ନିର୍ବାଚନ ପୂର୍ବରୁ ପୁଣି ଜଣେ ଭାଜପା ନେତାଙ୍କୁ ମାଓବାଦୀଙ୍କ ହତ୍ୟା

ମାଲକାନଗିରି,୭ା୩(ଦୁର୍ଯ୍ୟୋଧନ ପାତ୍ର)ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁରରେ ମାଓବାଦୀମାନେ ପୁଣି ଜଣେ ଭାଜପା ନେତାଙ୍କୁ ବୁଧବାର ଗୁଳି କରି ହତ୍ୟା କରିବା ସହ ତାଙ୍କ ଜେସିବିରେ ନିଅଁା ଲଗାଇ ଦେଇଛନ୍ତି। ଏହି ଘଟଣା ଜଙ୍ଗଲାର କୋଟାମେଟା ଅଞ୍ଚଳରେ ଘଟିଛି।
ସୂଚନା ଅନୁଯାୟୀ, ଭାଜପା ନେତା ତଥା ଟ୍ରେଡର୍ସ ସେଲ୍‌ର ସଂଘ ଉପାଧ୍ୟକ୍ଷ ଜଙ୍ଗଲାର ବାସିନ୍ଦା କୈଳାସ ନାଗଙ୍କୁ ବୁଧବାର ସନ୍ଧ୍ୟାରେ କୋଟମେଟାଠାରେ ମାଓବାଦୀମାନେ ହତ୍ୟା କରିଥିଲେ। ଜଙ୍ଗଲାର ଥାନାଠାରୁ ପ୍ରାୟ ୧୨ କି.ମି. ଦୂରରେ ଥିବା କୋଟାମେଟାଠାରେ ଏକ ନୂତନ ପୋଖରୀ ଖୋଳା ଚାଲିଥିଲା। ଏଠାରେ କୈଲାସଙ୍କ ଜେସିବିରେ ପୋଖରୀ ଖୋଳା ହେଉଥିଲା। ଏହି ସମୟରେ ମାଓବାଦୀମାନେ କୈଲାସଙ୍କୁ ହତ୍ୟା କରିଥିଲେ।
ସୂଚନଯୋଗ୍ୟ, ୬ ଦିନ ମଧ୍ୟରେ ମାଓବାଦୀମାନେ ଏହାକୁ ମିଶାଇ ୨ ଭାଜପା ନେତାଙ୍କୁ ହତ୍ୟା କରିଛନ୍ତି। ଗତ ଶୁକ୍ରବାର ଭାଜପା ନେତା ତଥା ଜିଲା ସଦସ୍ୟ ତିରୁପତି କାଟଲା ତୋଏନା ଗଁାରେ ଏକ ବିବାହ ଉତ୍ସବକୁ ଯାଇଥିଲା ବେଳେ ମାଓବାଦୀମାନେ ଧାରୁଆ ଅସ୍ତ୍ରରେ ତାଙ୍କୁ ହତ୍ୟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅବହେଳାର ପ୍ରତିବାଦ: ବର୍ଷାଜଳ ନିଷ୍କାସନ ନ ହେବାରୁ ଅନେକ ଗ୍ରାମର ଚାଷ ଜମି ଜଳମଗ୍ନ, ଆନ୍ଦୋଳନ ଚେତାବନୀ

ହାଟଡିହୀ/ଛେନାପଦୀ,୧୧।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ, ଯାହାଫଳରେ ଚାଷ କାର୍ଯ୍ୟରେ ଗୁରୁତର…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ନିଖୋଜ ହୋଇଥିଲେ ୧୬ ବର୍ଷିୟା ନାବାଳିକା: ପାରଳାଖେମୁଣ୍ଡିରୁ ମହିଳାଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ପୋଲିସ

ପାରଳାଖେମୁଣ୍ଡି,୧୧।୮(ଗିରିଧାରୀ ପରିଛା): ନାବାଳିକା ଅପହରଣ ମାମଲାରେ ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ୱନାଥ ନଗରରେ ଏକ ଭଡ଼ା ଘରେ ରହୁଥିବା ଝୁନି ଜେନା ନାମକ ଜଣେ ମହିଳାଙ୍କୁ…

ବିନା ଆନ୍ଦୋଳନରେ କାମ କରୁନି ପ୍ରଶାସନ: ଜାତୀୟ ରାଜପଥ ଅବରୋଧ ପରେ ମରାମତି କାର୍ଯ୍ୟ ଆରମ୍ଭ

କୁଆଁରମୁଣ୍ଡା,୧୧।୮(ମହେନ୍ଦ୍ର କୁମାର ସାହୁ): ଏବେ ବିନା ଆନ୍ଦୋଳନ କିମ୍ବା ଧର୍ମଘଟରେ ଆଉ କୌଣସି କାର୍ଯ୍ୟ ହେଉନାହିଁ। ପ୍ରଶାସନ କେବଳ ପୂର୍ବରୁ ସବୁ ଦେଖି ଚୁପ୍ ବସୁଛି ଏବଂ…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଦିଗପହଣ୍ଡି ପେଟ୍ରୋଲ ପମ୍ପରେ ଠକେଇ ଅଭିଯୋଗ: ତାତିଲେ ଲୋକେ, ପୋଲିସ ହସ୍ତକ୍ଷେପ ପରେ…

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥ ପିତାମ୍ବରପୁର ଗ୍ରାମ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରେ ମଙ୍ଗଳବାର ଜଣେ ଗ୍ରାହକଙ୍କ…

ରାସ୍ତା ନା କାଦୁଅ ବିଲ…ଥୁଆମୂଳ ରାମପୁରରେ ବିପର୍ଯ୍ୟସ୍ତ ରାସ୍ତା; ଆମ୍ବୁଲାନ୍ସ ଯିବା ବି କଷ୍ଟକର

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ପାଡେପଦର ଗ୍ରାମପଞ୍ଚାୟତର ଦୁରେଶପଦର ଶିବମନ୍ଦିର ଛକଠାରୁ ଡୁମୁଲି ନାଳ ପର୍ଯ୍ୟନ୍ତ ଯାଇଥିବା ମୁଖ୍ୟ ରାସ୍ତାଟି…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri