Posted inଜାତୀୟ

ଫେସ୍‌ବୁକ ବନ୍ଧୁଙ୍କୁ ବିବାହ କରିବା ପାଇଁ ଶ୍ରୀଲଙ୍କାରୁ ଭାରତ ଆସିଲେ ଯୁବତୀ

ନୂଆଦିଲ୍ଲୀ,୩୦।୭: ପାକିସ୍ତାନରୁ ଭାରତ ପଳାଇଆସିଥିବା ସୀମା ହେଦର ଏବଂ ଭାରତରୁ ପାକିସ୍ତାନରେ ପହଞ୍ଚିଥିବା ଅଞ୍ଜୁଙ୍କ ପ୍ରେମ କାହାଣୀକୁ ନେଇ ଚର୍ଚ୍ଚା ଥମିନାହିଁ। ଏବେ ଜଣେ ଶ୍ରୀଲଙ୍କା ମହିଳା ନିଜ ଫେସବୁକ ବନ୍ଧୁଙ୍କୁ ବିବାହ କରିବା ପାଇଁ ଭାରତରେ ପହଞ୍ଚିଛନ୍ତି।
ଶ୍ରୀଲଙ୍କା ବାସିନ୍ଦା ବିଗ୍ନେଶ୍ୱରୀ (୨୫) ୬ ବର୍ଷ ପୂର୍ବେ ଫେସବୁକରେ ଆନ୍ଧ୍ରପ୍ରଦେଶର ଚିତ୍ତୋର ଜିଲାର ବାସିନ୍ଦା ଲକ୍ଷ୍ମଣଙ୍କୁ ଭେଟିଥିଲେ। ଉଭୟଙ୍କ ମଧ୍ୟରେ କଥାବାର୍ତ୍ତା ଆରମ୍ଭ ହୋଇଥିଲା ଏବଂ ଧୀରେ ଧୀରେ ବନ୍ଧୁତା ପ୍ରେମରେ ପରିଣତ ହୋଇଥିଲା। ଦୀର୍ଘ ସମୟ କଥା ହେବା ପରେ ଦୁହେଁ ବିବାହ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବିଗ୍ନେଶ୍ୱରୀ କଲମ୍ବୋରୁ ବିମାନ ଯୋଗେ ଜୁଲାଇ ୮ରେ ଚେନ୍ନାଇରେ ପହଞ୍ଚିଥିଲେ। ଏଠାରେ ଲକ୍ଷ୍ମଣ ତାଙ୍କୁ ଘରକୁ ଆଣିଥିଲେ। ଏଠାରେ ଦୁହେଁ ଜୁଲାଇ ୨୦ରେ କୋଟା ମଣ୍ଡଳର ଏକ ମନ୍ଦିରରେ ବିବାହ କରିଥିଲେ। ଏହି ବିବାହ ପାଇଁ ଲକ୍ଷ୍ମଣଙ୍କ ପରିବାର ସଦସ୍ୟ ମଧ୍ୟ ସମ୍ମତି ପ୍ରକାଶ କରିଥିଲେ। ବିଗ୍ନେଶ୍ୱରୀ ଟୁରିଷ୍ଟ ଭିଜାରେ ଭାରତ ଆସିଛନ୍ତି। ଏହା ଅଗଷ୍ଟ ୧୫ରେ ଶେଷ ହେବ। ପୋଲିସ ତାଙ୍କୁ ଡାକି ଧାର୍ଯ୍ୟ ତାରିଖ ପୂର୍ବରୁ ଦେଶ ଛାଡିବାକୁ କହିଛନ୍ତି।
ବିଗ୍ନେଶ୍ୱରୀ କହିଛନ୍ତି, ମୁଁ ମୋ ସ୍ବାମୀଙ୍କ ସହିତ ଏଠାରେ ରହିବାକୁ ଚାହୁଁଛି। ସରକାର ଅନୁରୋଧ ମୋ ରହିବା ପାଇଁ ବ୍ୟବସ୍ଥା କରାଯାଉ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri