁ ୩ ଓ ସୁନ୍ଦରଗଡ଼ରୁ ୫୫ ଆକ୍ରାନ୍ତ ଅଛନ୍ତି।
ସେହପରି ରାଜ୍ୟରେ ଶୁକ୍ରବାର କରୋନା ଆଉ ୧୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୭୧୮କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ତେବେ ରାଜ୍ୟରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା କମୁଥିବା ବେଳେ କରୋନା ମୃତ୍ୟୁ ହାର କମିବାର ନାଁ ନେଉନି। ଯାହାକି ଚିନ୍ତାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଶିଶୁ ଫର୍ମୁଲା ଫୁଡ୍ ମାମଲାରେ ନେସଲେ ଇଣ୍ଡିଆ ବିରୋଧରେ କାର୍ଯ୍ୟାନୁଷ୍ଠାନ, FSSAI ଉଠାଇଲା କଠୋର ପଦକ୍ଷେପ

ନୂଆଦିଲ୍ଲୀ,୧୮।୯: ଶିଶୁମାନଙ୍କ ପାଇଁ ବ୍ୟବହୃତ ହେଉଥିବା ଫର୍ମୁଲା ଫୁଡ୍ (Infant Formula Food) ର ବିଜ୍ଞାପନ ଓ ପୋଷକ ତତ୍ତ୍ୱର ଗୁଣବତ୍ତାକୁ ନେଇ ଖାଦ୍ୟ ସୁରକ୍ଷା ଓ…

ନନ୍ଦୀଗ୍ରାମ ଉପନିର୍ବାଚନରେ ହାଇଡ୍ରାମା: ମମତାଙ୍କ ସମର୍ଥନ ମିଳିବାର କିଛି ଘଣ୍ଟା ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଗିରଫ

କୋଲକାତା,୧୮।୯: ପଶ୍ଚିମବଙ୍ଗର ଚର୍ଚ୍ଚିତ ନନ୍ଦୀଗ୍ରାମ ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ ରାଜନୈତିକ ପାରଦ ବୃଦ୍ଧି ପାଇବାରେ ଲାଗିଛି। ତୃଣମୂଳ କଂଗ୍ରେସ (TMC) ପ୍ରାର୍ଥୀ ନାମପତ୍ର ପ୍ରତ୍ୟାହାର କରିବା,…

ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ ମହଙ୍ଗା ପଡ଼ିଲା ପ୍ରଧାନଶିକ୍ଷକ ନିଲମ୍ବିତ

ପାତ୍ରପୁର, ୧୮ା୯(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଣ୍ଡୁରା ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ୱନାଥ ପ୍ରଧାନଙ୍କୁ ସମୟ ପୂର୍ବରୁ ବିଦ୍ୟାଳୟ…

ଛତ୍ରପୁର କଲେଜ ଛକରେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଲା ଦ୍ରୁତଗାମୀ ଟ୍ରକ୍‌

ଛତ୍ରପୁର, ୧୮/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର କଲେଜ ଛକରେ ଗୁରୁବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍‌ ସ୍କୁଟିକୁ ଧକ୍କା…

୩୩ ଫିଲ୍ମକୁ ପଛରେ ପକାଇ ଓସ୍କାର ଗଲା ‘ଗୋନ୍ଧଳ’; ମିଳିଲା ଅଫିସିଆଲ୍ ଟିକେଟ୍!

ନୂଆଦିଲ୍ଲୀ: ୯୯ତମ ଏକାଡେମୀ ଆୱାର୍ଡ (ଓସ୍କାର ୨୦୨୭) ପାଇଁ ଭାରତରୁ ଅଫିସିଆଲ ଏଣ୍ଟ୍ରି କରିଛି ମରାଠୀ ଫିଲ୍ମ ‘ଗୋନ୍ଧଳ’। ଫିଲ୍ମ ଫେଡେରେସନ ଅଫ ଇଣ୍ଡିଆ ଏବଂ ଇମ୍ପାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?