Posted inଜାତୀୟ

କେଜ୍‌ରିଓ୍ବାଲଙ୍କୁ ପୁଣି ବଡ଼ ଝଟ୍‌କା: ୩ ଦିନ ପାଇଁ ସିବିଆଇ ହେପାଜତକୁ ଗଲେ

ନୂଆଦିଲ୍ଲୀ,୨୬।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜରିଓ୍ବାଲଙ୍କ ସମସ୍ୟା ଗୋଟିଏ ପରେ ଗୋଟିଏ ବଢିବାରେ ଲାଗିଛି। ପ୍ରଥମେ ଦିଲ୍ଲୀ ହାଇକୋର୍ଟ ତାଙ୍କ ଜାମିନ ଉପରେ ରୋକ ଲଗାଇଛନ୍ତି। ଏବେ ବର୍ତ୍ତମାନ ସିବିଆଇ ତାଙ୍କୁ ଗିରଫ କରିଛି। ସିବିଆଇ ରାଉସ ଆଭେନ୍ୟୁ କୋର୍ଟରେ ହାଜର ହେବା ପରେ କେଜ୍‌ରିୱାଲଙ୍କ କୋର୍ଟରୁ ନ୍ୟାୟିକ ହେପାଜତ ମାଗିଥିଲା। କୋର୍ଟ ଅରବିନ୍ଦ କେଜ୍‌ରିୱାଲଙ୍କୁ ୩ ଦିନ ପାଇଁ ସିବିଆଇ ହେପାଜତକୁ ପଠାଇଛନ୍ତି।
ବୁଧବାର ସକାଳେ ସିବିଆଇ ଦ୍ୱାରା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କୁ ଗିରଫ କରାଯିବା ଉପରେ ତାଙ୍କ ସ୍ତ୍ରୀ ସୁନୀତା କେଜ୍‌ରିୱାଲ କହିଛନ୍ତି, ଏହା ଏକ ଆଇନ ନୁହେଁ। ଏହା ଏକଛତ୍ରବାଦୀ ଶାସନ ଏବଂ ଜରୁରିକାଳୀନ ପରିସ୍ଥିତି। କେଜ୍‌ରିୱାଲଙ୍କୁ ରିମାଣ୍ଡରେ ନେବାକୁ ସିବିଆଇ ଦାବି କରିଛି।
ସୋସିଆଲ ମିଡିଆ ପୋଷ୍ଟରେ ସୁନୀତା କହିଛନ୍ତି, ଅରବିନ୍ଦ କେଜ୍‌ରିୱାଲଙ୍କୁ ଜୁନ ୨୦ରେ ଜାମିନ ମିଳିଥିଲା। ସଙ୍ଗେ ସଙ୍ଗେ ଇଡି ଏହା ଉପରେ ଷ୍ଟେ ଲଗାଇଥିଲେ। ପରଦିନ ସିବିଆଇ ତାଙ୍କୁ ଅଭିଯୁକ୍ତ କରିଥିଲା ଏବଂ ଆଜି ତାଙ୍କୁ ଗିରଫ କରିଛି। ସମଗ୍ର ସିଷ୍ଟମ ଚେଷ୍ଟା କରୁଛି ସେହି ବ୍ୟକ୍ତିଙ୍କୁ ବାହାରକୁ ନ ଆସିବା ପାଇଁ। ଏହା ଆଇନ୍‌ ନୁହେଁ, ଏକଛତ୍ରବାଦୀ ଶାସନ। ଏହା ଜରୁରିକାଳୀନ ପରିସ୍ଥିତି।
ତିହାର ଜେଲରୁ କେଜ୍‌ରିୱାଲଙ୍କୁ କୋର୍ଟରେ ହାଜର କରାଯାଇଥିଲା। ଏହା ପରେ ସିବିଆଇ ତାଙ୍କୁ ଗିରଫ କରିବାକୁ ଅନୁମତି ମାଗିଥିଲା। ଏକ୍ସାଇଜ ପଲିସି ମାମଲାରେ କେଜ୍‌ରିୱାଲ ଜେଲରେ ଅଛନ୍ତି। ଇଡି ଏହି ଘଟଣାର ଅନୁସନ୍ଧାନ କରୁଛି।
ସିବିଆଇ କୋର୍ଟଙ୍କୁ ଅନୁରୋଧ କରିଛି ଯେ ସିଏମଙ୍କୁ ପଚରାଉଚରା କରିବାର ଆବଶ୍ୟକତା ରହିଛି। ଏହି ମାମଲାରେ ପ୍ରମାଣ ଏବଂ ଅନ୍ୟ ଅଭିଯୁକ୍ତଙ୍କ ସହ କେଜ୍‌ରିଓ୍ବାଲ୍‌ଙ୍କ ମୁହାଁମୁହିଁ ହେବାର ଆବଶ୍ୟକତା ରହିଛି ବୋଲି ଅନୁସନ୍ଧାନକାରୀ ସଂସ୍ଥା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

MS Dhoni IPL Retirement:ଏତିକି ବର୍ଷ ବୟସ ପର୍ଯ୍ୟନ୍ତ ଖେଳିବାକୁ ଲକ୍ଷ୍ୟ ରଖିଛନ୍ତି ଧୋନୀ! IPL ଅବସରକୁ ନେଇ ମୁହଁ ଖୋଲିଲେ ମାହି

ନୂଆଦିଲ୍ଲୀ,୨୩।୩: ଚେନ୍ନାଇ ସୁପର କିଙ୍ଗ୍ସର ଏକ ପ୍ରଶଂସକ କାର୍ଯ୍ୟକ୍ରମରେ, ଏମଏସ ଧୋନୀ ହାସ୍ୟରସପୂର୍ଣ୍ଣ ଭାବରେ ମନ୍ତବ୍ୟ ଦେଇଥିଲେ ଯେ ସେ ୬୦ ବର୍ଷ ବୟସ ପର୍ଯ୍ୟନ୍ତ ଆଇପିଏଲ…

୩ ହଜାର ଟଙ୍କାରେ ବିକ୍ରି ହେଉଛି ଗ୍ୟାସ ସିଲିଣ୍ଡର: କଳାବଜାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୨୩।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ-ଆମେରିକା ମଧ୍ୟରେ ଲାଗିଥିବା ଯୁଦ୍ଧର ପରିଣାମ ଆମ ଦେଶ ସମେତ ଅନ୍ୟାନ୍ୟ ଦେଶକୁ ମଧ୍ୟ ଭୋଗିବାକୁ ପଡ଼ୁଛି। ଗ୍ୟାସ, ପେଟ୍ରୋଲ, ଡିଜେଲ ଆମଦାନୀ…

ଠପ୍‌ ହୋଇଯିବକି ସାରା ବିଶ୍ୱ? ହର୍ମୁଜ ଷ୍ଟ୍ରେଟକୁ ନେଇ ଏମିତି ନିଷ୍ପତ୍ତି ନେଲା ଇରାନ, ପ୍ରମାଦ ଗଣିଲାଣି ସାରା ବିଶ୍ୱ

ତେହରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ଇରାନ ଏବେ ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା କିଛି ଜାହାଜ ଉପରେ ୨ ନିୟୁତ ଡଲାର (ପ୍ରାୟ ୧୮.୮ କୋଟି)…

ନଷ୍ଟ ହୋଇଯାଇଥିବା ପାଓ୍ବାରପ୍ଲାଣ୍ଟକୁ ନେଇ ଏମିତି ଧମକ ଦେଲା ଇରାନ ସାରା ବିଶ୍ୱ ସ୍ତବ୍ଧ

ତେହରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବେ ଅଧିକ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଇରାନ କହିଛି ଯେ ଯଦି ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହାର ଶକ୍ତି କେନ୍ଦ୍ର ଉପରେ…

ଷ୍ଟ୍ରେଟ ଅଫ ହର୍ମୁଜକୁ ନେଇ ଟ୍ରମ୍ପଙ୍କ ପରେ ଏବେ ଧମକ ଦେଲେଣି ସ୍କଟ ବେସେଣ୍ଟ , କହିଲେ ‘ଇରାନର ଦୁର୍ଗ…’

ଓ୍ବାଶିଂଟନ,୨୩।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଆହୁରି ବୃଦ୍ଧି ପାଇଛି। ଆମେରିକା ଏବଂ ଇରାନ ମଧ୍ୟରେ ବିବାଦ ଏବେ ଖୋଲାଖୋଲି ଭାବରେ ପ୍ରକାଶ ପାଇବାକୁ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ତିନି ଚିରଞ୍ଜୀବୀଙ୍କ ବିଚାର

ଶହୀଦ ଭଗତ ସିଂ, ସୁଖଦେବ ଓ ଶିବରାମ ରାଜଗୁରୁଙ୍କ ଅପରାଧଜନିତ ବିଚାରକୁ କଦାପି ବିଚାର କୁହାଯାଇ ପାରିବ ନାହିଁ। ତାହା ଅନ୍ୟାୟ, ଅବିବେକିତା ଓ ଅସଭ୍ୟତାର ଏକ…

ପରମାଣୁ ଅସ୍ତ୍ର ଛାୟାରୁ ମୁକ୍ତି

ବର୍ତ୍ତମାନର ବିଶ୍ୱରେ ଲାଗିରହିଛି ତିନୋଟି ମହାସମର। ତନ୍ମଧ୍ୟରୁ ରୁଷିଆ-ୟୁକ୍ରେନ୍‌ ଏବଂ ଇସ୍ରାଏଲ-ପାଲେଷ୍ଟାଇନ୍‌ ଯୁଦ୍ଧ ବର୍ଷ ବର୍ଷ ଧରି ଚାଲିଥିଲା ବେଳେ ନିକଟରେ ଆରମ୍ଭ ହୋଇଛି ଅତୀବ ଭୟଙ୍କର…

ଚର୍ଚ୍ଚାରେ କଣ୍ଠଶିଳ୍ପୀ ଦିପ୍ତିରେଖା: ପ୍ରଧାନମନ୍ତ୍ରୀ ମୋଦି ଶେୟାର କଲେ…

ଭୁବନେଶ୍ୱର,୨୩ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢୀଙ୍କ ଭକ୍ତିମୟ ଭଜନ ‘ଦୁର୍ଗତି ନାଶିନୀ ମା’ର ଭିଡ଼ିଓ ଲିଙ୍କ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri