ଗାଜା ଉପରେ ପୁଣି ଇସ୍ରାଏଲର ବିମାନ ଆକ୍ରମଣ, ମହିଳା ଶିଶୁ ସମେତ ୩୩ ନିହତ

ଜେରୁଜେଲମ,୪।୪: ଗୁରୁବାର ଇସ୍ରାଏଲୀ ଯୁଦ୍ଧ ବିମାନ ଗାଜା ଷ୍ଟ୍ରିପରେ ପ୍ରବଳ ବୋମାମାଡ଼ କରିଥିଲା, ଯେଉଁଥିରେ ଅତି କମରେ ୧୦୦ ଜଣଙ୍କର ମୃତ୍ୟୁ ହୋଇଥିଲା। ଏହି ଆକ୍ରମଣରେ ଉତ୍ତର ଗାଜାର ଏକ ସ୍କୁଲକୁ ମଧ୍ୟ ଟାର୍ଗେଟ କରାଯାଇଥିଲା, ଯେଉଁଥିରେ ସେଠାରେ ଆଶ୍ରୟ ନେଇଥିବା ୩୩ ଜଣଙ୍କର ମୃତ୍ୟୁ ହୋଇଥିଲା ଏବଂ ୭୦ରୁ ଅଧିକ ଆହତ ହୋଇଥିଲେ। ପାଲେଷ୍ଟାଇନ ସ୍ବାସ୍ଥ୍ୟ ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି।
ସାମ୍ପ୍ରତିକ ସମୟରେ, ଇସ୍ରାଏଲ ଏହାର ଆକ୍ରମଣର ପରିସର ବୃଦ୍ଧି କରିଛି। ଇସ୍ରାଏଲୀ ସେନା କହିଛି ଯେ ହମାସ ଉପରେ ଚାପ ବୃଦ୍ଧି କରିବା ଏବଂ ଏହାକୁ ସମ୍ପୂର୍ଣ୍ଣ ବିତାଡ଼ିତ କରିବା ପାଇଁ ସେମାନେ ଆକ୍ରମଣକୁ ତୀବ୍ର କରିଛନ୍ତି।
ପାଲେଷ୍ଟାଇନ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ମୁଖପାତ୍ର ଜାହେର ଅଲ-ୱାହିଦି କହିଛନ୍ତି ଯେ ଗାଜା ସହରର ତୁଫାହ ଅଞ୍ଚଳର ଏକ ସ୍କୁଲରେ ୧୪ ଜଣ ଶିଶୁ ଏବଂ ପାଞ୍ଚ ଜଣ ମହିଳାଙ୍କ ମୃତଦେହ ମିଳିଛି। ସେ କହିଛନ୍ତି ଯେ ୭୦ ଜଣ ଆହତଙ୍କ ମଧ୍ୟରୁ କେତେଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇପାରେ। ଆହଲି ହସ୍ପିଟାଲ ରେକର୍ଡକୁ ଉଦ୍ଧୃତ କରି ସେ କହିଛନ୍ତି ଯେ ନିକଟସ୍ଥ ହିଜାଇୟା ଅଞ୍ଚଳରେ ଘର ଉପରେ ଆକ୍ରମଣରେ ୩୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି।
ଇସ୍ରାଏଲୀ ସେନା କହିଛି ଯେ ଏହା ଗାଜା ସହରରେ ଥିବା ‘ହମାସ କମାଣ୍ଡ ଆଣ୍ଡ କଣ୍ଟ୍ରୋଲ ସେଣ୍ଟର’ ଉପରେ ଆକ୍ରମଣ କରିଛି। ସେନା ଅନୁଯାୟୀ, ସେମାନେ ସାଧାରଣ ନାଗରିକଙ୍କୁ କ୍ଷତିରୁ ରକ୍ଷା କରିବା ପାଇଁ ଆବଶ୍ୟକୀୟ ପଦକ୍ଷେପ ନେଇଛନ୍ତି। ଗୁରୁବାର ଇସ୍ରାଏଲୀ ସେନା ଉତ୍ତର ଗାଜାର କିଛି ଅଂଶରେ ରହୁଥିବା ଲୋକମାନଙ୍କୁ ଗାଜା ସହରର ପଶ୍ଚିମ ଭାଗରେ ଆଶ୍ରୟ ନେବାକୁ ନିର୍ଦ୍ଦେଶ ଦେଇଥିଲା।
ଇସ୍ରାଏଲୀ ସେନା ଚେତାବନୀ ଦେଇଛି ଯେ ସେମାନେ ଏହି ଅଞ୍ଚଳରେ ପୂର୍ଣ୍ଣ ବଳରେ କାର୍ଯ୍ୟାନୁଷ୍ଠାନ ନେବାକୁ ଯୋଜନା କରୁଛନ୍ତି। ଏହି ଭୟ ଯୋଗୁଁ, ଅନେକ ପାଲେଷ୍ଟାଇନ ନାଗରିକ ସେ ସ୍ଥାନ ଛାଡି ଚାଲିଯିବା ଆରମ୍ଭ କରିଛନ୍ତି। କେତେକ ଲୋକ ପିଠିରେ ସେମାନଙ୍କର ଜିନିଷପତ୍ର ବୋହି ନେଉଥିଲେ, ଆଉ କେତେକ ଲୋକ ଖଚର ଗାଡ଼ି ବ୍ୟବହାର କରୁଥିଲେ। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ବୁଧବାର କହିଛନ୍ତି ଯେ ଇସ୍ରାଏଲ ଗାଜାକୁ ଏକ ନୂତନ ସୁରକ୍ଷା ପଥ ନିର୍ମାଣ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri