ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ, ଏକକାଳୀନ ୪ ସ୍ଥାନରେ ଚାଲିଛି ଚଢ଼ାଉ

ବ୍ରହ୍ମପୁର,୩୧ା୫(ସୁବାସ ପାଢ଼ୀ): ଆଉ ଜଣେ ସରକାରୀ ବାବୁ ପଡ଼ିଛନ୍ତି ଭିଜିଲାନ୍ସ ଜାଲରେ। ବ୍ରହ୍ମପୁର ଆର୍‌ ଆଣ୍ଡ୍‌ ବି ଡିଭିଜନ-୧ର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ (AEE) ଏନ୍‌.ଦିଲ୍ଲୀପ କୁମାର ଚୌଧୁରୀଙ୍କ ନାମରେ ଆୟ ବହିଃଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ଟି ସ୍ଥାନରେ ଚଢ଼ାଉ ଜାରି ରହିଛି।

ଆଜି ଅର୍ଥାତ୍‌ ଶନିବାର ମାନ୍ୟବର ସ୍ବତନ୍ତ୍ର ବିଚାରପତି, ବ୍ରହ୍ମପୁର ଭିଜିଲାନ୍ସ ପକ୍ଷରୁ ଜାରି ହୋଇଥିବା ସର୍ଚ୍ଚ ଓ୍ବାରେଣ୍ଟ ବଳରେ ୩ ଜଣ ଡିଏସ୍‌ଏସ୍‌ପି, ୭ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଏକକାଳୀନ ଚଢ଼ାଉ ଚାଲିଛି।

୧. ଧର୍ମ ନଗର, ବ୍ରହ୍ମପୁରର ସ୍ପେକ୍ଟ୍ରମ ରୟାଲ ଠାରେ ଗୋଟିଏ ୨ ବିଏଚ୍‌କେ ଫ୍ଲାଟ୍‌।

୨. ବ୍ରହ୍ମପୁରର ମୟୂରୀ ବିହାରରେ ଗୋଟିଏ ଦୁଇ ମହଲା କୋଠା।

୩. ବ୍ରହ୍ମପୁରର ଆର୍‌ ଆଣ୍ଡ ବି ଡିଭିଜନ-୧ସ୍ଥିତ ତାଙ୍କ କାର୍ଯ୍ୟାଳୟ।

୪. ଭୁବନେଶ୍ୱରର ଶହୀଦନଗରର ଇଭୋସ୍‌ ଏକ୍ସୋଟିକା ଆପାର୍ଟମେଣ୍ଟରେ ଗୋଟିଏ ୩ ବିଏଚ୍‌କେ ଫ୍ଲାଟ୍‌ରେ ଚଢ଼ାଉ ଚାଲିଛି। ଏବେ ଚଢ଼ାଉ ଜାରି ରହିଥିବାରୁ ସବିଶେଷ ତଥ୍ୟ ପ୍ରକାଶ ପାଇବ ବୋଲି ଜନୈକ ଭିଜିଲାନ୍ସ ଅଧିକାରୀ କହିଛନ୍ତି।

ସେହିପରି ଗତକାଲି (ଶୁକ୍ରବାର) ଓଡ଼ିଶା ଗ୍ରାମୀଣ ଉନ୍ନୟନ (ଆରଡବ୍ଲୁ) ବିଭାଗର ମୁଖ୍ୟ ଯନ୍ତ୍ରୀ ବୈକୁଣ୍ଠନାଥ ଷଡ଼ଙ୍ଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଥିଲା। ଏହି ସମୟରେ ତାଙ୍କ ଘରୁ ପୁଳାପୁଳା ଟଙ୍କା ମିଳିଥିଲା।

ଭିଜିଲାନ୍ସ ସୂତ୍ରରୁ ପ୍ରାପ୍ତ ତଥ୍ୟ ଅନୁଯାୟୀ, ଭୁବନେଶ୍ୱରସ୍ଥିତ ଷଡ଼ଙ୍ଗୀଙ୍କ ପିଡିଏନ ଏକ୍ସୋଟିକା ଫ୍ଲାଟରୁ ପ୍ରାୟ ୧ କୋଟି ଟଙ୍କା ଜବତ ହୋଇଛି। ଏହା ସହିତ ଅନୁଗୋଳ ଜିଲାର କରଡ଼ଗଡ଼ିଆସ୍ଥିତ ତାଙ୍କ ବାସଭବନରୁ ଆହୁରି ୧.୧ କୋଟି ଟଙ୍କା ଜବତ କରାଯାଇଛି। ଜବତ ହୋଇଥିବା ଟଙ୍କାର ଗଣତି ମେଶିନ ଦ୍ୱାରା ଚାଲିଛି। ମୋଟ ଜବତ ହୋଇଥିବା ଅର୍ଥର ପରିମାଣ ପ୍ରାୟ ୨.୧ କୋଟି ଟଙ୍କା ବୋଲି ଅନୁମାନ କରାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର: ଘରେ ଲଗାଇଦେଲେ ନିଆଁ, ପରେ…

ଉଦଳା,୨୨।୧୨: ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର । ପୋଡ଼ି ମାରିବାକୁ ସ୍ବାମୀ ଘରେ ନିଆଁ ଲଗାଇ ଦେଇଥିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ...

