ରାଜ୍ୟରେ ପୁଣି ୫୯୪ କରୋନା ପଜିଟିଭ୍‌ ଚିହ୍ନଟ, ୧୪ ମୃତ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ରାଜ୍ୟରେ ପୁଣି ୫୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୪ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩୪୩ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୫୧ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୧୭ ହଜାର ୨୩୯ରେ ପହଞ୍ଚିଛି। ଶୁକ୍ରବାର ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୬ ଜଣ ଥିବା ବେଳେ ଅନୁଗୋଳରୁ ୩୭, ବାଲେଶ୍ୱରରୁ ୩୪, ବରଗଡ଼ରୁ ୧୪ , ଭଦ୍ରକରୁ ୧୧, ବଲାଙ୍ଗୀରରୁ ୪୨, ବୌଦ୍ଧରୁ ୩, କଟକରୁ ୫୫ , ଦେବଗଡ଼ରୁ ୩, ଢେଙ୍କାନାଳରୁ ୨, ଗଜପତିରୁ ୧ ଓ ଗଞ୍ଜାମରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଜଗତ୍‌ସିଂହପୁରରୁ ୨୪, ଯାଜପୁରର ୧୦ , ଝାରସୁଗୁଡ଼ାରୁ ୨୭, କଳାହାଣ୍ଡିରୁ ୨୦ , କନ୍ଧମାଳରୁ ୭, କେନ୍ଦ୍ରାପଡ଼ାରୁ ୧୬, କେନ୍ଦୁଝରରୁ ୧୯, ମାଲକାନଗିରିରୁ ୬, ମୟୂରଭଞ୍ଜରୁ ୪୨ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୧ , ନୟାଗଡ଼ରୁ ୪, ନୂଆପଡ଼ାରୁ ୨୫, ପୁରୀରୁ ୩୭, ରାୟଗଡ଼ାରୁ ୫, ସମ୍ବଲପୁରରୁ ୧୭ ଓ ସୁବର୍ଣ୍ଣପୁରରୁ ୩ ଓ ସୁନ୍ଦରଗଡ଼ରୁ ୫୫ ଆକ୍ରାନ୍ତ ଅଛନ୍ତି।
ସେହପରି ରାଜ୍ୟରେ ଶୁକ୍ରବାର କରୋନା ଆଉ ୧୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୭୧୮କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ତେବେ ରାଜ୍ୟରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା କମୁଥିବା ବେଳେ କରୋନା ମୃତ୍ୟୁ ହାର କମିବାର ନାଁ ନେଉନି। ଯାହାକି ଚିନ୍ତାର ବିଷୟ ହୋଇଛି।