Posted inରାଜ୍ୟ

ପୁଣି ଆସୁଛି ଯୋଡ଼ା ଲଘୁଚାପ: ଉପକୂଳରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୩ା୭: ବଙ୍ଗୋପସାଗରରେ ପୁଣି ଏକ ଯୋଡ଼ା ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ କରିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ମଧ୍ୟପ୍ରଦେଶ ଏବଂ ତାହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ବେଳେ, ଅନ୍ୟ ଏକ ଲଘୁଚାପ ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳରେ ଗଠନ ହେବାର ଆଶଙ୍କା ରହିଛି।

ଏହି ଲଘୁଚାପ କ୍ଷେତ୍ର ଗୁଡିକ ପ୍ରଭାବରେ ଓଡ଼ିଶା, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ଛତିଶଗଡ଼ ଏବଂ ମଧ୍ୟପ୍ରଦେଶର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଓଡ଼ିଶାର ଉପକୂଳ ଜିଲାଗୁଡ଼ିକ ଯଥା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏବଂ ଗଜପତି ଆଦି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ଓ ପବନର ବେଗ ୩୦ରୁ ୪୦ କିମି ପ୍ରତି ଘଣ୍ଟା ରହିବ।

ପାଣିପାଗ ବିଭାଗ ପୂର୍ବାନୁମାନ ଅନୁଯାୟୀ, ଏହି ଲଘୁଚାପ ଗୁଡ଼ିକ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଆଗାମୀ ୨-୩ ଦିନ ମଧ୍ୟରେ ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ଼ ଆଡ଼କୁ ଅଗ୍ରସର ହେବ। ଏହା ପ୍ରଭାବରେ ଓଡ଼ିଶାର ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଏବଂ ଝାରସୁଗୁଡ଼ା ଜିଲାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଡ଼ପମଣ୍ଡପରେ ଦାରୁଦିଅଁ: ଆଜିଠୁ ଭକ୍ତ ପାଇବେ ଆଡ଼ପ ଅବଢ଼ା

ପୁରୀ,୧୯।୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ରଥାରୂଢ଼ ହୋଇ ରତ୍ନସିଂହାସନ ଛାଡ଼ି ନବଦିନ ଯାତ୍ରାରେ ଆସି…

ଜଗା ମଥାରେ ଝଟକିଲା ଟାହିଆ, ଜନ୍ମବେଦିକୁ ବିଜେ କଲେ ମହାପ୍ରଭୁ

ପୁରୀ,୧୮।୭: ମହାପ୍ରଭୁ ଜଗନ୍ନାଥଙ୍କ ମଥାରେ ଝଟକିଲା ଟାହିଆ। ଆଡ଼ପ ବିଜେରେ ମହାପ୍ରଭୁ ମସ୍ତକରେ ତୁଳସୀ, ସୋଲ ଏବଂ ବିଭିନ୍ନ ଫୁଲରେ ନିର୍ମିତ ଟାହିଆ ମଣ୍ଡିତ ହୋଇ ଭକ୍ତଜନଙ୍କୁ…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଘର ଛାତରୁ ଖସି ପଡ଼ିଲେ ମହିଳା: ଗୁରୁତର ଅବସ୍ଥାରେ ବ୍ରହ୍ମପୁର…

ଦିଗପହଣ୍ଡି, ୧୮।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ପଞ୍ଚାୟତ ବରମୁଣ୍ଡୁଳି ଗ୍ରାମରେ ଶନିବାର ସକାଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ଘର…

ଟୋଲ୍ ଗେଟ୍ କର୍ମଚାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ବାପ-ପୁଅ: ପେଟରୁ ବାହାରି ପଡ଼ିଲା ଅନ୍ତବୁଜୁଳା, ଉଭୟ…

ବୈଶିଙ୍ଗା, ୧୮।୭ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ପଦ୍ମନାଭପୁର ଟୋଲ୍ ଗେଟ୍‌ରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଗାଡ଼ି…

ଲଘୁଚାପ ବର୍ଷାରେ ବୁଡ଼ିଲା ବିଦ୍ୟାଳୟ, ଶ୍ରେଣୀ ଗୃହରେ ବିଷଧର ସାପ ପଶିବାରୁ ଆତଙ୍କ: ସାମ୍ନାକୁ ଆସିଲା ‘୫ଟି’ ରୂପାନ୍ତରୀକରଣର…

ଧାମନଗର, ୧୮।୭ (ସନ୍ତୋଷ କୁମାର ମହାପାତ୍ର): ଲଘୁଚାପ ଜନିତ ପ୍ରବଳ ବର୍ଷାରେ ଭଦ୍ରକ ଜିଲା ଧାମନଗର ବ୍ଲକର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଛି। ବନ୍ୟା ଓ ଜଳବନ୍ଦୀ…

ବର୍ଷାରେ ଭିଜି ରଥ ଟାଣିଲେ ଭକ୍ତ: ତିନି ଦିନ ପରେ ମାଉସୀମା ମନ୍ଦିରରେ ପହଞ୍ଚିଲେ ରାଜନଗର ଦଧିବାମନ ଜିଉ

ପାଟଣା, ୧୮।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ରାଜନଗର ସ୍ଥିତ ଶ୍ରୀ ଦଧିବାମନ ଜୀଉଙ୍କ ଘୋଷଯାତ୍ରାରେ ଘଟିଥିବା ରଥ ଅଘଟଣର ସଫଳ ସମାଧାନ…

ଭାଇ ସହ ହେଲା କଳି ଏମତି କାଣ୍ଡ କରିଦେଲେ ୧୩ ବର୍ଷର …

ଛତ୍ରପୁର, ୧୮।୭ (ଦିଲ୍ଲୀପ ସାମଲ): ଛତ୍ରପୁର ଅଞ୍ଚଳରେ ଶନିବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର…

ମାଉଜର,ଗଞ୍ଜେଇ ସହ ୬ ଗିରଫ ପୋଲିସକୁ ଚକମା ଦେଇ ଖସିଯାଉଥିଲେ

ଭଞ୍ଜନଗର,୧୮।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଅପରାଧି ଦମନରେ ବିଗତ କିଛି ମାସ ହେବ ଲାଗିପଡ଼ିଛି। ଏହିଭଳି ଶନିବାର ପୋଲିସ ଦୁଇଟି ମାମଲାରେ ୬ ଜଣଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri