ଆମେରିକାରେ ପୁଣି ହିନ୍ଦୁ ମନ୍ଦିର ଉପରେ ଆକ୍ରମଣ

ଓ୍ବାଶିଂଟନ୍‌,୫।୧: ଆମେରିକାରେ ପୁଣି ଥରେ ହିନ୍ଦୁ ମନ୍ଦିରକୁ ଟାର୍ଗେଟ କରାଯାଇଛି। କାଲିଫର୍ନିଆର ଏକ ହିନ୍ଦୁ ମନ୍ଦିର ଉପରେ ଆକ୍ରମଣ ହୋଇଛି ଏବଂ ସେଠାରେ ଖଲିସ୍ତାନ ସମର୍ଥକ ସ୍ଲୋଗାନ ଲେଖାଯାଇଛି। ହିନ୍ଦୁ ଆମେରିକୀୟ ଫାଉଣ୍ଡେସନ ଶୁକ୍ରବାର ଦିନ ଏହି ସୂଚନା ଦେଇଛି। କାନାଡାରେ ମଧ୍ୟ ନିକଟ ଅତୀତରେ ଅନେକ ହିନ୍ଦୁ ମନ୍ଦିରକୁ ଟାର୍ଗେଟ କରାଯାଇଛି।
କାଲିଫର୍ନିଆର ବାଇ ଅଞ୍ଚଳରେ ଅବସ୍ଥିତ ହିନ୍ଦୁ ମନ୍ଦିର ‘ଶେରୱାଲି ମନ୍ଦିର’ରେ ଖଲିସ୍ତାନ ସମର୍ଥକ ସ୍ଲୋଗାନ ଲେଖାଯାଇଛି। କିଛି ଦିନ ପୂର୍ବରୁ କାଲିଫର୍ନିଆର ଶିବ ଦୁର୍ଗା ମନ୍ଦିରରେ ଚୋରି ଘଟଣା ଘଟିଥିଲା। ହିନ୍ଦୁ ଆମେରିକୀୟ ଫାଉଣ୍ଡେସନ ମନ୍ଦିର କମିଟି ସହିତ ଜଡିତ ଲୋକଙ୍କ ସହ ଯୋଗାଯୋଗରେ ଅଛି। ଏହି ଘଟଣା ସମ୍ପର୍କରେ ପୋଲିସ ନିକଟରେ ଅଭିଯୋଗ ହୋଇଛି। କାଲିଫର୍ନିଆର ସ୍ବାମୀ ନାରାୟଣ ମନ୍ଦିର ଉପରେ ହୋଇଥିବା ଆକ୍ରମଣକୁ ଆମେରିକାର ବୈଦେଶିକ ବିଭାଗ ନିନ୍ଦା କରିଛି। ବିବୃତ୍ତିରେ କୁହାଯାଇଛି ଯେ, କାଲିଫର୍ନିଆର ହିନ୍ଦୁ ମନ୍ଦିର ଶ୍ରୀ ସ୍ବାମୀନାରାୟଣ ମନ୍ଦିର ଉପରେ ହୋଇଥିବା ଆକ୍ରମଣକୁ ଆମେ ନିନ୍ଦା କରୁଛୁ।
କାଲିଫର୍ନିଆର ଉଭୟ ମନ୍ଦିର ଉପରେ ହୋଇଥିବା ଆକ୍ରମଣ ପଛରେ ଖାଲିସ୍ତାନ ସମର୍ଥକ ହାତ ରହିଥିବା କୁହାଯାଉଛି। ବିଦେଶରେ ହିନ୍ଦୁ ମନ୍ଦିର ଉପରେ ହୋଇଥିବା ଆକ୍ରମଣକୁ ମଧ୍ୟ ଭାରତ ନିନ୍ଦା କରିଛି। ହିନ୍ଦୁ ମନ୍ଦିର ଉପରେ ଆକ୍ରମଣ ତଥା ଆମେରିକାରେ ଭାରତ ବିରୋଧୀ ସ୍ଲୋଗାନ ଲେଖିବା ଘଟଣାରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମୃତବ୍ୟକ୍ତିଙ୍କ ସୁନା ଅଳଙ୍କାର ପାଖରେ ରଖୁଛନ୍ତି କି? ପଡିପାରେ ନକରାତ୍ମକ ଶକ୍ତି, ଜାଣନ୍ତୁ ଗରୁଡ ପୁରାଣ କ’ଣ କହୁଛି

ସୁନାକୁ ସୌଭାଗ୍ୟ ଏବଂ ସକାରାତ୍ମକ ଶକ୍ତିର ବାହକ ବୋଲି ବିବେଚନା କରାଯାଏ। ଏହାର ଚମକ ଏବଂ ଆକର୍ଷଣ ସମସ୍ତଙ୍କୁ ଆକର୍ଷିତ କରେ। ସୁନା ଅଳଙ୍କାର, ବିଶେଷକରି...

ବିପୁଳ ଗଞ୍ଜେଇ ଜବତ,  ଜଣଙ୍କ ପରେ ଜଜଙ୍କୁ ମାଡିବସିଲା…

ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଅବକାରୀ ବିଭାଗ ଶୁକ୍ରବାର ବିଭିନ୍ନ ସ୍ଥାନରେ ଚଢାଉ କରି ବିପୁଳ ପରିମାଣ ଗଞ୍ଜେଇ ଜବତ ସହ ୬ ଜଣଙ୍କୁ ଗିରଫ...

୧ଟଙ୍କାରେ ଜମି ଦେବେ ସରକାର, ଏହି ତାରିଖ ସୁଦ୍ଧା କରିବାକୁ ପଡିବ ଆବେଦନ, କିନ୍ତୁ ରହିଛି ଏହି ସର୍ତ୍ତ

ପାଟନା,୬।୧୨: ପ୍ରାୟତଃ ଦେଖାଯାଏ ଯେ ଏକ ଭଲ ବ୍ୟବସାୟିକ ଧାରଣା ସତ୍ତ୍ୱେ, ଆକାଶଛୁଆଁ ଜମି ମୂଲ୍ୟ ଉଦ୍ୟୋଗୀମାନଙ୍କ ସ୍ୱପ୍ନକୁ ବାଧା ଦିଏ। ଯଦି ଆପଣ ମଧ୍ୟ...

ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରଲର: ଜାତୀୟ ରାଜପଥ ରକ୍ତଚଞ୍ଜିତ

ବଣାଇଁ, ୬।୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ଗମଲେଇ ନିକଟ ୧୪୩ ନମ୍ବର ଜାତୀୟ ରାଜପଥରେ କିଛି ସମୟ ପୂର୍ବରୁ ଘଟିଛି ଏକ ମର୍ମନ୍ତୁଦ...

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri