ପୁଣି ଟ୍ରମ୍ପଙ୍କୁ ହତ୍ୟା ଉଦ୍ୟମ, ମିଡିଆ ପରିଚୟପତ୍ର ଦେଖାଇ ସୁରକ୍ଷାପଥରୁ ଖସି ଯାଇଥିଲେ ଦୁର୍ବୃତ୍ତ

ଓ୍ବାଶିଂଟନ,୧୪ା୧୦: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ପୁଣି ହତ୍ୟା ଉଦ୍ୟମ କରାଯାଇଛି। ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ କମଲା ହାରିସ ଏବଂ ଡୋନାଲ୍ଡ ଟ୍ରମ୍ପ କ୍ରମାଗତ ଭାବେ ପ୍ରଚାର କରୁଛନ୍ତି। ଏହି ସମୟ ମଧ୍ୟରେ ତୃତୀୟ ଥର ପାଇଁ ରିପବ୍ଲିକାନ ପାର୍ଟି ପ୍ରାର୍ଥୀ ଟ୍ରମ୍ପଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି। ଯଦିଓ ସେ ନିରାପଦରେ ଅଛନ୍ତି। ଏଥର ଟ୍ରମ୍ପଙ୍କ ଉପରେ ଆକ୍ରମଣ କରିବାକୁ ଆସିଥିବା ଦୁର୍ବୃତ୍ତ ଟ୍ରମ୍ପଙ୍କ ରାଲିର ସ୍ଥାନଠାରୁ କିଛି ଦୂରରେ ଧରାପଡ଼ିଥିଲେ।

ସୂଚନାଯୋଗ୍ୟ, ପୂର୍ବରୁ ଦୁଇଥର ଟ୍ରମ୍ପଙ୍କୁ ଆକ୍ରମଣ କରିବାକୁ ଚେଷ୍ଟା କରାଯାଇଛି। ଏହାପୂର୍ବରୁ ଜୁଲାଇ ୧୩ରେ ମାଥ୍ୟୁ କ୍ରୁକ୍ସ ପେନ୍‌ସିଲଭାନିଆର ବଟଲର ଟ୍ରମ୍ପଙ୍କ ଉପରକୁ ଗୁଳି ଚଳାଇଥିଲେ। ତେବେ ସୁରକ୍ଷାକର୍ମୀମାନେ ତାଙ୍କୁ ଗୁଳିକରି ହତ୍ୟା କରିଦେଇଥିଲେ। ଏହା ପରେ ସେପ୍ଟେମ୍ବରରେ ଦ୍ୱିତୀୟ ଥର ପାଇଁ ତାଙ୍କୁ ଆକ୍ରମଣ କରିବାକୁ ଉଦ୍ୟମ କରାଯାଇଥିଲା। ଗଲ୍ଫ କୋର୍ସରେ ଟ୍ରମ୍ପଙ୍କୁ ହତ୍ୟା ଉଦ୍ୟମ କରୁଥିବା ବେଳେ ରିୟାନ ଓ୍ବେସଲି ରାଓ୍ବଥ ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିଲା।

ତୃତୀୟ ଥର ପାଇଁ ଟ୍ରମ୍ପଙ୍କୁ ସାଂଘାତିକ ଭାବେ ଆକ୍ରମଣ କରିଥିବା ବ୍ୟକ୍ତିଙ୍କ ନାମ ହେଉଛି ଓ୍ବେମ ମିଲର। ଯେତେବେଳେ ଟ୍ରମ୍ପ ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରଚାର କରୁଥିଲେ, ସେହି ସ୍ଥାନଠାରୁ କିଛି ଦୂରରେ ସୁରକ୍ଷାକର୍ମୀମାନେ ମିଲରଙ୍କୁ ଗିରଫ କରିଥିଲେ। ତାଙ୍କ ନିକଟରୁ ଗୁଳି ଓ ପ୍ରେସ୍‌ର ଏକ ନକଲି ପରିଚୟପତ୍ର ଜବତ କରାଯାଇଛି। ଟ୍ରମ୍ପଙ୍କ ରାଲି ପାଇଁ ତାଙ୍କର ଏକ ପାସ୍‌ ମଧ୍ୟ ଥିଲା। ପୋଲିସ ଦେଇଥିବା ସୂଚନା ଅନୁଯାୟୀ ମିଲର ଲସଭେଗାସର ବାସିନ୍ଦା।

ରିଭରସାଇଡ୍‌ କାଉଣ୍ଟି ଶେରିଫ ଚାଡ୍‌ ବିୟାନକୋଙ୍କ ଅନୁଯାୟୀ, କାଲିଫର୍ନିଆର କୋଚେଲା ଭ୍ୟାଲିରେ ପୋଲିସ ଟ୍ରମ୍ପଙ୍କ ଉପରେ ହୋଇଥିବା ରାଲିରେ ଆଉ ଏକ ହତ୍ୟା ଉଦ୍ୟମକୁ ରୋକିଛି।

ଲସଭେଗାସ୍‌ର ୪୯ ବର୍ଷୀୟ ଭେମ ମିଲର୍‌ ନାମକ ଏହି ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ରାଲି ସାଇଡଠାରୁ ପ୍ରାୟ ଦେଢ଼ ମାଇଲ ଦୂରରେ ଏକ କଳା ଏସ୍‌ୟୁଭିରେ ରିଭରସାଇଡ କାଉଣ୍ଟି ଡେପୁଟି ଅଟକାଇଥିଲା। ମିଲର ମିଥ୍ୟା ଭିଆଇପି ଏବଂ ମିଡିଆ ପରିଚୟପତ୍ର ଦେଖାଇ ପ୍ରାରମ୍ଭିକ ସୁରକ୍ଷା ଯାଞ୍ଚ ପଏଣ୍ଟ ଦେଇ ଯାଇଥିବାର ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri