ଭୁବନେଶ୍ୱର, ୧୩।୧୧: ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ଶୁକ୍ରବାର ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ପରବର୍ତ୍ତୀ ସମୟରେ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତିକରି ଶନିବାର ବେଳକୁ ସ୍ପଷ୍ଟ ଲଘୁଚାପ ଏବଂ ୧୫ ତାରିଖ ରବିବାର ଦିନ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ସୂଚନା ଦେଇଛି। ସେପଟେ ୧୬ ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟା ସମ୍ଭାବନା ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ସାରିଛି। ୧୫ ବେଳକୁ ଆହୁରି ଘନୀଭୂତ ହୋଇ ଅବପାତ, ୧୬ରେ ବାତ୍ୟା ହୋଇପାରେ।

