ବାଂଲାଦେଶର ଆଉଜଣେ ଛାତ୍ରନେତାଙ୍କ ମୁଣ୍ଡକୁ ଗୁଳି

ଢାକା,୨୩ା୧୨(ପି.ଟି.): ବାଂଲାଦେଶର ଖ୍ୟାତନାମା ଯୁବନେତା ଶରିଫ୍‌ ଓସ୍‌ମାନ ହାଦିଙ୍କୁ ହତ୍ୟା ଘଟଣାର ୪ ଦିନ ପରେ ସୋମବାର ଆଉ ଜଣେ ଛାତ୍ରନେତାଙ୍କ ମୁଣ୍ଡକୁ ଗୁଳି କରାଯାଇଛି। ମୋତାଲେବ ଶିକଦର ୨୦୨୪ର ହିଂସାତ୍ମକ ଛାତ୍ର ଆନ୍ଦୋଳନର ଦ୍ୱିତୀୟ ନେତା। ଗୁରୁତର ଅବସ୍ଥାରେ ତାଙ୍କୁ ଖୁଲ୍‌ନା ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ନ୍ୟାଶନାଲ ସିଟିଜେନ୍‌ ପାର୍ଟି (ଏନ୍‌ସିପି)ର ଖୁଲ୍‌ନା ଡିଭିଜନ ମୁଖ୍ୟ ଏବଂ ଦଳର ଓ୍ବାର୍କର୍ସ ଫ୍ରଣ୍ଟର କେନ୍ଦ୍ରୀୟ ସମନ୍ବୟକାରୀ ଭାବେ କାର୍ଯ୍ୟ କରୁଥିଲେ। ହସ୍ପିଟାଲ ସୂତ୍ର ଅନୁଯାୟୀ, ଶିକ୍‌ଦରଙ୍କ ମୁଣ୍ଡ ବାମପାର୍ଶ୍ୱରେ ଗୁଳି ଲାଗିଛି। ତାଙ୍କୁ ହସ୍ପିଟାଲ ଅଣାଯିବା ବେଳେ ପ୍ରଚୁର ରକ୍ତସ୍ରାବ ହେଉଥିଲା।
ସୂଚନାଯୋଗ୍ୟ, ଗତବର୍ଷ ହାଦିଙ୍କ ନେତୃତ୍ୱରେ ଛାତ୍ର ଆନ୍ଦୋଳନ ଉଗ୍ର ରୂପ ନେବା ପରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ଆଓ୍ବାମି ଲିଗ୍‌ ସରକାର କ୍ଷମତାଚ୍ୟୁତ ହୋଇଥିଲା। ଗତ ୧୨ ତାରିଖରେ ଢାକାର ବିଜୟନଗର ଅଞ୍ଚଳରେ ମାସ୍କ ପିନ୍ଧିଥିବା ବନ୍ଧୁକଧାରୀଙ୍କ ଗୁଳିରେ ଗୁରୁତର ଆହତ ହାଦିଙ୍କର ଗତ ଗୁରୁବାର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା। ଫେବୃଆରୀ ୧୨ରେ ହେବାକୁ ଥିବା ସାଧାରଣ ନିର୍ବାଚନ ପାଇଁ ହାଦି ତାଙ୍କ ଇନ୍‌କିଲାବ ମଞ୍ଚରୁ ପ୍ରାର୍ଥୀ ହୋଇଥିଲେ। ତାଙ୍କ ହତ୍ୟାକୁ ନେଇ ସାରା ଦେଶରେ ଉତ୍ତେଜନା ଓ ବିକ୍ଷୋଭ ଲାଗି ରହିଥିବାବେଳେ ଅନ୍ୟ ଜଣେ ଛାତ୍ରନେତାଙ୍କ ମୁଣ୍ଡକୁ ଗୁଳି କରାଯାଇଛି। ହାଦି ହତ୍ୟାକାଣ୍ଡରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାରେ ଅନ୍ତରୀଣ ସରକାର ବିଫଳ ହେଲେ ତାଙ୍କୁ କ୍ଷମତାରୁ ହଟାଯିବ ବୋଲି ଇନ୍‌କିଲାବ ମଞ୍ଚ ପକ୍ଷରୁ ଚେତାବନୀ ଦିଆଯାଇଛି। ସୋମବାର ଏକ ଜରୁରୀ ପ୍ରେସ୍‌ ମିଟ୍‌ରେ ଦଳର ସଦସ୍ୟ ସଚିବ ଅବଦୁଲ୍ଲା ଅଲ୍‌ ଜାବେର ଉପରୋକ୍ତ ଚେତାବନୀ ଦେଇଛନ୍ତି। ମହମ୍ମଦ ୟୁନୁସ୍‌ ସରକାର ଏପର୍ଯ୍ୟନ୍ତ ଅପରାଧୀଙ୍କୁ ଗିରଫ କରିନାହାନ୍ତି।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ: ଭାଙ୍ଗିଲେ ଦେଶୀମଦ ଭାଟି

ନନ୍ଦପୁର,୨୧।୫(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ପୋଲିସ ଲମତାପୁଟ ବ୍ଲକ ବନମାଳୀପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମରେ ଗତ ଶନିବାର ଚଢ଼ାଉ କରି ପୂର୍ବତନ ସମିତି ସଭ୍ୟଙ୍କ ଘରେ ସ୍ଥାପିତ…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

ଗ୍ରୀଷ୍ମ ବଦଳାଇଲା ସ୍କୁଲ ଛୁଟିର କ୍ୟାଲେଣ୍ଡର! ଜୁଲାଇ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ? ଜାଣନ୍ତୁ…

ଚଣ୍ଡିଗଡ଼,୨୧।୫: ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ହେଲେ ପଞ୍ଜାବ ଏବଂ ଚଣ୍ଡିଗଡ଼ରେ ପ୍ରବଳ ଗରମ ଯୋଗୁ ସେଠାକାର ଜନତା ଆତଙ୍କିତ ହୋଇପଡ଼ିଛନ୍ତି। ପଞ୍ଜାବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri