ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି ପ୍ରଶ୍ନ ଏବେ ସାଧାରଣ ଲୋକଙ୍କ ମନରେ ଉଠୁଛି।ଶନିବାର ଭୋର ପ୍ରାୟ ୪ଟା ସମୟରେ ଗଞ୍ଜାମ ଜିଲା ହୁମା ଓଭରବ୍ରିଜ ନିକଟରେ ପୁଣି ଏକ ଦୁର୍ଘଟଣା ଘଟିଛି। ଭୁବନେଶ୍ୱରରୁ ଆନ୍ଧ୍ର ପ୍ରଦେଶ ଯାଉଥିବା ଆଇଜର ଟ୍ରକ (ନଂ WB 29 E 6820) ସହ ବ୍ରହ୍ମପୁର ପଟୁ ଭୁବନେଶ୍ୱର ଯାଉଥିବା ଯାତ୍ରୀବାହୀ ବସ (ନଂ OD 02 CE 7698) ମୁହାଁମୁହିଁ ଧକ୍କା ହୋଇଥିଲା।

ସୂଚନା ଅନୁସାରେ, ବସ କିମ୍ବା ଟ୍ରକ ଡ୍ରାଇଭରଙ୍କ ଆଖି ଲାଗିଯିବାରୁ ଏହି ଦୁର୍ଘଟଣା ଘଟିଥିବା ଆଲୋଚନା ହେଉଛି। ଏହି ଦୁର୍ଘଟଣାରେ କେହି ମୃତାହତ ହୋଇନଥିବା ସତ୍ତ୍ୱେ ଆଇଜର ଟ୍ରକର ଡ୍ରାଇଭର ଗାଡ଼ି ଭିତରେ ଚାପି ହୋଇ ରହିଥିଲେ।ହୁମା ସମିତି ସଭ୍ୟ ଧ୍ରୁବ ଚରଣ ପଲାଇ ଓ ଭାଜପା ଯୁବ ନେତା ତଥା ମଣ୍ଡଳ ସଭାପତି ପ୍ରଶାନ୍ତ କୁମାର ପରିଡାଙ୍କ ସହ ସ୍ଥାନୀୟ ଲୋକମାନେ ମିଳି ଡ୍ରାଇଭରଙ୍କୁ ଉଦ୍ଧାର କରିଥିଲେ।

ଓଭରବ୍ରିଜ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ନହେବା ସହିତ ଗୋଟିଏ ରାସ୍ତାରେ ଉଭୟ ପାର୍ଶ୍ୱରୁ ଯାନଚଳାଚଳ ହେବାରୁ ଏଠାରେ ବାରମ୍ବାର ଦୁର୍ଘଟଣା ଘଟୁଛି ବୋଲି ସମିତି ସଭ୍ୟ ଧ୍ରୁବ ଚରଣ ପଲାଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଏନେଇ ଜିଲା ପ୍ରଶାସନଙ୍କ ନିକଟରେ ବାରମ୍ବାର ଅଭିଯୋଗ କରାଯାଇଥିଲେ ମଧ୍ୟ ନିର୍ମାଣ କାର୍ଯ୍ୟ ମନ୍ଥର ଗତିରେ ଚାଲୁଥିବାରୁ ଏଭଳି ଦୁର୍ଘଟଣା ଘଟୁଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିରକ୍ଷର ବ୍ୟକ୍ତିମାନଙ୍କୁ ସାକ୍ଷର: ଉଲ୍ଲାସ ଅଭିଯାନ ଶୁଭାରମ୍ଭ

ଛତ୍ରପୁର, ୫।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିରକ୍ଷରଙ୍କୁ ସାକ୍ଷର କରିବା ଓ ଜୀବନବ୍ୟାପୀ ଶିକ୍ଷା ପ୍ରତି ଲୋକଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ‘ଉଲ୍ଲାସ’ ସଚେତନତା…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri