ଅସମ୍ଭାଳ ତାତିରୁ ଆହୁରି ୮ ଦିନତାତି ନିସ୍ତାର ନାହିଁ

ଭୁବନେଶ୍ୱର,୨ା୬(ବ୍ୟୁରୋ): ସକାଳ ହେବା ମାତ୍ରେ ମାଡ଼ିଆସୁଛି ପ୍ରଚଣ୍ଡ ଗ୍ରୀଷ୍ମ । ଦିନ ବଢ଼ିବା ସାଙ୍ଗକୁ ତାତି ଅସହ୍ୟ ହେଉଛି। ସକାଳ ୮ଟାରୁ ପାରଦ ୩୩ ଡିଗ୍ରୀ ଟପିଯାଉଛି। ମଧ୍ୟାହ୍ନକୁ ୪୦ ଡିଗ୍ରୀ ପାରହୋଇ ଯାଉଛି। ଗରମ ସାଙ୍ଗକୁ ଗୁଳୁଗୁଳି ଅଣନିଃଶ୍ୱାସୀ କରିଦେଉଛି। ଶୁକ୍ରବାର ତାତି ଆହୁରି ଅସହ୍ୟ ହୋଇଛି। ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୪ ଡିଗ୍ରୀ ସେଲ୍‌ସିୟସକୁ ଟପି ଯାଇଛି। ୩ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୪ ଡିଗ୍ରୀ ରହିଥିବା ବେଳେ ୫ଟି ସ୍ଥାନରେ ୪୩ ଡିଗ୍ରୀ ଉପରେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ସମ୍ବଲପୁରରେ ସର୍ବୋଚ୍ଚ ତାପମାତ୍ରା ୪୪.୪ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ସୋନପୁର ୪୪, ବୌଦ୍ଧ ୪୪, ଝାରସୁଗୁଡ଼ା ୪୩.୮, ହୀରାକୁଦ ୪୩.୬, ବଲାଙ୍ଗୀର ୪୩.୩, ରାଉରକେଲା ୪୩.୨, ସୁନ୍ଦରଗଡ଼ ୪୩, ଭବାନୀପାଟଣା ୪୨.୬, ଫୁଲବାଣୀ ୪୨.୫, ଟିଟିଲାଗଡ଼ ୪୨.୩, ଅନୁଗୋଳ ୪୨.୧, ବରଗଡ଼ ୪୨, ଭବାନୀପାଟଣା ୪୧.୬, ମାଲକାନଗିରି ୪୧.୫, ନୂଆପଡ଼ା ୪୧.୫, ତାଳଚେର ୪୧.୪, ଚାନ୍ଦବାଲି ୪୦.୭, ବାରିପଦା ୪୦.୨, କଟକ ୪୦.୧ ଏବଂ ଭଦ୍ରକରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।
ଏଭଳି ଉତ୍ତପ୍ତ ପରିବେଶ ଆହୁରି ୮ ଦିନ ଯାଏ ବଳବତ୍ତର ରହିବ। ୬ରୁ ୧୦ ତାରିଖରେ ଅସହ୍ୟ ଗରମ ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର, କଟକ ଏବଂ ଢେଙ୍କାନାଳ ଜିଲାରେ ଝଡ଼ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri