ପୁଣି ସରଣ୍ଡାରେ ବିସ୍ଫୋରଣ: କୋବ୍ରା ୨୦୫ ବାଟାଲିୟନର ଯବାନ ଆହତ

ବଣାଇଁ,୬।୪(ପ୍ରଦୀପ ତ୍ରିପାଠୀ): ଓଡ଼ିଶା-ଝାଡଖଣ୍ଡ ସୀମା ସଂଲଗ୍ନ ସରଣ୍ଡା ଜଙ୍ଗଲରେ ସୋମବାର ପୁଣି ବିସ୍ଫୋରଣର ଖବର ସାମ୍ନାକୁ ଆସିଛି। ଯାହା ସୁରକ୍ଷା ବ୍ୟବସ୍ଥା ଏବଂ ନକ୍ସଲ କାର୍ଯ୍ୟକଳାପକୁ ନେଇ ନୂଆ ପ୍ରଶ୍ନ ଉଠାଇଛି। ୬ ଏପ୍ରିଲର ସକାଳେ ବାଲିବା ଗାଁ ନିକଟସ୍ଥ ଚଡ୍ରା ଡେରା ଜଙ୍ଗଳରେ ହୋଇଥିବା ଏକ ଲ୍ୟାଣ୍ଡ ମାଇନ ବିସ୍ଫୋରଣରେ କୋବ୍ରା ୨୦୫ ନମ୍ବର ବାଟାଲିୟନର ଜଣେ ଯବାନ ଅନୁଜ କୁମାର ଆହତ ହୋଇଛନ୍ତି। ଘଟଣା ପରେ ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଛି ଏବଂ ସୁରକ୍ଷା ବଳ ଦ୍ୱାରା ସର୍ଚ୍ଚ ଅପରେଶନକୁ ଜୋରଦାର କରାଯାଇଛି। ଆହତ ଯବାନଙ୍କୁ ତୁରନ୍ତ ପ୍ରାଥମିକ ଚିକିତ୍ସା ଦିଆଯାଇ ଥିଲା । ପରେ ତାଙ୍କୁ ଉତ୍ତମ ଚିକିତ୍ସା ପାଇଁ ରାଞ୍ଚି ପଠାଯାଇଥିବା ସୂଚନା ମିଳିଛି। ୩୧ ମାର୍ଚ୍ଚ ୨୦୨୬ ମଧ୍ୟରେ ସମ୍ପୂର୍ଣ୍ଣ ନକ୍ସଲ ମୁକ୍ତ ଭାରତ ନେଇ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଧାର୍ଯ୍ୟ ଡେଟ ଲାଇନକୁ ମାଓବାଦୀ ନକ୍ସଲ ଚ୍ୟାଲେଞ୍ଜ ଦେଇ କାର୍ଯ୍ୟକଳାପ ଜାରି ରଖିଛନ୍ତି ।

ସରଣ୍ଡା: ସଦା ସଚେତନ ରହିବାକୁ ପଡ଼ୁଥିବା ଅଞ୍ଚଳ। ଉକ୍ତ ଅଞ୍ଚଳ ଦେଶର ସବୁଠୁ ସମ୍ବେଦନଶୀଳ ନକ୍ସଲ ପ୍ରଭାବିତ ଅଞ୍ଚଳମାନଙ୍କ ମଧ୍ୟରୁ ଗୋଟିଏ।
ଘନ ଜଙ୍ଗଲ ଏବଂ ଦୁର୍ଗମ ଭୌଗୋଳିକ ପରିସ୍ଥିତି ସହିତ ଦୁଇଟି ରାଜ୍ୟ ଓଡ଼ିଶା ଓ ଝାଡଖଣ୍ଡର ସମିଶ୍ରଣ ଅଞ୍ଚଳ ଥିବାରୁ ଏହା ମାଓବାଦୀ ନକ୍ସଲଙ୍କ ଲୁଚିବା ପାଇଁ ସହାୟକ ସ୍ଥଳ ସାଜିଛି।

ଅଞ୍ଚଳରେ ପୁଣି ନକ୍ସଲ କାର୍ଯ୍ୟକଳାପ ବଢ଼ୁଛି କି?
ପୂର୍ବରୁ ପ୍ଲାଣ୍ଟ କରାଯାଇଥିବା IED ଏବେ ମଧ୍ୟ ଘାତକ ହୋଇ ରହିଛି କି?
ସର୍ଚ୍ଚ ଅପରେସନ ସମୟରେ ସୁରକ୍ଷାରେ କୌଣସି ତ୍ରୁଟି ହୋଇଥିଲା କି? ଇତ୍ୟାଦି ନେଇ ପ୍ରଶ୍ନବାଚୀ ସୃଷ୍ଟି ହେଉଛି ଓ ସତର୍କତ୍ତା ଅବଲମ୍ବନ ସହ ଗୁଇନ୍ଦା ତତ୍ୱକୁ ଅଧିକ କ୍ରିୟାଶୀଳ କରିବା ପାଇଁ ମତ ପ୍ରକାଶ ପାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

ଶୁକ୍ରଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ଏହି ୪ ରାଶିଙ୍କ ଶୁଭ ସମୟ ହେବ ଆରମ୍ଭ, ବଢ଼ିବ ଆୟ

ବୈଦିକ ଜ୍ୟୋତିଷ ଅନୁସାରେ ପୂର୍ବାଫାଲ୍ଗୁନୀ ନକ୍ଷତ୍ରର ସ୍ବାମୀ ଶୁକ୍ର ଗ୍ରହ। ଜ୍ୟୋତିଷରେ ଶୁକ୍ରଙ୍କୁ ପ୍ରେମ, ଧନ, ସୁଖ-ସୁବିଧା ଓ ଐଶ୍ୱର୍ଯ୍ୟର କାରକ ଭାବେ ବିବେଚନା କରାଯାଏ। ସେହିପରି…

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ବିଜୟ ସରକାର ଏହି ପିଲାମାନଙ୍କୁ ଦେବେ ବଡ଼ ଉପହାର; ଅଳଙ୍କାର ବ୍ୟବସାୟୀମାନଙ୍କୁ ଦିଆଯାଇଛି ଅର୍ଡର

ଚେନ୍ନାଇ,୨୨।୮: ମୁଖ୍ୟମନ୍ତ୍ରୀ ବିଜୟ ତାମିଲନାଡୁ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସେ ନବଜାତ ଶିଶୁଙ୍କ ପାଇଁ ‘ଥାଇମାମାନ ସୁନା ମୁଦି ଯୋଜନା’ ଆରମ୍ଭ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri