ଆଉଜଣେ ଭାରତୀୟ କ୍ରିକେଟର ସୋସିଆଲ ମିଡିଆରୁ ହଟାଇଲେ ସ୍ତ୍ରୀଙ୍କ ଫଟୋ, ପରସ୍ପରକୁ କଲେ ଅନଫଲୋ, ନାଁ ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୯।୧: ନିକଟ ଅତୀତରେ ଭାରତୀୟ ଦଳର ଅନେକ କ୍ରିକେଟରଙ୍କ ଛାଡପତ୍ର ହୋଇଛି। ଶିଖର ଧାୱନ ଏବଂ ଆୟେଶା ମୁଖାର୍ଜୀଙ୍କ ପରେ, ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ନତାଶା ଷ୍ଟାନକୋଭିକଙ୍କ ମଧ୍ୟ ବିଚ୍ଛେଦ ହୋଇଛି। ଏବେ ଟିମ ଇଣ୍ଡିଆର ଲେଗ ସ୍ପିନର ୟୁଜବେନ୍ଦ୍ର ଚହଲ ଏବଂ ଧନଶ୍ରୀ ବର୍ମାଙ୍କ ଛାଡପତ୍ରର ଖବର ମଧ୍ୟ ଆସୁଛି। ଦୁହେଁ ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ପରସ୍ପରକୁ ଅନଫଲୋ କରିଦେଇଛନ୍ତି। ଚହଲ ଧନଶ୍ରୀଙ୍କ ସହ ଫଟୋ ମଧ୍ୟ ହଟାଇ ଦେଇଛନ୍ତି। ଏହି ସମୟରେ, ଆଉ ଜଣେ ଭାରତୀୟ କ୍ରିକେଟର ମନୀଷ ପାଣ୍ଡେ ଏବଂ ତାଙ୍କ ପତ୍ନୀ ଆଶ୍ରିତା ସେଟ୍ଟୀଙ୍କ ମଧ୍ୟରେ ତିକ୍ତତା ଥିବା ଖବର ଆସିଛି।

ଭାରତୀୟ ଦଳରୁ ବାହାରେ ଥିବା ଅଭିଜ୍ଞ ବ୍ୟାଟସମ୍ୟାନ ମନୀଷ ପାଣ୍ଡେଙ୍କ ଇନଷ୍ଟାଗ୍ରାମ ପ୍ରୋଫାଇଲରେ ତାଙ୍କ ସ୍ତ୍ରୀ ଆଶ୍ରିତା ଶେଟ୍ଟୀଙ୍କ ଫଟୋ ଗାଏବ ହୋଇଯାଇଛି। ମନୀଷ ସୋସିଆଲ ମିଡିଆରେ ବହୁତ କମ ସକ୍ରିୟ। କିନ୍ତୁ ସେ ତାଙ୍କ ସ୍ତ୍ରୀଙ୍କ ସହ ଅନେକ ଫଟୋ ସେୟାର କରିଥିଲେ। ଏବେ ସବୁକିଛି ହଟାଇ ଦେଇଛନ୍ତି। ଆଶ୍ରିତା ଶେଟ୍ଟୀ ତାଙ୍କ ପ୍ରୋଫାଇଲରୁ ମନୀଷ ପାଣ୍ଡେଙ୍କ ଫଟୋ ମଧ୍ୟ ହଟାଇ ଦେଇଛନ୍ତି। ଦୁହେଁ ଆଉ ସୋସିଆଲ ମିଡିଆରେ ପରସ୍ପରକୁ ଫଲୋ କରୁ ନାହାନ୍ତି।

୨୦୧୫ରେ ଭାରତ ପାଇଁ ଡେବ୍ୟୁ କରିଥିବା ମନୀଷ ପାଣ୍ଡେ ୨୦୧୯ରେ ଆଶ୍ରିତା ସେଟ୍ଟୀଙ୍କୁ ବିବାହ କରିଥିଲେ। ଆଶ୍ରିତାଙ୍କ ପରିବାର କର୍ନାଟକର ଏବଂ ସେ ଜଣେ ତାମିଲ ଚଳଚ୍ଚିତ୍ର ଅଭିନେତ୍ରୀ। ବିବାହ ପରେ, ତାଙ୍କୁ ଭାରତୀୟ ଦଳର ମ୍ୟାଚ ଏବଂ IPL ସମୟରେ ମଧ୍ୟ ଦେଖିବାକୁ ମିଳୁଥିଲା। କିନ୍ତୁ ତାଙ୍କୁ IPL 2024 ସମୟରେ ଦେଖାଯାଇ ନଥିଲା। ମନୀଷ ପାଣ୍ଡେ କୋଲକାତା ନାଇଟ ରାଇଡର୍ସର ଅଂଶ ଥିଲେ ଏବଂ ଦଳ ମଧ୍ୟ ଚାମ୍ପିଅନ ହୋଇଥିଲା। ଚାମ୍ପିଅନ ହେବା ପରେ ମଧ୍ୟ, ଆଶ୍ରିତା କିଛି ପୋଷ୍ଟ କରିନଥିଲେ।

ମନୀଷ ପାଣ୍ଡେ ଆଇପିଏଲରେ ଶତକ ହାସଲ କରିଥିବା ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ। ସେ ୨୦୦୯ ମସିହାରେ RCB ପାଇଁ ଖେଳିବା ସମୟରେ ଏକ ଶତକ ହାସଲ କରିଥିଲେ। ୨୦୨୧ ପରେ ତାଙ୍କୁ ଭାରତୀୟ ଦଳ ପାଇଁ ଖେଳିବାର ସୁଯୋଗ ମଧ୍ୟ ମିଳିନାହିଁ। ସେ ଭାରତ ପାଇଁ ୨୯ଟି ଦିନିକିଆରେ ୫୬୬ ରନ ଏବଂ ୩୯ଟି ଟି-୨୦ରେ ୭୦୯ ରନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?