ଭୁବନେଶ୍ୱରରେ କାର୍ଯ୍ୟକ୍ଷମ ହେଲା ଆଉ ଏକ କୋଭିଡ୍‌ ହସ୍ପିଟାଲ

ଭୁବନେଶ୍ୱର,୨୭।୭(ବ୍ୟୁରୋ)-ଭୁବନେଶ୍ୱରରେ ଆଉ ଏକ କୋଭିଡ୍‌ ହସ୍ପିଟାଲ ସୋମବାରଠାରୁ କାର୍ଯ୍ୟକ୍ଷମ ହୋଇଛି। ଚନ୍ଦ୍ରଶେଖରପୁର ସ୍ଥିତ ଆଦିତ୍ୟ ଅଶ୍ୱିନୀ ହସ୍ପିଟାଲରେ ଏହି ବ୍ୟବସ୍ଥା ହୋଇଛି। ଏହି ହସ୍ପିଟାଲରେ ୧୫୦ ଶଯ୍ୟାର ବ୍ୟବସ୍ଥା ରହିଥିବା ବେଳେ ୩୦ଟି ଆଇସିୟୁର ବେଡ୍‌ ରହିଛି। ବିଏମ୍‌ସି ଓ ହସ୍ପିଟାଲ ପକ୍ଷରୁ ପିପିପି ମାଧ୍ୟମରେ ଏହି ସେବା କରାଯିବା ପାଇଁ ସ୍ଥିର ହୋଇଛି। ସୋମବାର ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ ଓ ହସ୍ପିଟାଲ୍‌ ମଧ୍ୟରେ ଏମ୍‌ଓୟୁ ପରେ ହସ୍ପିଟାଲ୍‌ଟି ବିଧିବଦ୍ଧ ଭାବେ କାର୍ଯ୍ୟକ୍ଷମ ହୋଇଛି। ଆଦିତ୍ୟ ଅଶ୍ୱିନୀ ହସ୍ପିଟାଲ ବ୍ୟତୀତ ହାଇଟେକ୍‌ ହସ୍ପିଟାଲ୍‌ରେ ମଧ୍ୟ ବିଏମ୍‌ସି ସହଯୋଗରେ ଏକ ୫୫୦ ସଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍ପିଟାଲ୍‌ ପ୍ରସ୍ତୁତ ହୋଇଛି। ସେହିପରି ଭୁବନେଶ୍ୱରର ତିନୋଟି ଜୋନ୍‌ରେ କୋଭିଡ୍‌ କେୟାର ହୋମ୍‌ ଖୋଲାଯାଇ ପ୍ରତି ହୋମ୍‌ରେ ୫୦ଟି ଲେଖାଏ ଶଯ୍ୟା ବ୍ୟବସ୍ଥା କରିବା ପାଇଁ ବିଏ୍‌ମସି ପ୍ରକ୍ରିୟା ଆରମ୍ଭ କରିଛି। ପୂର୍ବରୁ ଭୁବନେଶ୍ୱରରେ ସମ୍‌ ଓ କିମ୍ସ ଦୁଇଟି କୋଭିଡ୍‌ ହସ୍ପିଟାଲରେ କରୋନା ଚିକିତ୍ସା ହେଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଇଣ୍ଡି’ ମେଣ୍ଟର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଅଖଚକ ସବୁ ବନ୍ଦ

ଭୁବନେଶ୍ୱର,୮।୧୦: ଗୁରୁବାର ସକାଳୁ ସକାଳୁ ସାରା ଓଡ଼ିଶାରେ ‘ଓଡ଼ିଶା ବନ୍ଦ’ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ୪ଦଫା ଦାବିରେ କଂଗ୍ରେସ ସହ ୯ଟି ବିରୋଧି ଦଳ ଏହି…

ଆଜି ଓଡ଼ିଶା ବନ୍ଦ

ଭୁବନେଶ୍ୱର, ୮ା୧୦, (ରବିନାରାୟଣ ଜେନା): କଂଗ୍ରେସ ନେତୃତ୍ୱରେ ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ୪ ଦଫା ଦାବି ନେଇ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ରୁ…

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?