Posted inଜାତୀୟ

ଆଉ ୮୬ ଅସ୍ତିତ୍ୱହୀନ ଦଳ ତାଲିକାରୁ ବାଦ୍‌

ନୂଆଦିଲ୍ଲୀ,୧୪ା୯(ପି.ଟି.): ନିର୍ବାଚନ କମିଶନ (ଇସି) ଆଉ ୮୬ଟି ଅସ୍ତିତ୍ୱହୀନ ପଞ୍ଜୀକୃତ ଅଣସ୍ବୀକୃତ ରାଜନୈତିକ ଦଳ (ଆର୍‌ୟୁପିପି)ଙ୍କୁ ତାଲିକାରୁ ବାଦ୍‌ ଦେବା ଲାଗି ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ ମିଶାଇ ମୋଟ ବାଦ୍‌ ପଡ଼ିଥିବା ଆର୍‌ୟୁପିପି ସଂଖ୍ୟା ୫୩୭ରେ ପହଞ୍ଚତ୍ଛି। ଏମାନେ ନିର୍ବାଚନୀ ନିୟମାବଳୀ ଅନୁପାଳନ କରିବାରେ ବିଫଳ ହୋଇଛନ୍ତି। ବୃହତ୍ତର ଜନସ୍ବାର୍ଥ ଦୃଷ୍ଟିରୁ ତଥା ନିର୍ବାଚନୀ ଗଣତନ୍ତ୍ରରେ ସ୍ବଚ୍ଛତା ପାଇଁ ତୁରନ୍ତ ସଂଶୋଧନ ପଦକ୍ଷେପର ଆବଶ୍ୟକ ଥିଲା ବୋଲି ଇସି ପକ୍ଷରୁ ଏକ ବିବୃତିରେ କୁହାଯାଇଛି। ଏଥିସହିତ ୨୫୩ଟି ଆର୍‌ୟୁପିପିଙ୍କୁ ନିର୍ବାଚନ କମିଶନ ନିଷ୍କ୍ରିୟ ଘୋଷଣା କରିଛନ୍ତି। ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଏବଂ ନିର୍ବାଚନ କମିଶନର ଅନୁପ ଚନ୍ଦ୍ର ପାଣ୍ଡେ ଏହି ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଯାଞ୍ଚ କିମ୍ବା ଡାକ କର୍ତ୍ତୃପକ୍ଷଙ୍କଠାରୁ ପ୍ରାପ୍ତ ହୋଇ ନ ଥିବା ପତ୍ର/ନୋଟିସ ସମ୍ପର୍କିତ ରିପୋର୍ଟ ଆଧାରରେ ୮୬ଟି ପଞ୍ଜୀକୃତ ଅଣସ୍ବୀକୃତ ଦଳର ଅସ୍ତିତ୍ୱ ନ ଥିବା ଜଣାପଡ଼ିବା ପରେ ସେଗୁଡ଼ିକୁ ତାଲିକାରୁ ବାଦ୍‌ ଦିଆଯାଇଛି। ଗତ ମେ’ ୨୫ ଏବଂ ଜୁନ୍‌ ୨୦ରେ ଯଥାକ୍ରମେ ୮୭ ଏବଂ ୧୧୧ ଆର୍‌ୟୁପିପିଙ୍କୁ ତାଲିକାରୁ ବାଦ୍‌ ଦିଆଯାଇଥିଲା। ସେହିପରି ବିଭିନ୍ନ ରାଜ୍ୟର ମୁଖ୍ୟ ନିର୍ବାଚନ ଅଧିକାରୀମାନଙ୍କ ରିପୋର୍ଟ ଆଧାରରେ ନିୟମ ଅନୁପାଳନ କରି ନ ଥିବା ୨୫୩ ଆର୍‌ୟୁପିପିଙ୍କୁ ନିଷ୍କ୍ରିୟ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଇକୋର୍ଟର ମୁଖ୍ୟ ବିଚାରପତି କାହିଁକି କହିଲେ ଘୁଞ୍ଚାଇ ଦିଆଯାଉ ନିର୍ବାଚନ ତାରିଖ

କୋଲକାତା,୨୩।୪: ମଙ୍ଗଳବାର କୋଲାକାତା ହାଇକୋର୍ଟ ଚେତାବନୀ ଦେଇଛନ୍ତି ଯେ ପଶ୍ଚିମବଙ୍ଗର ସେହି ଲୋକ ସଭା ନିର୍ବାଚନମଣ୍ଡଳୀରେ ମତଦାନ ଅନୁମତି ଦିଆ ନ ଯାଉ ଯେଉଁଠାରେ ରାମ...

ଅରବିନ୍ଦ କେଜରିଓ୍ବାଲ, କେ. କବିତାଙ୍କୁ କୋର୍ଟରୁ ମିଳିଲା ଝଟ୍‌କା

ନୂଆଦିଲ୍ଲୀ,୨୩।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ମଙ୍ଗଳବାର ଏକ୍ସାଇଜ ପଲିସି ସ୍କାମ ସହ ଜଡିତ ମନି ଲଣ୍ଡରିଂ...

ପତଞ୍ଜଳି ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩।୪: ପତଞ୍ଜଳିର ବିଭ୍ରାନ୍ତିକର ବିଜ୍ଞାପନ ମାମଲାର ଶୁଣାଣି ଆଜି ସୁପ୍ରିମକୋର୍ଟରେ ହୋଇଥିଲା। ଏହି ସମୟରେ ଯୋଗ ଗୁରୁ ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣା ଉପସ୍ଥିତ ଥିଲେ।...

କଂଗ୍ରେସ ସମର୍ଥନରେ ପଚାର ମଇଦାନକୁ ଓହ୍ଲାଇଲେ ପୁଷ୍ପା! ଜାଣନ୍ତୁ ଭାଇରାଲ ଭିଡିଓର ସତ୍ୟତା

ନୂଆଦିଲ୍ଲୀ,୨୩।୪: କିଛି ଦିନ ଧରି ଭାରତରେ ଡିପ୍‌ଫେକ ସମସ୍ୟା ଗମ୍ଭୀର ହୋଇପଡ଼ିଛି। ଅନେକ ତାରକା ଡିପ୍‌ଫେକ ଭିଡିଓର ଶିକାର ହୋଉଛନ୍ତି ଏବଂ ଏହା ଏ ପର୍ଯ୍ୟନ୍ତ...

ବିପଜ୍ଜନକ ହାରରେ ତରଳୁଛି ହିମାଳୟ ଗ୍ଲେସିୟର

ବେଙ୍ଗାଲୁରୁ,୨୩/୪:ବିସ୍ତୀର୍ଣ୍ଣ ଗ୍ଲେସିୟର ଏବଂ ତୁଷାରାବୃତ୍ତ ଅଞ୍ଚଳ ଲାଗି ତୃତୀୟ ମେରୁ ଭାବେ ପରିଚିତ ହିମାଳୟ ପର୍ବତମାଳା ଉଭୟ ଭୌତିକ ଓ ସାମାଜିକ ଦୃଷ୍ଟିରୁ ବୈଶ୍ୱିକ ଜଳବାୟୁ...

ଚାପରେ ଭୁଲ୍‌ ତଥ୍ୟ ଦେଉଛନ୍ତି ଜେଲ କର୍ତ୍ତୃପକ୍ଷ: କେଜ୍‌ରିଓ୍ବାଲଙ୍କ

ନୂଆଦିଲ୍ଲୀ,୨୩ା୪:ତିହାର ଜେଲ କର୍ତ୍ତୃପକ୍ଷ ଇନ୍‌ସୁଲିନ୍‌ ଯୋଗାଣକୁ ସ୍ଥଗିତ ରଖିଥିବା ଡାଇବେଟିସ୍‌ ଆକ୍ରାନ୍ତ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଅଭିଯୋଗ କରିଛନ୍ତି। ସେମାନେ ଶାସକ ଭାଜପାର ଚାପରେ...

ଏଲ୍‌ଏଲ୍‌ବି ପାଠ୍ୟକ୍ରମ ୫ ବର୍ଷ ରହିବ

ନୂଆଦିଲ୍ଲୀ,୨୩ା୪: ଆଇନ ପେସାକୁ ପରିପକ୍ୱ ବ୍ୟକ୍ତିମାନେ ଆସିବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ ଟିପ୍ପଣୀ ଦେବା ସହ ଆଇନ ଡିଗ୍ରୀ ପାଠ୍ୟକ୍ରମକୁ ୩ ବର୍ଷକୁ ହ୍ରାସ କରିବା...

ପଶ୍ଚିମବଙ୍ଗରେ ବେଆଇନ ନିଯୁକ୍ତି ରଦ୍ଦ

କୋଲକାତା,୨୩ା୪: ପଶ୍ଚିମବଙ୍ଗର ସରକାରୀ ତଥା ଅନୁଦାନପ୍ରାପ୍ତ ସ୍କୁଲ୍‌ଗୁଡ଼ିକ ପାଇଁ ୨୦୧୬ର ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାକୁ କାଲ୍‌କାଟା ହାଇକୋର୍ଟ ସୋମବାର ରଦ୍ଦ କରିଦେଇଛନ୍ତି। ଫଳରେ ୨୫,୭୫୩ ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri