ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ ଇସ୍ତଫା ଦେଇଛନ୍ତି। ଚାକିରିରେ ଯୋଗଦେବାର ପ୍ରାୟ ଦୁଇ ବର୍ଷ ନପୁରୁଣୁ ସେ ନିଜ ପଦରୁ ଇସ୍ତଫା ଦେବା ପ୍ରଶାସନିକ ସ୍ତରରେ ବେଶ ଚର୍ଚ୍ଚାର ବିଷୟ ପାଲଟିଛି।

ଏହି ଯୁବ ଅଫିସର ଜଣକ ହେଲେ ୨୦୨୫ ବ୍ୟାଚର IPS ସିଏ ରାମଦାସ । ମହାରାଷ୍ଟ୍ରର ବାସିନ୍ଦା ଅଭିଜିତ ସିଭିଲ ସର୍ଭିସେସ ପରୀକ୍ଷାରେ କୃତକାର୍ଯ୍ୟ ହେବା ପରେ ତାଙ୍କୁ ଓଡ଼ିଶା କ୍ୟାଡର ମିଳିଥିଲା। ବର୍ତ୍ତମାନ ସେ ହାଇଦ୍ରାବାଦ ସ୍ଥିତ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଜାତୀୟ ପୋଲିସ ଏକାଡେମୀ (SVPNPA)ରେ ତାଲିମ ନେଉଥିଲେ। ମିଳିଥିବା ସୂଚନା ଅନୁଯାୟୀ, ତାଲିମ ସରିବା ପୂର୍ବରୁ ହିଁ ସେ ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ତେବେ ସେ କେଉଁ କାରଣ ପାଇଁ ଚାକିରି ଛାଡ଼ିଲେ, ସେ ନେଇ ସିଏ ରାମଦାସ କିମ୍ବା ସରକାରୀ କର୍ତ୍ତୃପକ୍ଷଙ୍କ ତରଫରୁ କୌଣସି ଆଧିକାରିକ ସ୍ପଷ୍ଟୀକରଣ ଦିଆଯାଇ ନାହିଁ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ

କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍‌ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…

ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

ଭୟୂରଭଞ୍ଜରେ ଲଜ୍ଜା, ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର

ଉଦଳା,୧୩।୧୦: ଭୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ…

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଅଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?