Posted inଜାତୀୟ

ଆଉ ଜଣେ କଶ୍ମୀରୀ ପଣ୍ଡିତଙ୍କୁ ହତ୍ୟା

ନୂଆଦିଲ୍ଲୀ,୧ା୬: ଜମ୍ମୁ-କଶ୍ମୀରର କୁଲ୍‌ଗାମ ଜିଲାରେ ମଙ୍ଗଳବାର ଆତଙ୍କବାଦୀମାନେ ଜଣେ ପ୍ରବାସୀ କଶ୍ମୀରୀ ପଣ୍ଡିତ ହାଇସ୍କୁଲ୍‌ ଶିକ୍ଷୟିତ୍ରୀଙ୍କୁ ଗୁଳିକରି ହତ୍ୟା କରିଛନ୍ତି। କଶ୍ମୀରରେ ମାସକ ମଧ୍ୟରେ ଏହା ସପ୍ତମ ଟାର୍ଗେଟ କିଲିଂ। ମୃତ ଶିକ୍ଷୟିତ୍ରୀ ରଜନୀ ବଳ (୩୬) ସାମ୍ବା ବାସିନ୍ଦା। ମଙ୍ଗଳବାର ଦିନ ୧୦ଟାରେ କୁଲ୍‌ଗାମର ଗୋପାଳପୋରାସ୍ଥିତ ସ୍କୁଲ ବାହାରେ ଆତଙ୍କବାଦୀ ତାଙ୍କ ଉପରେ ଗୁଳି ଚଳାଇବାରୁ ସେ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ନିକଟସ୍ଥ ହସ୍ପିଟାଲକୁ ନିଆଯାଇଥିଲେ ହେଁ ଡାକ୍ତର ମୃତ ଘୋଷଣା କରିଛନ୍ତି।
ଆତଙ୍କବାଦୀମାନେ କିଛିଦିନ ହେଲା ସାଧାରଣ ନାଗରିକଙ୍କୁ ଟାର୍ଗେଟ କରି ଆକ୍ରମଣ କରିଆସୁଛନ୍ତି। କଶ୍ମୀର ଏବେ ୯୦ ଦଶକଠାରୁ ଅଧିକ ବିପଜ୍ଜନକ ହୋଇପଡ଼ିଥିବା କଶ୍ମୀରୀ ପଣ୍ଡିତମାନେ ଅଭିଯୋଗ କରିଛନ୍ତି। ପୋଲିସ ଆକ୍ରମଣ ସ୍ଥଳକୁ ଚାରିପଟୁ ଘେରି ରହିବା ସହ ଆକ୍ରମଣକାରୀଙ୍କୁ ଧରିବା ଲାଗି ସର୍ଚ୍ଚ ଅପରେଶନ ଚଳାଇଛି। ଅପରାଧରେ ସମ୍ପୃକ୍ତ ଆତଙ୍କବାଦୀଙ୍କୁ ଖୁବ୍‌ଶୀଘ୍ର ଚିହ୍ନଟ କରାଯାଇ ଗିରଫ କରାଯିବ ବୋଲି ପୋଲିସ କହିଛି। ଅନ୍ୟପକ୍ଷରେ ଶିକ୍ଷୟିତ୍ରୀ ହତ୍ୟା ପ୍ରତିବାଦରେ ଶ୍ରୀନଗରରେ କଶ୍ମୀରୀ ପଣ୍ଡିତମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଆମେ ନ୍ୟାୟ ଚାହୁଁ। ଟାର୍ଗେଟ୍‌ କିଲିଂ ବିରୋଧରେ ସରକାର ପଦକ୍ଷେପ ନେବା ଆବଶ୍ୟକ। ବାହାର ରାଜ୍ୟରୁ ଆସି କଶ୍ମୀର ଉପଖଣ୍ଡରେ କାର୍ଯ୍ୟ କରୁଥିବା ଲୋକଙ୍କୁ ସୁରକ୍ଷା ଯୋଗାଇ ଦିଆଯାଉ ବୋଲି ସେମାନେ ଦାବି କରିଛନ୍ତି। ଆତଙ୍କବାଦୀଙ୍କ ଏଭଳି କାର୍ଯ୍ୟକୁ ନ୍ୟାଶନାଲ କନ୍‌ଫରେନ୍ସ ଉପାଧ୍ୟକ୍ଷ ଓମାର ଅବଦୁଲ୍ଲା ଏବଂ ପିଡିପି ନେତ୍ରୀ ମେହବୁବା ମୁଫ୍‌ତି ନିନ୍ଦା କରିଛନ୍ତି। ଉପତ୍ୟକାରେ ଟାର୍ଗେଟ କିଲିଂ ବଢ଼ିଚାଲିଥିବାବେଳେ ସ୍ବାଭାବିକତା ଫେରିଥିବା ନେଇ କେନ୍ଦ୍ର ସରକାର ମିଥ୍ୟା ଦାବି କରୁଥିବା ମେହବୁବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri