ଆସୁଛି ଆଉ ଏକ ଲଘୁଚାପ, ବଢ଼ିବ ବର୍ଷା

ଭୁବନେଶ୍ୱର,୨୪ା୭(ଅନୁରାଧା ମହାରଣା): ସାରା ରାଜ୍ୟରେ ଏବେ ମୌସୁମୀ ବର୍ଷା ଜାରି ରହିଛି। ଖରା, ଗୁଳୁଗୁଳି ଭିତରେ ତୁହାକୁ ତୁହା ବର୍ଷୁଛି। ଶନିବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ରବିବାର ଦକ୍ଷିଣ ଓଡ଼ିଶା ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ୩.୧ କିମି ଉଚ୍ଚତାରେ ବାୟୁମଣ୍ଡଳରେ ସକ୍ରିୟ ରହିଛି। ତେବେ ସୋମବାର ପଶ୍ଚିମ-କେନ୍ଦ୍ରୀୟ ତତ୍‌ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆଉଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ଘନୀଭୂତ ହୋଇ ପରବର୍ତ୍ତୀ ୨୪ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ୨୫ ତାରିଖରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବା ସହ ବିସ୍ତୃତ ଭାବେ ବର୍ଷିବ। ବିଶେଷକରି ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ତେବେ ସୋମବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଦେବଗଡ଼, ଢେଙ୍କାନାଳ, ଗଜପତି, ରାୟଗଡ଼ା, ଗଞ୍ଜାମ ଓ କନ୍ଧମାଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଉକ୍ତ ଜିଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୨୫ ତାରିଖରେ ଦକ୍ଷିଣ ଓଡ଼ିଶା ସମେତ ଉତ୍ତର ଓଡ଼ିଶାରେ ମଧ୍ୟ ବର୍ଷା ହେବ। ବିଶେଷକରି ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ ଓ ବଲାଙ୍ଗୀର ଜିଲାକୁ ଅଧିକ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ରହିଛି। ୨୬ ତାରିଖରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ହୋଇପାରେ। କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, ରାୟଗଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟପଟେ ସୋନପୁର, ବୌଦ୍ଧ, କଟକ, ଖୋର୍ଦ୍ଧା, ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର ଓ ନୟାଗଡ଼ ଜିଲାରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ୨୭ ଓ ୨୮ ତାରିଖରେ ବଲାଙ୍ଗୀର, କଳାହାଣ୍ଡି, ନୂଆପଡ଼ା, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, କନ୍ଧମାଳ ଓ ରାୟଗଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଅନୁଗୋଳ, ଢେଙ୍କାନାଳ, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ସୋନପୁର, ବୌଦ୍ଧ, ନୟାଗଡ଼, କଟକ, ଖୋର୍ଦ୍ଧା, ପୁରୀ, ଜଗତ୍‌ସିଂହପୁର ଆଦି ଅଞ୍ଚଳରେ ମଧ୍ୟ ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିବା ସହ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି।

ଜୁନ୍‌, ଜୁଲାଇରେ ୧୩% କମ୍‌ ବର୍ଷା

ଚଳିତ ମୌସୁମୀ ଋତୁରେ ରାଜ୍ୟରେ ନିଅଣ୍ଟିଆ ବର୍ଷା ହୋଇିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଜୁନ ୧ରୁ ଜୁଲାଇ ୨୩ ସୁଦ୍ଧା ରାଜ୍ୟରେ ୪୦୧.୩ ମିମି ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ବାଭାବିକ ବର୍ଷା ୪୫୮.୮ ମିମି ତୁଳନାରେ ୧୩ ପ୍ରତିଶତ କମ୍‌ ରହିଛି। ଏହି ସମୟ ମଧ୍ୟରେ ମାଲକାନଗିରି ଜିଲାରେ ସର୍ବାଧିକ ୬୮୪.୪ ମିମି ବର୍ଷା ହୋଇଥିବାବେଳେ ଏହା ସ୍ବାଭାବିକ ବର୍ଷାଠାରୁ ୪୨ ପ୍ରତିଶତ ଅଧିକ ରହିଛି। ଅନ୍ୟପକ୍ଷରେ ଗଞ୍ଜାମ ଜିଲାରେ ସର୍ବନିମ୍ନ ୨୨୧.୮ ମିମି ଅର୍ଥାତ୍‌ ସ୍ବାଭାବିକ ବର୍ଷାଠାରୁ ୩୬ ପ୍ରତିଶତ କମ୍‌ ହୋଇଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?