Odisha Elections 2024

ଆସୁଛି ଆଉ ଏକ ଲଘୁଚାପ, ବଢ଼ିବ ବର୍ଷା

ଭୁବନେଶ୍ୱର,୨୪ା୭(ଅନୁରାଧା ମହାରଣା): ସାରା ରାଜ୍ୟରେ ଏବେ ମୌସୁମୀ ବର୍ଷା ଜାରି ରହିଛି। ଖରା, ଗୁଳୁଗୁଳି ଭିତରେ ତୁହାକୁ ତୁହା ବର୍ଷୁଛି। ଶନିବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ରବିବାର ଦକ୍ଷିଣ ଓଡ଼ିଶା ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ୩.୧ କିମି ଉଚ୍ଚତାରେ ବାୟୁମଣ୍ଡଳରେ ସକ୍ରିୟ ରହିଛି। ତେବେ ସୋମବାର ପଶ୍ଚିମ-କେନ୍ଦ୍ରୀୟ ତତ୍‌ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆଉଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ଘନୀଭୂତ ହୋଇ ପରବର୍ତ୍ତୀ ୨୪ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ୨୫ ତାରିଖରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବା ସହ ବିସ୍ତୃତ ଭାବେ ବର୍ଷିବ। ବିଶେଷକରି ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ତେବେ ସୋମବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଦେବଗଡ଼, ଢେଙ୍କାନାଳ, ଗଜପତି, ରାୟଗଡ଼ା, ଗଞ୍ଜାମ ଓ କନ୍ଧମାଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଉକ୍ତ ଜିଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୨୫ ତାରିଖରେ ଦକ୍ଷିଣ ଓଡ଼ିଶା ସମେତ ଉତ୍ତର ଓଡ଼ିଶାରେ ମଧ୍ୟ ବର୍ଷା ହେବ। ବିଶେଷକରି ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ ଓ ବଲାଙ୍ଗୀର ଜିଲାକୁ ଅଧିକ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ରହିଛି। ୨୬ ତାରିଖରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ହୋଇପାରେ। କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, ରାୟଗଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟପଟେ ସୋନପୁର, ବୌଦ୍ଧ, କଟକ, ଖୋର୍ଦ୍ଧା, ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର ଓ ନୟାଗଡ଼ ଜିଲାରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ୨୭ ଓ ୨୮ ତାରିଖରେ ବଲାଙ୍ଗୀର, କଳାହାଣ୍ଡି, ନୂଆପଡ଼ା, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, କନ୍ଧମାଳ ଓ ରାୟଗଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଅନୁଗୋଳ, ଢେଙ୍କାନାଳ, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ସୋନପୁର, ବୌଦ୍ଧ, ନୟାଗଡ଼, କଟକ, ଖୋର୍ଦ୍ଧା, ପୁରୀ, ଜଗତ୍‌ସିଂହପୁର ଆଦି ଅଞ୍ଚଳରେ ମଧ୍ୟ ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିବା ସହ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି।

ଜୁନ୍‌, ଜୁଲାଇରେ ୧୩% କମ୍‌ ବର୍ଷା

ଚଳିତ ମୌସୁମୀ ଋତୁରେ ରାଜ୍ୟରେ ନିଅଣ୍ଟିଆ ବର୍ଷା ହୋଇିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଜୁନ ୧ରୁ ଜୁଲାଇ ୨୩ ସୁଦ୍ଧା ରାଜ୍ୟରେ ୪୦୧.୩ ମିମି ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ବାଭାବିକ ବର୍ଷା ୪୫୮.୮ ମିମି ତୁଳନାରେ ୧୩ ପ୍ରତିଶତ କମ୍‌ ରହିଛି। ଏହି ସମୟ ମଧ୍ୟରେ ମାଲକାନଗିରି ଜିଲାରେ ସର୍ବାଧିକ ୬୮୪.୪ ମିମି ବର୍ଷା ହୋଇଥିବାବେଳେ ଏହା ସ୍ବାଭାବିକ ବର୍ଷାଠାରୁ ୪୨ ପ୍ରତିଶତ ଅଧିକ ରହିଛି। ଅନ୍ୟପକ୍ଷରେ ଗଞ୍ଜାମ ଜିଲାରେ ସର୍ବନିମ୍ନ ୨୨୧.୮ ମିମି ଅର୍ଥାତ୍‌ ସ୍ବାଭାବିକ ବର୍ଷାଠାରୁ ୩୬ ପ୍ରତିଶତ କମ୍‌ ହୋଇଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘୧୮ ମାସରେ ଚିଟ୍‌ଫଣ୍ଡ ଦୋଷୀଙ୍କୁ ଜେଲ୍‌ରେ ପୂରାଇବୁ’

ସମ୍ବଲପୁର,୨୧।୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସମ୍ବଲପୁର ସଭାରେ ଆସୁ ଆସୁ ବର୍ଷିଛନ୍ତି। ଶାହା କହିଛନ୍ତି, ଭାଜପା ସରକାର ଆସିଲେ ମେଡିକାଲ ସାଇନ୍ସ ଓଡ଼ିଆରେ...

ଓଡ଼ିଶାକୁ ଶାସନ କିଏ କରିବ, କହିଦେଲେ ଅମିତ ଶାହା

ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚ୍‌ଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରୁଛନ୍ତି। ଏହି ସମୟରେ ଶାହା ବିଜେଡି ଉପରେ...

ମନ୍ମଥଙ୍କ ପାଇଁ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ, ଭିଡିଓ ବାର୍ତ୍ତାରେ କହିଲେ…

ଭୁବନେଶ୍ୱର,୨୧।୫: ଭୁବନେଶ୍ୱର ଏମ୍‌ପି ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କ ପାଇଁ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ମନ୍ମଥ...

ମୁହଁ ଖୋଲିଲେ ପ୍ରଦୀପ ପାଣିଗ୍ରାହୀ: କହିଲେ, ବିଜେଡି ଷଡଯନ୍ତ୍ରରେ ହୋଇଛି ଆକ୍ରମଣ

ଭୁବନେଶ୍ୱର,୨୧।୫: ବ୍ରହ୍ମପୁର ଭାଜପା ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଭୁବନେଶ୍ୱର ଏମ୍ସରୁ ଡିସ୍‌ଚାର୍ଜ ହୋଥଛନ୍ତି। ଡିସ୍‌ଚାର୍ଜ ପରେ ତାଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ମୁହଁ...

ନିର୍ବାଚନ ପାଇଁ ଜମି, ଛେଳି ବିକିଲେ ବିଧାୟକ ପ୍ରାର୍ଥୀ

କେନ୍ଦୁଝର, ୨୧ା୫ (ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ରର ବିକାଶ ପାଇଁ ଏଥର ପ୍ରାର୍ଥୀ ହୋଇଛନ୍ତି ଦିବ୍ୟାଙ୍ଗ ଦତ ମୁଣ୍ଡା (୫୩)। ତେବେ...

ଇଲେକ୍ସନ ଡ୍ୟୁଟି ସାରି ଫେରୁଥିବା ପୋଲିସ କର୍ମଚାରୀ ଗାଡି ଦୁର୍ଘଟଣାଗ୍ରସ୍ତ

ଛତ୍ରପୁର,୨୧।୫ (ଦିଲ୍ଲୀପ ସାମଲ): ଇଲେକ୍ସନ ଡ୍ୟୁଟି ସାରି ଭଞ୍ଜନଗରରୁ ଏକ ବସ ପୋଲିସ କର୍ମଚାରୀଙ୍କୁ ଧରି ଛତ୍ରପୁର ଫେରୁଥିବାବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଛତ୍ରପୁର ଡିଆରଡିଏ ଛକ...

ନିର୍ବାଚନ ସେକ୍ଟର ଅଫିସରଙ୍କୁ ଘେରିଲେ ଗ୍ରାମବାସୀ

ଲୋଇସିଂହା,୨୧।୫(ସୁଶାନ୍ତ ବାରିକ) ବଲାଙ୍ଗୀର ଜିଲା ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଲୋଇସିଂହା ବ୍ଲକ ସରଗାଡ ଗ୍ରାମରେ ନିର୍ବାଚନରେ ନିୟୋଜିତ ସେକ୍ଟର ଅଫିସର ସୂର୍ଯ୍ୟକାନ୍ତ ପଧାନଙ୍କୁ ଘେରିଲେ...

ବରଗଡ଼ ଜିଲାରେ ୭୫.୯୭ ପ୍ରତିଶତ ମତଦାନ: ଭଟଲିରେ ସର୍ବାଧିକ, ଅତାବିରାରେ ସର୍ବନିମ୍ନ

ବରଗଡ଼,୨୧।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ମତଦାନ ପ୍ରକ୍ରିୟା ସରିଛି । ଖରା,ତ ାତି ସତ୍ତ୍ବେ ମତଦାନ କେନ୍ଦ୍ର ଗୁଡିକରେ ଏଥର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri