ପୁଣି ରାଜଧାନୀରେ ଦୁର୍ଘଟଣା: ଦମ୍ପତିଙ୍କୁ ଚାପି ଦେଲା ଟ୍ରକ

ଭୁବନେଶ୍ୱର,୧୬।୬: ରାଜଧାନୀ ଭୁବନେଶ୍ୱର ପୁଣି ଏକ ଦୁର୍ଘଟଣା ଘଟିଛି। ମଙ୍ଗଳବାର ପୂର୍ବାହ୍ନରେ ସୈନିକ ସ୍କୁଲ ଦଶରଜା ମନ୍ଦିର ନିକଟରେ ଏକ ସ୍କୁଟରରେ ଯାଉଥିବା ଦମ୍ପତିଙ୍କୁ ଏକ ଟ୍ରକ ଧକ୍କା ଦେଇ ଚାପି ଦେଇଥିଲା। ଫଳରେ ସ୍ତ୍ରୀ,ସ୍ବାମୀ ଗୁରୁତର ଆହତ ହୋଇଛନ୍ତି। ଦମ୍ପତିଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ମୈତ୍ରୀ ବିହାର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସୂଚନା ଯୋଗ୍ୟ, ସୋମବାର ରାତିରେ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଥିଲା। ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା ୪ଜଣଙ୍କ ଉପରେ ମାଡି ଯାଇଥିଲା। ଏପରିକି କାର୍‌ଟି ଭାରସାମ୍ୟ ହରାଇ ଏକ ଅଟୋ ଏବଂ ଏକାଧିକ ବାଇକ୍‌ ଉପରେ ଚଢି ଯାଇଥିଲା।

ଫଳରେ ଦୁର୍ଘଟଣାରେ ୪ଜଣ ଗୁରୁତର ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ସେମାନଙ୍କ ମଧ୍ୟରୁ ୨ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାରକା ପୋଲିସ ବିଟ୍‌ ହାଉସ୍‌ ଛାତରୁ ଗଳୁଛି ପାଣି, ଭାଙ୍ଗିପଡ଼ିଛି ନାମଫଳକ

ଧର୍ମଶାଳା,୧ା୮(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧିନସ୍ଥ ଜାରକା ପୋଲିସ ବିଟ୍‌ ହାଉସ୍‌ (ଫାଣ୍ଡି) ବର୍ତ୍ତମାନ ବିଭିନ୍ନ ଅବ୍ୟବସ୍ଥା ମଧ୍ୟରେ ଘେରି ରହିଛି। ବର୍ଷା ହେଲେ…

କୁଲଗାମ ଆତଙ୍କବାଦୀ ଆକ୍ରମଣ: ପ୍ରଥମେ ନାମ ପଚାରିଲେ, ତା’ପରେ ଦୁଇ ହିନ୍ଦୁଙ୍କୁ ଗୁଳି କଲେ!

ନୂଆଦିଲ୍ଲୀ,୧।୮: ଜମ୍ମୁ ଓ କଶ୍ମୀରର କୁଲଗାମରେ ଅଣ-ସ୍ଥାନୀୟ ଶ୍ରମିକମାନଙ୍କୁ ଟାର୍ଗେଟ କରି ଆତଙ୍କବାଦୀମାନେ ପୁଣି ଥରେ ଆତଙ୍କ ବିସ୍ତାର କରିବାକୁ ଚେଷ୍ଟା କରିଛନ୍ତି। ଆତଙ୍କବାଦୀମାନେ ଛତିଶଗଡ଼ର ଦୁଇଜଣ…

୪ ଦିନ ହେଲା ଏକ୍ସ-ରେ ମେଶିନ ଅଚଳ, ହନ୍ତସନ୍ତ ହେଉଛନ୍ତି ରୋଗୀ

ଦାରିଙ୍ଗବାଡ଼ି,୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରହିଥିବା ଏକ ମାତ୍ର ଏକ୍ସ-ରେ ମେଶିନ ଗତ ୪ ଦିନ ହେଲା ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡ଼ିଓକୁ ନେଇ ବିରୋଧି ଦେଲେଣି ପ୍ରତିକ୍ରିୟା, ସଞ୍ଜୟ ସିଂହଙ୍କ ପ୍ରଶ୍ନ କଲେ-‘ମୋ ମାଆ… ମାଆ ନୁହଁନ୍ତି’

ନୂଆଦିଲ୍ଲ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର (ଜୁଲାଇ ୩୧) ଇନଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ସେ କହିଛନ୍ତି ଯେ NEET ପେପର ଲିକ ବିରୋଧରେ…

ଘରେ ଚପଲ ପିନ୍ଧି ଚାଲିବା ଉଚିତ୍‌ କି ଅନୁଚିତ୍‌ ଜାଣନ୍ତୁ…

ଘରେ ଚପଲ ପିନ୍ଧି ଚାଲିବା ଉଚିତ୍‌ ନା ଖାଲି ପାଦରେ ରହିବା ଭଲ ଏମିତି ପ୍ରଶ୍ନ ଅନେକଙ୍କ ମନରେ ଉଠିଥାଏ। କେତେକ ଲୋକ ବିଶ୍ୱାସ କରନ୍ତି, ଖାଲି…

‘ତାଙ୍କ ପାଦ ଧୋଇ ସେହି ପାଣି ପିଇବାକୁ ଚାହେଁ’, ପିଏମ ମୋଦିଙ୍କୁ ବିଷ୍ଣୁଙ୍କ ଅବତାର ବୋଲି କହି ଚର୍ଚ୍ଚାରେ ଅଭିନେତା

ନୂଆଦିଲ୍ଲୀ,୧।୮: ଅଭିନେତା ସୁଦେଶ ବେରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା କରି ଚର୍ଚ୍ଚା ସୃଷ୍ଟି କରିଛନ୍ତି। ସେ ପିଏମ ମୋଦିଙ୍କୁ ଭଗବାନ ବିଷ୍ଣୁଙ୍କ ଅବତାର ବୋଲି ବର୍ଣ୍ଣନା…

ଅଭିଯୋଗର ଗୋଟିଏ ଦିନରେ ରାସ୍ତ ମରାମତି: ସିଟିଜେନ ଫୋରମଙ୍କୁ ଧନ୍ୟବାଦ

କେସିଙ୍ଗା,୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗିର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

ଔଷଧ କିଣିବା ପୂର୍ବରୁ ଜାଣନ୍ତୁ! ଆଜିଠୁ ବଦଳିଲା ୨୩ଟି ମେଡିସିନର ଦାମ୍‌

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ଆଜି ଅଗଷ୍ଟ ୧ରୁ ଔଷଧର ମୂଲ୍ୟରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ୨୨ଟି ଔଷଧ ଏବଂ ଫିକ୍ସଡ ଡୋଜ କମ୍ବିନେସନର ନୂତନ ଖୁଚୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri