ଆଜି ସୃଷ୍ଟି ହେବ ଘୂର୍ଣ୍ଣିବଳୟ! ଆସୁଛି…

ଭୁବନେଶ୍ୱର,୨୧।୧୧:ପୁଣି ଘନେଇଲାଣି ବାତ୍ୟା ଭୟ। ବଙ୍ଗୋପସାଗରରେ ଆସୁଛି ଆଉ ଏକ ବାତ୍ୟା ! ନିକଟରେ ଓଡ଼ିଶା ଉପକୂଳରେ ମାଡ ହୋଇଥିଲା ଭୀଷଣ ସାମୁଦ୍ରିକ ଝଡ ‘ଦାନା’। ତେବେ ଉତ୍ତର ଓଡ଼ିଶାରେ ଏହାର ପ୍ରଭାବ ଦେଖିବାକୁ ମିଳିଥିବାବେଳେ ଏବେ ଆଉ ଏକ ବାତ୍ୟା ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ବା IMD ।

ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆଜି ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଆଉ ପରେ ୨୨ ଓ ୨୩ ତାରିଖରେ ଏହା ଅଧିକ ଘନିଭୂତ ହୋଇପାରେ । ବର୍ତ୍ତମାନ ରାଜ୍ୟରେ ଧାନ କଟା ଆରମ୍ଭ ହୋଇସାରିଥିବା ବେଳେ ପାଣିପାଗକୁ ନେଇ ବଡ ଅପଡେଟ ସାମ୍ନାକୁ ଆସିଛି । ବଙ୍ଗୋପସାଗରରେ ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ଯଥେଷ୍ଟ ସମ୍ଭାବନା ରହିଛି । ଏହି ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ୨୩ ତାରିଖ ବେଳକୁ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ହେବ। ଲଘୁଚାପର ଗତି ଉତ୍ତର, ଉତ୍ତର-ପଶ୍ଚିମ ଦିଗରେ ରହିବ । IMD ପୂର୍ବାନୁମାନ କରିଛି ଯେ, ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ସାମୁଦ୍ରିକ ଝଡ଼ ବା ବାତ୍ୟାରେ ପରିଣତ ହୋଇପାରେ ।

ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ପରେ ତାହା କ୍ରମଶ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରିପାରେ । ତେବେ ଲଘୁଚାପ ସାମୁଦ୍ରିକ ଝଡ଼ର ରୂପ ନେଇପାରେ । ଶ୍ରୀଲଙ୍କା ଓ ଦକ୍ଷିଣ ଭାରତରେ ଆସନ୍ତା ସପ୍ତାହ ମଧ୍ୟ ଭାଗରେ ପ୍ରଭାବ ପକାଇବ ବୋଲି ପାଣିପାଗ ବିଜ୍ଞାନୀ ଜାସନ ନିକୋଲସ ଆକଳନ କରିଛନ୍ତି।

ତେବେ ପ୍ରାଥମିକ ଆକଳନ ଅନୁଯାୟୀ ଏହା ତାମିଲନାଡୁ-ଶ୍ରୀଲଙ୍କା ଉପକୂଳ ଛୁଇଁପାରେ । ଓଡ଼ିଶା ଉପରେ ଏହାର ପ୍ରଭାବ ରହିବ କି ନାହିଁ ସେ ନେଇ ଏବେ ଠାରୁ ପୂର୍ବାନୁମାନ କରାଯାଇ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି…

ହର୍ମୁଜ ଖୋଲିବା ନେଇ ଇରାନର ସସପେନ୍ସ , ଯୁଦ୍ଧବିରତି ସର୍ତ୍ତ ଉପରେ କହିଲା-ଠିକ୍‌ ସମୟରେ…

ଓ୍ବାଶିଂଟନ୍‌୬।୪: ଇରାନ-ଆମେରିକା ବିବାଦ ମଧ୍ୟରେ, ଇରାନ ସୂଚିତ କରିଛି ଯେ ହର୍ମୁଜ ପ୍ରଣାଳୀ ଏବେ ଏହାର ନିୟନ୍ତ୍ରଣରେ ଏକ ରଣନୈତିକ ଉପକରଣ ପାଲଟିଛି। ଇରାନ ରିଭୋଲ୍ୟୁସନାରୀ ଗାର୍ଡ…

କାଳବୈଶାଖୀ ବର୍ଷା ସହ କୁଆପଥର ମାଡ଼: ବେହାଲ ହେଲା ଅତାବିରା ଅଞ୍ଚଳ, ଚାଷୀକୂଳ ହତାଶ

ଅତାବିରା, ୬।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଅଞ୍ଚଳରେ ସୋମବାର କାଳବୈଶାଖୀ ଝଡବର୍ଷା ସହ ପ୍ରଚୁର କୁଆପଥର ମାଡ଼ ହୋଇଛି l ଫଳରେ ଅତାବିରା ଅଞ୍ଚଳ ବେହାଲ…

ପ୍ରଶଂସକଙ୍କୁ ଗୁଡ୍‌ନ୍ୟୁଜ୍‌ ଦେଲେ କରିଶ୍ମା: ଖୁବ୍‌ଶୀଘ୍ର…

ଅଭିନେତ୍ରୀ କରିଶ୍ମା ତନ୍ନା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ସେ ତାଙ୍କ ସ୍ବାମୀ ବରୁଣ ବାଙ୍ଗେରା ସହ ଫଟୋ ଶେୟାର କରି ପ୍ରଶଂସକଙ୍କୁ ଏହି ଗୁଡ୍‌ନ୍ୟୁଜ୍‌ ଦେଇଛନ୍ତି।…

ଇରାନକୁ ଭିତିରିଆ ଶକ୍ତି ଯୋଗାଉଛନ୍ତି ଏହି ୨ ଦେଶ, ଏହି କାରଣରୁ ଶେଷ ହେଉନାହିଁ ଯୁଦ୍ଧ! ଚାଞ୍ଚଲ୍ୟକର ଖୁଲାସା

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ହର୍ମୁଜ ପ୍ରଣାଳୀ ଖୋଲିବା ନେଇ…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

ହାତକୁ ଦି’ ହାତ ହେଲେ IIT ବାବା: ଜାଣନ୍ତୁ କାହାକୁ ବାଛିଲେ ଜୀବନସାଥୀ

ଧର୍ମଶାଳା,୬।୪: ପ୍ରୟାଗରାଜ ମହାକୁମ୍ଭ ସମୟରେ ନିଜର ଅନନ୍ୟ ଶୈଳୀ ଏବଂ ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ପାଇଁ ଜାତୀୟ ସ୍ତରରେ ପ୍ରସିଦ୍ଧି ଲାଭ କରିଥିବା ଆଇଆଇଟିଏନ ବାବା ଓରଫ୍‌ ଅଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri