Posted inଜାତୀୟ

ଲାଲୁଙ୍କ ଆଉ ଜଣେ ଝିଅଙ୍କୁ ଇଡିର ପଚରାଉଚରା

ନୂଆଦିଲ୍ଲୀ,୧୨ା୪: ଚାକିରି ଦୁର୍ନୀତି ମାମଲାରେ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଏବଂ ତାଙ୍କ ପରିବାର ସଦସ୍ୟଙ୍କ ପିଛା ଛାଡୁନି ସମସ୍ୟା। ସୂଚନାନୁଯାୟୀ, ଲାଲୁଙ୍କ ଆଉ ଜଣେ ଝିଅ ମଧ୍ୟ ଇଡି ନଜରକୁ ଆସିଛନ୍ତି। ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବଙ୍କୁ ପଚରାଉଚରା କରିବା ପରେ ବର୍ତ୍ତମାନ ଲାଲୁ ପ୍ରସାଦ ଯାଦବଙ୍କ ଚତୁର୍ଥ ସାନ ଝିଅ ରାଗିଣୀଙ୍କୁ କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି ଏନ୍‌ଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ ଅର୍ଥାତ୍‌ ଇଡିରେ ପଚରାଉଚରା ପାଇଁ ଡକାଯାଇଛି। ଜମି ବଦଳରେ ଚାକିରି ଦେବା ମାମଲାରେ ରାଗିଣୀ ଯାଦବଙ୍କୁ ଡକାଯାଇଥିବା ଜଣାପଡ଼ିଛି।

ବୁଧବାର ଲାଲୁଙ୍କ ଝିଅ ରାଗିଣୀ ପଚରାଉଚରା ପାଇଁ ଇଡି ମୁଖ୍ୟାଳୟରେ ପହଞ୍ଚିଥିଲେ। ଯେତେବେଳେ ରାଗିଣୀ ଯାଦବ ଇଡି ମୁଖ୍ୟାଳୟରେ ପହଞ୍ଚିଲେ, ତାଙ୍କ ସ୍ବାମୀ ରାହୁଲ ଯାଦବ ମଧ୍ୟ ତାଙ୍କ ସହ ଆସି ତାଙ୍କୁ ଇଡି ମୁଖ୍ୟାଳୟର ମୁଖ୍ୟ ଫାଟକ ନିକଟରେ ଛାଡ଼ି ଯାଇଥିଲେ। ଏହି ମାମଲାରେ ଲାଲୁଙ୍କ ବଡ଼ ଝିଅ ତଥା ରାଜ୍ୟସଭା ଏମ୍‌ପି ଡ ମିସା ଭାରତୀଙ୍କୁ ମଧ୍ୟ ଇଡି ପଚରାଉଚରା କରିଛି। ମାର୍ଚ୍ଚ ୨୫ରେ ରାଜ୍ୟସଭା ଏମ୍‌ପି ମିସା ଭାରତୀଙ୍କୁ ଇଡି ପଚରାଉଚରା ପାଇଁ ଡାକିଥିଲା। ଏହା ପରେ, ଏପ୍ରିଲ ୧୧ରେ ତେଜସ୍ବୀ ଯାଦବଙ୍କୁ ପଚରାଉଚରା ପାଇଁ ଡକାଯାଇଥିଲା।

ତେଜସ୍ବୀ ଯାଦବଙ୍କୁ ପ୍ରାୟ ସାଢ଼େ ୮ ଘଣ୍ଟା ଧରି ଇଡି ପଚରାଉଚରା କରିଥିଲା। ଲାଲଙ୍କର ୭ ଝିଅ ଏବଂ ଦୁଇ ପୁଅ ଅଛନ୍ତି। ୭ ଝିଅଙ୍କ ମଧ୍ୟରୁ ରାଗିଣୀ ୪ ନମ୍ବର। ଯିଏ କି କୋଟିପତି ମଧ୍ୟ ଅଟନ୍ତି। ଗତ କିଛି ଦିନ ପୂର୍ବେ ଲାଲୁ ପରିବାର ସହ ଜଡ଼ିତ ଅନେକ ଲୋକଙ୍କ ବାସଭବନରେ ଇଡି ପକ୍ଷରୁ ଚଢ଼ାଉ ହୋଇଥିଲା। ସେହି ସମୟରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରମାଣ ଏବଂ ଦଲିଲ ଜବତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri