ହର୍ମୁଜ ନିକଟରେ ଭାରତୀୟ ଜାହାଜ ଉପରେ ପୁଣି ଆକ୍ରମଣ: ଚେତାବନୀ ସତ୍ତ୍ୱେ MT Jalveerକୁ ଟାର୍ଗେଟ, ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ/ମସ୍କାଟ,୧୧।୬: ଓମାନ ଉପକୂଳରେ ସାମୁଦ୍ରିକ ସୁରକ୍ଷାକୁ ନେଇ ଚିନ୍ତା ଜନକ ସ୍ଥିତି ସୃଷ୍ଟି ହୋଇଛି। ଓମାନ ତଟ ନିକଟରେ ‘ଏମଟି ଜଲବୀର’ (MT Jalveer) ନାମକ ଏକ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ ହୋଇଥିବା ସୂଚନା ମିଳିଛି। ଏହି ଜାହାଜରେ ଭାରତୀୟ ନାବିକମାନେ ଥିଲେ। ହର୍ମୁଜ୍  (Strait of Hormuz) ନିକଟରେ ଗତ ତିନି ଦିନ ମଧ୍ୟରେ ଭାରତୀୟ ନାବିକଙ୍କୁ ନେଇ ଯାଉଥିବା ଜାହାଜ ଉପରେ ଏହା ହେଉଛି ତୃତୀୟ ଆକ୍ରମଣ। ତେବେ ଏହି ନୂତନ ଆକ୍ରମଣରେ କେତେ କ୍ଷୟକ୍ଷତି କିମ୍ବା ହତାହତ ହୋଇଛନ୍ତି, ସେ ସମ୍ପର୍କରେ ତୁରନ୍ତ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। ସରକାରୀ ଅଧିକାରୀମାନେ ପୂରା ସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି।

ଓମାନ ସ୍ଥିତ ଭାରତୀୟ ଦୂତାବାସ ପକ୍ଷରୁ କୁହାଯାଇଛି ଯେ, “ଓମାନର ଶିନାସ ବନ୍ଦର ନିକଟରେ ଏକ ବାଣିଜ୍ୟିକ ଜାହାଜ ସହ ଜଡ଼ିତ ଘଟଣା ବିଷୟରେ ଆମକୁ ସୂଚନା ମିଳିଛି। ଆମେ ପରିସ୍ଥିତି ଉପରେ ନଜର ରଖିଛୁ ଏବଂ ଅଧିକ ସୂଚନା ପାଇଁ ସ୍ଥାନୀୟ ପ୍ରଶାସନ ଓ ଅଧିକାରୀଙ୍କ ସହ ନିରନ୍ତର ଯୋଗାଯୋଗରେ ଅଛୁ।”

ଏହା ପୂର୍ବରୁ ଷ୍ଟ୍ରେଟ୍ ଅଫ୍ ହୋର୍ମୁଜ୍‌ରେ ଆମେରିକା ପକ୍ଷରୁ ହୋଇଥିବା ଆକ୍ରମଣରେ ଦୁଇ ଜଣ ଭାରତୀୟ ନାବିକଙ୍କର ମୃତ୍ୟୁ ଘଟିସାରିଛି ଏବଂ ଜଣେ ଚିଫ୍ ଇଞ୍ଜିନିୟର ଏବେ ମଧ୍ୟ ନିଖୋଜ ଅଛନ୍ତି। ‘ଫରୱାର୍ଡ ସିମ୍ୟାନ୍ ୟୁନିଅନ ଅଫ୍ ଇଣ୍ଡିଆ’ (FSUI) ଏହି ଦୁଃଖଦ ଖବରକୁ ନିଶ୍ଚିତ କରିଛି।

FSUI ର ମହାସଚିବ ମନୋଜ ଯାଦବ କହିଛନ୍ତି ଯେ, ଆମେରିକାର ଆକ୍ରମଣ ଯୋଗୁ ଜାହାଜର ଯୋଗାଯୋଗ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଥିଲା, ଯାହାଫଳରେ ଯୋଗାଯୋଗ କରିବା ଅସମ୍ଭବ ହୋଇଯାଇଥିଲା। ପ୍ରାପ୍ତ ସୂଚନା ଅନୁଯାୟୀ, ଆକ୍ରମଣର ଶିକାର ହୋଇଥିବା ତିନି ଜଣ ଭାରତୀୟ ନାବିକ ହିମାଚଳ ପ୍ରଦେଶ, ଦେବରିଆ (ଉତ୍ତର ପ୍ରଦେଶ) ଏବଂ ଆନ୍ଧ୍ର ପ୍ରଦେଶର ବୋଲି ଜଣାପଡ଼ିଛି।

ଓମାନ ଉପକୂଳରେ ବାରମ୍ବାର ବାଣିଜ୍ୟିକ ଜାହାଜଗୁଡ଼ିକୁ ଟାର୍ଗେଟ୍ କରାଯାଉଥିବାରୁ ଏହା ଆନ୍ତର୍ଜାତୀୟସ୍ତରରେ ଏବଂ ସାମୁଦ୍ରିକ ବ୍ୟାପାର କ୍ଷେତ୍ରରେ ତୀବ୍ର ଉତ୍ତେଜନା ସୃଷ୍ଟି କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଉପରେ ଲାଗୁ ହେବ ୧୦୦% ଶୁଳ୍କ? ଆମେରିକାର ନୂଆ ବିଲ କାହିଁକି ଚିନ୍ତା ସୃଷ୍ଟି କରିଛି? ଜାଣନ୍ତୁ…

ଓ୍ବାଶିଂଟନ,୨୯।୭: ଆମେରିକାର ସିନେଟ ରୁଷିଆ ଉପରେ ଆର୍ଥିକ ଚାପ ବୃଦ୍ଧି କରିବା ପାଇଁ ଏକ ବିଲ ପାସ କରିଛି – ଏହା ଭାରତ ସମେତ ଅନେକ ଦେଶକୁ…

ଆମେରିକା ସହ ଯୁଦ୍ଧକୁ ଡେଇଁଲା ସାଉଦି ଆରବ, ଇରାନ ଉପରେ କଲା ବୋମା ବର୍ଷା

ତେହରାନ,୨୯।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱର ଅନେକ ଦେଶକୁ ପ୍ରଭାବିତ କରୁଛି। ଏହି ଦୁଇଟି ଦେଶ ସହିତ, ଅନ୍ୟ ଉପସାଗରୀୟ ରାଷ୍ଟ୍ରଗୁଡ଼ିକ ମଧ୍ୟ…

‘ସୁପ୍ରିମ କୋର୍ଟଙ୍କ ସର୍ତ୍ତ ଗ୍ରହଣୀୟ ନୁହେଁ,’ ସରକାରଙ୍କୁ ସମାଲୋଚନା ସହ ଅଲଟିମେଟମ ଦେଲା CJP

ନୂଆଦିଲ୍ଳୀ,୨୯।୭: କକ୍ରୋଚ ଜନତା ପାର୍ଟି (CJP) ମଙ୍ଗଳବାର କହିଛି ଯେ ସୁପ୍ରିମକୋର୍ଟଙ୍କ ମଧ୍ୟବର୍ତ୍ତୀକାଳୀନ ଆଦେଶ ପ୍ରତିବାଦ ସମୟରେ ପଞ୍ଜିକୃତ FIR ଗୁଡ଼ିକର ତଦନ୍ତ ଜାରି ରଖିବା ପାଇଁ…

ବରଗଡ଼ ଜଳାର୍ଣ୍ଣବ: ଗ୍ରାମାଞ୍ଚଳଠୁ ସହରାଞ୍ଚଳ ଜନଜୀବନ ପ୍ରଭାବିତ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ଲଗାଣ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ ହୋଇ ପଡ଼ିଛି। ଜିଲାର ଗ୍ରାମାଞ୍ଚଳଠୁ ସହରାଞ୍ଚଳ ପର୍ଯ୍ୟନ୍ତ ଜନଜୀବନ ପ୍ରଭାବିତ ହୋଇଛି। ଗଳିକନ୍ଦି ରାସ୍ତା ଜଳମଗ୍ନ ହୋଇପଡ଼ିଛି ।…

ଯେଣେତେଣେ ବିଭାଜନ

ଗୋଟେ କଥା ଭାରତବ୍ୟାପୀ ଚର୍ଚ୍ଚା ହେଉଛି ଯେ, ଦୀର୍ଘ ବର୍ଷ ଧରି ଦେଶର ପାରମ୍ପରିକ ରାଜନୈତିକ ଦଳ ଯେଉଁ ପ୍ରକାର ପରିବର୍ତ୍ତନ ଆଣିବାରେ ସକ୍ଷମ ହୋଇ ନ…

ସାର-ବିହନ ବିକ୍ରି ଅନିୟମିତତା: ୯ ଡିଲରଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ ଚାଷକାର୍ଯ୍ୟ ଚାଲିଛି। ତେବେ ଚାଷ କାର୍ଯ୍ୟ ଆରମ୍ଭରୁ ସାର, ବିହନ ବିକ୍ରିରେ କଳାବଜାର ସମେତ ବିଭିନ୍ନ ଅନିୟମିତତା ଚାଷୀମାନଙ୍କୁ ଚିନ୍ତାରେ…

ଆଜି ୮ ଜିଲାରେ ସ୍କୁଲ ଛୁଟି ଘୋଷଣା: ପ୍ରବଳ ବର୍ଷା ସହ ସମ୍ଭାବ୍ୟ ବନ୍ୟା ସ୍ଥିତିକୁ ନେଇ ନିଷ୍ପତ୍ତି

ଭୁବନେଶ୍ୱର,୨୯।୭: ଆଜି ୮ ଜିଲାରେ ସମସ୍ତ ସ୍କୁଲ,କଲେଜ ଓ ଅଙ୍ଗନବାଡି ବନ୍ଦ।ଉତ୍ତର ଏବଂ ପଶ୍ଚିମ ଓଡ଼ିଶାର ୮ ଜିଲାରେ ଶିକ୍ଷାନୁଷ୍ଠାନ ବନ୍ଦ । ଭଦ୍ରକ, କେନ୍ଦୁଝର, ଯାଜପୁର,…

ଧର୍ମେନ୍ଦ୍ରଙ୍କୁ ସ୍ବାଗତ କଲେ ଭାଜପାର ଏସବୁ ନେତା: ବିରୋଧୀ କହିଲେ ବରାଦିଆ

ଭୁବନେଶ୍ୱର,୨୯।୭ (ସୁନିତ୍‌ ମିଶ୍ର):ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କକ୍‌ରୋଚ୍‌ ଜନତା ପାର୍ଟି(ସିଜେପି)ର ପ୍ରବଳ ବିରୋଧ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri