ରାଜ୍ୟରୁ ଆଉ ୯ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୨, ୭୯,୨୧୪ ସୁସ୍ଥ ହୋଇସାରିଲେଣି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କଟକ, ନୂଆପଡ଼ା, ରାୟଗଡ଼ା ଏବଂ ସମ୍ବଲପୁରରୁ ଜଣେ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।