ଆମେରିକାରେ ଆଉ ଜଣେ ଭାରତୀୟ ଛାତ୍ରଙ୍କ ମୃତ୍ୟୁ, ବିଶ୍ୱଦ୍ୟାଳୟରୁ ଥିଲେ ନିଖୋଜ

ଓ୍ବାଶିଂଟନ,୩୦।୧: ଗତ ଦୁଇ ଦିନ ମଧ୍ୟରେ ଆମେରିକାରେ ଦୁଇ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ଖବର ସାମ୍ନାକୁ ଆସିଛି। ନିକଟରେ ଭାରତୀୟ ଛାତ୍ର ବିବେକ ସାଇନିଙ୍କୁ ଆଟଲାଣ୍ଟାର ଏକ ଦୋକାନରେ ନିଶା ସେବନ କରିଥିବା ଜଣେ ଯୁବକ ହାତୁଡ଼ିରେ ପିଟିପିଟି ହତ୍ୟା କରିଥିଲେ। ଏହି ଘଟଣା ପରେ ବର୍ତ୍ତମାନ ଶିକାଗୋର ଏକ ବିଶ୍ୱବିଦ୍ୟାଳୟର ଛାତ୍ରଙ୍କ ହତ୍ୟା ମାମଲା ମଧ୍ୟ ସାମ୍ନାକୁ ଆସୁଛି। ରବିବାର ବିଶ୍ୱବିଦ୍ୟାଳୟ ପରିସରରୁ ନିଖୋଜ ହୋଇଯାଇଥିବା ଛାତ୍ର ନିଲ ଆଚାର୍ଯ୍ୟଙ୍କ ମୃତ୍ୟୁକୁ ପୋଲିସ ନିଶ୍ଚିତ କରିଛି।
ପଶ୍ଚିମ ଲାଫାୟେଟର ୫୦୦ଏଲିସନ ରୋଡରେ ରବିବାର ସକାଳ ପ୍ରାୟ ସାଢେ ୧୧ଟା ସମୟରେ ଏକ ମୃତଦେହ ଜବତ ହୋଇଥିବା ସୂଚନା ମିଳିଥିବା ଅଧିକାରୀମାନେ କହିଛନ୍ତି। ଅନୁସନ୍ଧାନ ପରେ ଏହା ଏକ କଲେଜ ଯାଉଥିବା ଛାତ୍ରଙ୍କ ମୃତଦେହ ବୋଲି ଜଣାପଡିଛି। ମୃତକଙ୍କ ନାମ ଭାରତୀୟ ମୂଳ ଛାତ୍ର ନିଲ ଆଚାର୍ଯ୍ୟ ବୋଲି ଜଣାପଡିଛି।
ଏହାପୂର୍ବରୁ ରବିବାର ନିଲଙ୍କ ମା’ ଗୌରୀ ଆଚାର୍ଯ୍ୟ ଏକ୍ସରେ ପୋଷ୍ଟ କରି ତାଙ୍କ ପୁଅକୁ ଖୋଜିବା ପାଇଁ ଲୋକଙ୍କୁ ନିବେଦନ କରିଥିଲେ। ସେ କହିଥିଲେ – ଆମ ପୁଅ ନିଲ ଆଚାର୍ଯ୍ୟ ଜାନୁଆରୀ ୨୮ ରୁ ନିଖୋଜ ଅଛନ୍ତି। ସେ ଆମେରିକାର ପଡର୍ୟୁ ବିଶ୍ୱବିଦ୍ୟାଳୟର ଛାତ୍ର। ତାଙ୍କୁ ଶେଷ ଥର ପାଇଁ ଜଣେ ଉବର କ୍ୟାବ ଡ୍ରାଇଭର ପଡର୍ୟୁ ବିଶ୍ୱବିଦ୍ୟାଳୟରେ ଛାଡି ଦେଇଥିଲେ। ଆମେ ତାଙ୍କ ସୂଚନା ଚାହୁଁଛୁ। ଯଦି ଆପଣ କିଛି ଜାଣିଛନ୍ତି। ଆମକୁ ସାହାଯ୍ୟ କରନ୍ତୁ।
ତାଙ୍କ ପୋଷ୍ଟ ପରେ ଶିକାଗୋର କନସୁଲେଟ ଜେନେରାଲ ଟୁଇଟର ବା ଏକ୍ସରେ ପୋଷ୍ଟ କରିଛନ୍ତି ଯେ ସେମାନେ ସେ ବିଶ୍ୱବିଦ୍ୟାଳୟର ଅଧିକାରୀଙ୍କ ସହ ଯୋଗାଯୋଗରେ ଅଛନ୍ତି ଏବଂ ନିଲଙ୍କ ପରିବାର ସହ ମଧ୍ୟ ଏ ସମ୍ପର୍କରେ କଥାବାର୍ତ୍ତା କରୁଛନ୍ତି। ଦୂତାବାସ ମଧ୍ୟ ସମସ୍ତ ପ୍ରକାର ସହାୟତା ବିଷୟରେ କହିଥିଲେ।
ମଲ୍ଟିମିଡ଼ିଆ ଏଜେନ୍ସି ପର୍ଡୁ ଏକ୍ସପୋନ୍ସନ ଅନୁଯାୟୀ ପଡର୍ୟୁ ବିଶ୍ୱବିଦ୍ୟାଳୟର କମ୍ପ୍ୟୁଟର ସାଇନ୍ସ ବିଭାଗର ମୁଖ୍ୟ କ୍ରିସ କ୍ଲିଫଟନ ସୋମବାର ବିଭାଗ ଏବଂ ଅଧ୍ୟାପିକାଙ୍କୁ ଏକ ଇମେଲରେ ନିଲ ଆଚାର୍ଯ୍ୟଙ୍କ ମୃତ୍ୟୁକୁ ନିଶ୍ଚିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?