ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ କାରଖାନାରେ ସୁରକ୍ଷା କର୍ମୀ ଭାବେ କାର୍ଯ୍ୟ କରୁଥିଲେ। ବାଂଲାଦେଶରେ ୨ ସପ୍ତାହ ମଧ୍ୟରେ ତୃତୀୟ ହିନ୍ଦୁଙ୍କୁ ହତ୍ୟା କରାଯାଇଛି। ସୋମବାର ସନ୍ଧ୍ୟାରେ ଲବିବ ଗ୍ରୁପ୍‌ ଫ୍ୟାକ୍ଟ୍ରିର ସୁଲତାନା ସ୍ବେଟର୍ସ ଲିଃରେ ଏହି ଗୁଳିକାଣ୍ଡ ଘଟିଛି। ମୃତକ ବଜେନ୍ଦ୍ର ବିଶ୍ୱାସ (୪୨) ହୋଇଥିବାବେଳେ ତାଙ୍କୁ ଗୁଳି କରିଥବା ଅଭିଯୁକ୍ତ ନୋମାନ ମିଆ(୨୯) ବୋଲି ପୋଲିସ କହିଛି। ଉଭୟ ଗୃହ ମନ୍ତ୍ରଣାଳୟ ଅଧୀନରେ ଥିବା ସହାୟକ ବାହିନୀରେ ନିଯୁକ୍ତ ହେବା ସହ ଉକ୍ତ କାରଖାନାର ସୁରକ୍ଷା ପାଇଁ ନିୟୋଜିତ କରାଯାଇଥିଲା। ସଶସ୍ତ୍ର ସୁରକ୍ଷା ଡ୍ୟୁଟି ପାଇଁ ସେମାନଙ୍କୁ ସରକାରଙ୍କ ତରଫରୁ ବନ୍ଧୁକ ମିଳିଥିଲା।
ପୋଲିସ ଏବଂ ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ, ଉଭୟ ସୁରକ୍ଷା ଡ୍ୟୁଟିରେ ଥାଇ ଫ୍ୟାକ୍ଟ୍ରି ପରିସରରେ ଥିବା ଅନସାର ବାରାକରେ ରହୁଥିଲେ। କୌଣସି କାରଣରୁ ସେମାନଙ୍କ ମଧ୍ୟରେ ବଚସାରୁ ନୋମାନ ମିଆ ବିଶ୍ୱାସଙ୍କ ଉପରକୁ ଗୁଳି ଚଳାଇଥିଲେ। ବିଶ୍ୱାସଙ୍କୁ ତୁରନ୍ତ ହସ୍ପିଟାଲ ନିଆଯାଇଥିଲେ ହେଁ ସେଠାରେ ତାଙ୍କୁ ମୃତ ଘୋଷଣା କରାଯାଇଥିଲା। ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ବନ୍ଧୁକ ଜବତ କରିଛି। ସୂଚନାଯୋଗ୍ୟ, ଗତ ୧୮ ତାରିଖରେ ଦୀପୁ ଚନ୍ଦ୍ର ଦାସ ନାମକ ଜଣେ ହିନ୍ଦୁଙ୍କୁ ଆଲ୍ଲା ନିନ୍ଦା ଅଭିଯୋଗରେ ଉତ୍ତ୍ୟକ୍ତ ଲୋକେ ପିଟି ମାରିଦେବା ସହ ଜାଳିଦେଇଥିଲେ, ଯାହାକୁ ନେଇ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା। ଏହାର ୬ ଦିନ ପରେ ଅମ୍ରିତ୍‌ ମଣ୍ଡଳ ନାମକ ଅନ୍ୟ ଜଣେ ହିନ୍ଦୁଙ୍କୁ ପିଟି ହତ୍ୟା କରାଯାଇଥିଲା। ବାଂଲାଦେଶରେ ହିନ୍ଦୁ ଓ ଅନ୍ୟ ସଂଖ୍ୟାଲଘୁ ସମ୍ପ୍ରଦାୟ ଉପରେ ହିଂସାକାଣ୍ଡ ବଢ଼ିଥିବାରୁ ଭାରତର ବହିର୍ବ୍ୟାପାର ମନ୍ତ୍ରଣାଳୟ ଏହାର ନିନ୍ଦା କରିଥିଲା। ସଂଖ୍ୟାଲଘୁଙ୍କ ସୁରକ୍ଷାକୁ ନେଇ ଭାରତ ଏବଂ ଅଧିକାର ସଂଗଠନଗୁଡ଼ିକ ଚିନ୍ତାବ୍ୟକ୍ତ କରିଥିବାବେଳେ ସୋମବାରର ହତ୍ୟାକାଣ୍ଡ ଏକ ଆପରାଧିକ କାର୍ଯ୍ୟ ବୋଲି ବାଂଲାଦେଶ କହିଛି। ସେଠାରେ ହିନ୍ଦୁମାନଙ୍କ ଘର ଜାଳିଦିଆଯାଉଛି। ବାଂଲାଦେଶ ସୀମାରେ ଅଶାନ୍ତ ସ୍ଥିତି ସାଙ୍ଗକୁ ବିକ୍ଷୋଭ ଜାରି ରହିଛି। ଢାକା ସମେତ ଚିଟ୍ଟାଗଙ୍ଗ ଓ ଅନ୍ୟାନ୍ୟ ସହରରେ ସଂଖ୍ୟାଲଘୁ ସଂଗଠନ ଓ ସିଭିଲ ସୋସାଇଟି ସଂଗଠନଗୁଡ଼ିକ ମିଳିତ ରାଲି କରି ସଂଖ୍ୟାଲଘୁଙ୍କ ପାଇଁ ନ୍ୟାୟ ଓ ସୁରକ୍ଷା ଦାବି କରିଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri