Posted inଜାତୀୟ

ମହୁଆଙ୍କୁ ପୁଣି ସୁଯୋଗ, ୟୁସୁଫଙ୍କ ଉପରେ ଲାଗିଲା ବାଜି, ମଇଦାନରେ ଶତ୍ରୁଘ୍ନ

କୋଲକାତା,୧୦।୩: ଲୋକ ସଭା ନିର୍ବାଚନ ୨୦୨୪ପାଇଁ ରବିବାର (ମାର୍ଚ୍ଚ ୧୦) ରେ ତ୍ରୁଣମୂଳ କଂଗ୍ରେସ (ଟିଏମସି) ୪୨ ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଟିଏମସିର ଏହି ତାଲିକାରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱରେ ଦଳ, ପୂର୍ବତନ ଏମପି ମହୁଆ ମୋଇତ୍ରାଙ୍କୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାର ସୁଯୋଗ ଦିଆଯାଇଛି। ପୂର୍ବତନ କ୍ରିକେଟର କିର୍ତ୍ତି ଆଜାଦ ଏବଂ ୟୁସୁଫ ପଠାନଙ୍କୁ ମଧ୍ୟ ନିର୍ବାଚନମଇଦାନକୁ ଓହ୍ଲାଇଛି ଦଳ।
ଟିଏମସି ତାଲିକାରେ ମହୁଆଙ୍କ ବ୍ୟତୀତ ଦଳ ଟିମ ଇଣ୍ଡିଆ ପାଇଁ କ୍ରିକେଟ ଖେଳିଥିବା ୟୁସୁଫ ପଠାନଙ୍କ ଉପରେ ମଧ୍ୟ ନିଜର ବାଜି ଲଗାଇଥିବାବେଳେ ଅଭିନୟ ଜଗତରୁ ରାଜନୀତିରେ ପ୍ରବେଶ କରିଥିବା ଶତ୍ରୁଘ୍ନ ସିହ୍ନାଙ୍କୁ ମଧ୍ୟ ସୁଯୋଗ ଦିଆଯାଇଛି। ସିହ୍ନା ମଧ୍ୟ ଆସାନସୋଲ ଆସନରୁ ବର୍ତ୍ତମାନର ଏମପି ଅଛନ୍ତି।

ଯେଉଁସବୁ ଆସନ ପାଇଁ ଟିଏମସି ପ୍ରାର୍ଥୀ ଘୋଷଣା କରିଛି ସେଥିରେ ଅନେକ ବଡ ବଡ ନାଁ ବି ସାମିଲ ହୋଇଛି। ପାର୍ଟି ବାରକପୁର ଆସନରୁ ଅର୍ଜୁନ ସିଂଙ୍କ ଟିକେଟକୁ ମଧ୍ୟ ବାତିଲ କରିଦେଇଛି। ପାର୍ଟି ମଧ୍ୟ ନୁସରତ ଜାହାନଙ୍କ ଟିକେଟ ବାତିଲ କରିଛି। ହଜି ନୁରୁଲ ଇସଲାମଙ୍କୁ ନୁସରତ ଜାହାନଙ୍କ ଲୋକ ସଭା ଆସନ ବାସିରହାଟରୁ ମଇଦାନକୁ ଓହ୍ଲାଇଛି। ଏଥି ସହିତ ପୂର୍ବତନ କ୍ରିକେଟର କିର୍ତ୍ତି ଆଜାଦଙ୍କୁ ମଧ୍ୟ ବର୍ଦ୍ଧମାନ-ଦୁର୍ଗାପୁରରୁ ପ୍ରାର୍ଥୀ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri