୨୬ରେ ଆଉ ଏକ ଘୂର୍ଣ୍ଣିବଳୟ

ଭୁବନେଶ୍ୱର,୧୯। ୧୦(ବ୍ୟୁରୋ): ଆସନ୍ତା ୨୬ରେ ଉତ୍ତର ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶା ସମେତ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୨୮ ତାରିଖରେ ଉତ୍ତର ପଶ୍ଚିମ ଦିଗରୁ ବାୟୁ ପ୍ରବାହ ଆରମ୍ଭ ହେବ। ଏଥିଯୋଗୁ ରାତ୍ରିରେ ତାପମାତ୍ରା କମିବା ସହ ଶୀତର ଆଗମନ ହେବ।
ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ଭଦ୍ରକ, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁର ଆଦି ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲାଗୁଡ଼ିକ ସକାଶେ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଜାରି କରାଯାଇଛି।
ସେହିପରି ୨୦ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ୱର ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ ଓ ଅନୁଗୋଳ ଜିଲାରେ ଘଡ଼ଘଡ଼ି ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?