ମଣ୍ଡିରେ ପଡ଼ିଛି ଧାନ: ଚାଲିଛି ନେତାଙ୍କ ଟଣା ଓଟରା

ଭୁବନେଶ୍ୱର,୨୨।୧୨: ମଣ୍ଡିରେ ଚାଷୀଙ୍କ ଧାନ କିଣା ସମସ୍ୟା ନେଇ ପ୍ରତିକ୍ରିୟା ରଖିଲା ବିଜେଡି। ସମବାୟ ମନ୍ତ୍ରୀଙ୍କୁ ବିଜେଡି ବରିଷ୍ଠ ଉପ ସଭାପତି ସଞ୍ଜୟ ଦାସବର୍ମା ଟାର୍ଗେଟ...

ଆଜି ଜାତୀୟ ଗଣିତ ଦିବସ: ଅଧିକ ଗବେଷଣା ପ୍ରତି ଆଗ୍ରହ ଆବଶ୍ୟକ

ଗଣିତର ବିକାଶ ବିନା କୌଣସି ସଭ୍ୟତାର ବିକାଶ ସମ୍ଭବ ନୁହେଁ। ଆଜକୁ ୪୦୦୦ ବର୍ଷ ପୂର୍ବେ ଭାରତର ଉତ୍ତର-ପଶ୍ଚିମାଞ୍ଚଳରେ ଗଢ଼ିଉଠିଥିବା ସିନ୍ଧୁ ସଭ୍ୟତାର ଭଗ୍ନାବଶେଷରୁ ସେମାନଙ୍କର...

ପୁଅ IPLରେ ଚୟନ ହେବା ପରେ ଖୁସି ହେଲେ ପପୁ, ଦହି-ପୋଡି କରି ଗାଁ ଲୋକଙ୍କୁ…

ନୂଆଦିଲ୍ଲୀ,୨୨।୧୨: ପୂର୍ଣ୍ଣିଆର ସ୍ୱାଧୀନ ସାଂସଦ ପପ୍ପୁ ଯାଦବ ତାଙ୍କ ପୁଅ ସାର୍ଥକ ରଞ୍ଜନଙ୍କ IPL ଦଳରେ ଚୟନ ହେବା ପରେ ଖୁସି ହୋଇ ଭୋଜି ଦେଇଥିଲେ...

ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୨୨।୧୨: ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ଆସିଲା ବଡ଼ ଖବର। କ୍ଷୁଦ୍ର ଚିଟ୍‌ଫଣ୍ଡ ଜମାକାରୀଙ୍କୁ ଟଙ୍କା ଫେରସ୍ତ ନେଇ ଅର୍ଥ ବିଭାଗର ବିଜ୍ଞପ୍ତି ପ୍ରସଙ୍ଗରେ ଭାଜପା ଜିଲା...

ଦାରିଙ୍ଗବାଡିରେ ନୂଆ ଇନ୍ସପେକ୍ଟର: ଅଞ୍ଚଳରେ ପୂର୍ବରୁ ରହିଛି ଅଭିଜ୍ଞତା

ଦାରିଙ୍ଗବାଡି,୨୨।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ଯୋଗଦାନ କରିଛନ୍ତି। ସେ ଏବେ ଅତିରିକ୍ତ ଥାନା ଅଧିକାରୀ...

ମୁଁ ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଥିଲି…ଅବସର କଥା କହି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୧୨: ଭାରତୀୟ କ୍ରିକେଟର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରୁ ଜଣେ ରୋହିତ ଶର୍ମା ତାଙ୍କ କ୍ୟାରିୟର ବିଷୟରେ ଏକ ଖୁଲାସା କରିଛନ୍ତି। ଏହା ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ...

ପୁଣି ଶ୍ରୀମନ୍ଦିର ଫଟୋ ଭାଇରାଲ୍‌: ଜଗନ୍ନାଥପ୍ରେମୀ ଅସନ୍ତୋଷ

ପୁରୀ,୨୨ା୧୨(ଅଜିତ୍‌ କୁମାର ମହାନ୍ତି): ପୁଣିଥରେ ଶ୍ରୀମନ୍ଦିର ଫଟୋ ଭାଇରାଲ୍‌ ହୋଇଛି। ଡ୍ରୋନ୍‌ ସହାୟତାରେ ଶ୍ରୀମନ୍ଦିରର ଫଟୋ ଭାଇରାଲ୍‌ ହୋଇଛି। ଫେସ୍‌ବୁକରେ ଏକ୍ସପ୍ଲୋର ଇଣ୍ଡିଆ ନାମକ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri