ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୬୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୨ଲକ୍ଷ ୭୯ ହଜାର ୯୧୦ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୩୬, କଟକରୁ ୭ ଏବଂ ନୂଆପଡ଼ାରୁ ୬ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୩, ଜଗତ୍‌ସିଂହପୁରରୁ ୧, ଷ୍ଟେଟ୍‌ ପୁଲ୍‌ରୁ ୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।