ଭୂସ୍ଖଳନ ଘଟଣା: ରାଜପଥରେ ପୁଣି ଫାଟ, ବଢ଼ିଲା ବିପଦ

ଦାରିଙ୍ଗବାଡ଼ି,୬ା୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି଼କୁ ସଂଯୋଗ କରୁଥିବା ୫୯ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଗତ ମାସରେ ହୋଇଥିବା ଭୁସ୍ଖଳନ ପରେ ରାଜପଥ ବିଭାଗ ପକ୍ଷରୁ ମରାମତି କାର୍ଯ୍ୟ କରଯାଇଥିଲା। ଏଥିପାଇଁ ଏକାଧିକ ଠିକାସଂସ୍ଥା ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ ମରାମତି କାର୍ଯ୍ୟ କରାଯାଇଥିଲା। ହେଲେ କାମ ଶେଷ ହେବାର ମାତ୍ର ଏକ ସପ୍ତାହ ମଧ୍ୟରେ ଏବେ ପୁଣି ସେହି ସ୍ଥାନରେ ବଡ଼ବଡ଼ ଫାଟ ଦେଖା ଦେଲାଣି। ଫଳରେ ସେହି ରାସ୍ତା ଦେଇ ଯାତାୟାତ କରିବା ବିପଦ ଦେଖାଦେଇଛି। ସେଠାରେ ଫାଟ ହୋଇଥିଲେ ମଧ୍ୟ ବିଭାଗର କୌଣସି ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ନ ଥିବା ଜଣାପଡ଼ିଛି। ସେପଟେ ଦୈନିକ ଉକ୍ତ ରାଜପଥ ଉପରେ ନିର୍ଭର କରୁଥିବା ଯାତ୍ରୀ ଅସନ୍ତୋଷ ପ୍ରକାଶ କରୁଥିବା ବେଳେ ନିମ୍ନମାନର କାର୍ଯ୍ୟ କରାଯାଇଥିବା ମଧ୍ୟ ଅଭିଯୋଗ କରିଛନ୍ତି। ଏନେଇ ବିଭାଗର କନିଷ୍ଠ ଯନ୍ତ୍ରୀ ଜୟଦେବ ଦେ କହିଛନ୍ତି, କାମ ଅସ୍ଥାୟୀ ଭାବେ କରାଯାଇଛି ଏବଂ ଭଲ କାର୍ଯ୍ୟ କରାଯାଇଛି। ଗାଡ଼ିମୋଟର ଚଳାଚଳରେ କୌଣସି ସମସ୍ୟା ନ ଥିବା ଏବଂ ମଙ୍ଗଳବାରଠାରୁ ସେହି ରାଜପଥରେ ସମସ୍ତ ଗାଡ଼ିମୋଟର ଛଡ଼ାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

ସମ୍ବଲପୁର କଂଗ୍ରେସ ଯୁବନେତା ବିଜେଡି ମୁହାଁ

ସମ୍ବଲପୁର,୨୬ା୪(ଭବାନୀ ଶଙ୍କର ଭୋଇ):ରାଜ୍ୟରେ କଂଗ୍ରେସ ଦଳର ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ରୀୟ ନେତୃତ୍ୱ ନିଜର କର୍ମୀମାନଙ୍କ ଭିତରେ ଉତ୍ସାହ...

ବାପାଙ୍କ ବଦଳରେ ଲଢିବେ ଝିଅ: ୨୭ରେ ଘୋଷଣା କରିପାରେ କଂଗ୍ରେସ

କଟକ,୨୬।୪(ଶିଳ୍ପା ପ୍ରିୟଦର୍ଶିନୀ):କଂଗ୍ରେସ ପକ୍ଷରୁ ଆସନ୍ତା ୨୭ ତାରିଖରେ ବାଲିଯାତ୍ରା ଉପର ପଡ଼ିଆରେ ଏକ ବଡ଼ ସଭା ହେବ ଏବଂ ସେଥିରେ ଦଳ ମହମ୍ମଦ ମୋକିମଙ୍କ ବଡ଼...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri