Posted inଜାତୀୟ

ଉପହାର ସିନେମା ହଲ୍‌ରେ ପୁଣି ଅଗ୍ନିକାଣ୍ଡ, ମନେପଡ଼ିଲା ୧୯୯୭ର ଛାତିଥରା ଦୃଶ୍ୟ…

ନୂଆଦିଲ୍ଲୀ, ୧୭।୪ : ପୁଣିଥରେ ଦିଲ୍ଲୀର ଉପହାର ସିନେମା ହଲରେ ଅଗ୍ନିକାଣ୍ଡ ଘଟିଛି। ରବିବାର ସକାଳେ ଅଗ୍ନିଶମ ବିଭାଗ ଗ୍ରୀନ ପାର୍କ ମେଟ୍ରୋ ଷ୍ଟେଶନ ନିକଟରେ ଥିବା ଏକ କୋଠାରେ ନିଆଁ ଲାଗିଥିବା ଖବର ପାଇ ସେଠାରେ ପହଞ୍ଚିବା ପରେ ଉପହାର ସିନେମା ହଲରେ ନିଆଁ ଲାଗିଥିବାର ଦେଖିବାକୁ ପାଇଥିଲା।

ଭୋର୍‌ ପ୍ରାୟ ୪ଟା ୪୬ରେ ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଥିଲା। ଦିଲ୍ଲୀ ଅଗ୍ନିଶମ ସେବା ବିଭାଗର ନିର୍ଦ୍ଦେଶକ ଅତୁଲ ଗର୍ଗ କହିଛନ୍ତି ଯେ ସକାଳ ୭ଟା ୨୦ରେ ନିଆଁ ସମ୍ପୂର୍ଣ୍ଣ ଲିଭା ଯାଇଥିଲା। ସିନେମା ହଲ୍‌ର ବାଲକୋନୀ ଏବଂ ଥିଏଟରର ପ୍ରଥମ ମହଲାରେ ଘଟିଥିବା ଅଗ୍ନିକାଣ୍ଡରେ କୌଣସି କ୍ଷୟକ୍ଷତିର ଖବର ନାହିଁ ବୋଲି ଅଧିକାରୀମାନେ କହିଛନ୍ତି। ସିନେମା ହଲର ସିଟ, ଆସବାବପତ୍ର ଏବଂ ଅଦରକାରୀ ସାମଗ୍ରୀରେ ନିଆଁ ଲାଗିଯାଇଥିବା କୁହାଯାଉଛି।

ସିନେମା ହଲ୍‌ରେ ଅଗ୍ନିକାଣ୍ଡ  ୨୫ ବର୍ଷ ତଳେ ୧୩ ଜୁନ ୧୯୯୭ ରେ ଘଟିଥିବା ଛାତିଥରା ଦୃଶ୍ୟକୁ ମନେ ପକାଇ ଦେଇଛି। ୧୩ ଜୁନ୍‌ ୧୯୯୭ରେ ଏହି ସିନେମା ହଲରେ ଅଗ୍ନିକାଣ୍ଡ ଘଟି ୫୯ ଜଣଙ୍କର ମୃତ୍ୟୁ ଘଟିଥିଲା ଏବଂ ୧୦୦ ରୁ ଅଧିକ ଲୋକ ଆହତ ହୋଇଥିଲେ।

ଏହି ଘଟଣାରେ ଅଭିଯୁକ୍ତ ସୁଶୀଲ ଅନସାଲ ଏବଂ ଗୋପାଳ ଅନସାଲ ଦିଲ୍ଲୀ ହାଇକୋର୍ଟଙ୍କ ପକ୍ଷରୁ ଦଣ୍ଡରେ କୌଣସି କୋହଳ ପାଇ ନ ଥିଲେ। ହାଇକୋର୍ଟ ଟ୍ରାଏଲ କୋର୍ଟଙ୍କ ସାତ ବର୍ଷର ଦଣ୍ଡକୁ କାଏମ୍‌ ରଖିଥିଲେ। ସୁଶୀଲ ଅନସାଲ ଏବଂ ଗୋପାଳ ଅନସାଲଙ୍କ ସମେତ ଅନ୍ୟ ଅଭିଯୁକ୍ତଙ୍କ ଆବେଦନ ଉପରେ ଦିଲ୍ଲୀ ହାଇକୋର୍ଟ ଟ୍ରାଏଲ୍‌ କୋର୍ଟଙ୍କ ଦଣ୍ଡାଦେଶକୁ କୋହଳ କରିବାକୁ ମନା କରିଥିଲେ। ଏହି ସିନେମା ହଲ ୧୯୯୭ ରୁ ବନ୍ଦ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri