ତାତି ନ ଥମୁଣୁ ପୁଣି କିଟ୍‌ ଛାତ୍ରଙ୍କ ମୃତ୍ୟୁ, ସନ୍ଦେହଜନକ ଭାବେ ମିଳିଲା ମୃତଦେହ

ଭୁବନେଶ୍ୱର,୧।୩: କିଟ୍‌ ତାତି ନ ଥମୁଣୁ ପୁଣି ଆଉ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସନ୍ଦେହଜନକ ପରିସ୍ଥିତିରେ ପୁଣି ଜଣେ ଛାତ୍ରଙ୍କ ମୃତଦେହ ଜବତ ହୋଇଛି। ମଞ୍ଚେଶ୍ବର ଥାନା ଅଞ୍ଚଳର ଏକ ନିର୍ମାଣାଧୀନ କୋଠା ତଳୁ ଛାତ୍ରଙ୍କ ମୃତଦେହ ଜବତ ହୋଇଥିବା ସୂଚନା ମିଳିଛି। ମୃତଛାତ୍ର କିଟ୍‌ ବିଶ୍ବବିଦ୍ୟାଳୟରେ ବିଟେକ ତୃତୀୟ ବର୍ଷର ଛାତ୍ର। ଛାତ୍ର ଜଣଙ୍କ ନାଁ ଅର୍ଣ୍ଣବ ମୁଖାର୍ଜୀ, ଘର ପଶ୍ଚିମବଙ୍ଗ ବାଁକୁରା।
ଅର୍ଣ୍ଣବ କିଟ୍‌ ବିଶ୍ବବିଦ୍ୟାଳୟ ହଷ୍ଟେଲରେ ରହି ପାଠ ପଢ଼ୁଥିଲେ। ତେବେ ଏବେ ପ୍ରଶ୍ନ ଉଠୁଛି ହଷ୍ଟେଲ୍‌ରୁ ସେ କାହିଁକି ମଞ୍ଚେଶ୍ୱର ଆସିଥିଲେ। ସେଠାରେ କେଉଁ ପରିସ୍ଥିତିରେ ତାଙ୍କରୁ ମୃତ୍ୟୁ ଘଟିଲା। ମୃତଦେହ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଯାଇଛି। ଅପମୃତ୍ୟୁ ମାମଲା ରୁଜୁ କରି ମଞ୍ଚେଶ୍ବର ପୋଲିସର ତଦନ୍ତ ଜାରି ରଖିଥିବା ବେଳେ ଅର୍ଣ୍ଣବଙ୍କ ମୃତ୍ୟୁ ନେଇ କିଟ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ।

ନିକଟରେ  ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟିଥିଲା। ଏ ନେଇ ସାରା ବିଶ୍ୱରେ ନିନ୍ଦିତ ହୋଇଥିଲା  ଓଡ଼ିଶା। ଘଟଣାର ଗୋଟିଏ ପରେ ଗୋଟିଏ ଭିଡିଓ ଭାଇରାଲପରେ ରାଜନୀତି ସରଗରମୁ ହୋଇଥିଲା। ଏହି ଘଟଣାରେ ଶିକ୍ଷାନୁଷ୍ଠାନରେ ଅଶାନ୍ତ ବାତାବରଣ ସୃଷ୍ଟି ହେବା ପରେ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ ଅନୁଷ୍ଠାନକୁ ତୁରନ୍ତ ସାଇନ ଏ ଡାଏ ଘୋଷଣା କରିବା ସହିତ ଏଠାରେ ଅଧ୍ୟୟନରତ ନେପାଳର ଶତାଧିକ ଛାତ୍ରୀଛାତ୍ରଙ୍କୁ ଶିକ୍ଷାନୁଷ୍ଠାନ ଛାଡ଼ିବାକୁ ବାଧ୍ୟ କରିଥିଲେ।
ଏପରି କି ପିଲାମାନଙ୍କୁ ବଳପୂର୍ବକ ଶିକ୍ଷାନୁଷ୍ଠାନର ବସରେ ବସାଇ କଟକ ରେଳ ଷ୍ଟେଶନରେ ଛାଡ଼ି ଦେଇଥିବା ମଧ୍ୟ ଦେଖୁବାକୁ ମିଳିଥିଲା। ଏହାରି ମଧ୍ୟରେ KIIT ବିଶ୍ବବିଦ୍ୟାଳୟର ଲାଇସେନ୍ସ ରଦ୍ଦ ପାଇଁ ଶିଳ୍ପମନ୍ତ୍ରୀଙ୍କୁ ଦାବିପତ୍ର ଦିଆଯାଇଥିଲା ।
ଫେବୃଆରୀ ଶେଷ ସପ୍ତାହରେ ପରୀକ୍ଷା ଥିବାବେଳେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଏଭଳି ଆଚରଣକୁ ଛାତ୍ରୀଛାତ୍ର ଏବଂ ବିଭିନ୍ନ ମହଲରୁ ନିନ୍ଦା କରାଯାଇଥିଲା । ଏପରି କି ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ଏହି ଘଟଣାକୁ ନେଇ ଉଦ୍ବେଗ ପ୍ରକାଶ କରିବା ସହ ଘଟଣାର ସମାଧାନ ପାଇଁ କୂଟନୈତିକସ୍ତରରେ ଆଲୋଚନା କରାଯାଉଛି ବୋଲି କହିଥିଲେ। ବିଭିନ୍ନ ମହଲରୁ ଘଟଣାକୁ ନିନ୍ଦା କରାଯିବା ପରେ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ ନେପାଳୀ ଛାତ୍ରୀଛାତ୍ରଙ୍କୁ ଫେରି ଆସି କ୍ଲାସରେ ଯୋଗଦେବାକୁ ନିବେଦନ କରିଥିଲେ।
ସେପଟେ କିଟ୍‌ରେ ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀ ପ୍ରତିକ୍ରିୟା ରଖିକହିଥିଲେ,, ନେପାଳ ସହ ଭାରତର ସମ୍ପର୍କ ଅତ୍ୟନ୍ତ ଗଭୀର ଏବଂ ନେପାଳ ସହ ଓଡ଼ିଶାର ସମ୍ପର୍କ ମଧ୍ୟ ଜଗନ୍ନାଥଙ୍କୁ ଆଧାର କରି ରହିଆସିଛି। କିଟ୍‌ର ଯାହା ଘଟିଛି ତାହା ଦୁଃଖଦ, ମୃତା ଛାତ୍ରୀଙ୍କ ପରିବାର ପ୍ରତି ଆମେ ସମବେଦନା ଜ୍ଞାପନ କରୁଛୁ। ଘଟଣା ଘଟିବା ପରେ ଗୃହ ବିଭାଗ େ ପଦକ୍ଷେପ ନେଇଛି। ଏହି ଘଟଣାରେ ଜଣଙ୍କୁ ଗିରଫ କରାଯାଇଥିବାବେଳେ ଆଉ ଯେଉଁମାନେ ଏଥିରେ ସାମିଲ ଥିବେ, ସେହି ଦିଗକୁ ଗୁରୁତ୍ୱ ଦିଆଯିବ ବା ଅତ୍ୟନ୍ତ ସମ୍ବେଦନଶୀଳ ଭାବରେ ଘଟଣାକୁ ଗୁରୁତର ସହ ନିଆଯାଇଛିା। ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କଠୁ ଆରମ୍ଭ କରି ବହିବ୍ୟାପାର ମନ୍ତ୍ରଣାଳୟ ସହ ମଧ୍ୟ ଆମେ ଯୋଗାଯୋଗରେ ଅଛୁ। ରାଜ୍ୟ ସରକାରଙ୍କ ହସ୍ତକ୍ଷେପ ପରେ ଛାତ୍ରୀଛାତ୍ରମାନଙ୍କୁ କ୍ୟାମ୍ପସ ଫେରିଆସିବାକୁ କିଟ୍‌ ପକ୍ଷରୁ ଅପିଲ କରାଯାଇଛି। ସେମାନଙ୍କୁ ଆଣିବାକୁ ଓଏସଆର୍ଟିସି ସସ୍‌ର ବ୍ୟବସ୍ଥା କରାଯାଇଛି। ସେମାନଙ୍କ ସହ କାଉନ୍ସେଲିଂ ଆଧାରରେ କଲେଜ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଯେପରି କୌଣସି ମାନସିକ ନିର୍ଯାତନା ନ ମିଳିବ, ସେଥିପାଇଁ ସରକାର ଆଲୋଚନା କରିବା ସହ ନିର୍ଦ୍ଦେଶ ଦିଆଯାଇଛି ବୋଲି ସୂର୍ଯ୍ୟବଂଶୀ କହିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ମଲ୍ଲୀ ଜେନା ହତ୍ୟାକାଣ୍ଡ ମାମଲା: ୮ ଦୋଷୀଙ୍କୁ ୧୦ ବର୍ଷ ଲେଖାଏ କାରାଦଣ୍ଡାଦେଶ

ବଞ୍ଚୋ,୨୯ା୧(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘଷିପୁରା ବ୍ଲକ ଅନ୍ତର୍ଗତ ରାମଚନ୍ଦ୍ରପୁର ଥାନା ଅଞ୍ଚଳର ଶାଳଦେଇ ଗ୍ରାମର ବହୁଚର୍ଚ୍ଚିତ ମଲ୍ଲୀ ଜେନା ହତ୍ୟାକାଣ୍ଡ ଘଟଣାରେ…

ଦୁର୍ଗମ ବନାଞ୍ଚଳରେ ଅଫିମ ଚାଷ, ମୂଳୋତ୍ପାଟନ କଲା କେନ୍ଦୁଝର ପୋଲିସ

ଯୋଡ଼ା,୨୯ା୧(ମାନସ ମହାନ୍ତି): ଅଫିମ ଚାଷ ନଷ୍ଟ କଲା ପୋଲିସ । କେନ୍ଦୁଝର ଜିଲାର ବଡବିଲ ଥାନା ତଥା ଯୋଡା ବ୍ଲକ ଅନ୍ତର୍ଗତ ରୋଇଡା ଗ୍ରାମ ପଞ୍ଚାୟତର ମାଙ୍କଡ…

ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ, ଜାଣନ୍ତୁ କେବେଠୁ..

ବାରିପଦା,୨୯ା୧: ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଆସିବାକୁ ଥିବାରୁ ଏହା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ତେବେ ଆସନ୍ତା…

ପାରିବାରିକ କଳହ ନେଲା ଜୀବନ, ଭିଣୋଇଙ୍କ ଠେଙ୍ଗା ମାଡ଼ରେ ଶଳା ମୃତ

ଗୁଣୁପୁର,୨୯ା୧(ସଂକେତ ପାତ୍ର/ସୁଜାତା ପାଢ଼ୀ ): ଭିଣୋଇଙ୍କ ଠେଙ୍ଗା ମାଡ଼ରେ ଶଳାଙ୍କ ମୃତ୍ୟୁ। ଏହି ଅଭାବନୀୟ ଘଟଣାଟି ଘଟିଛି ରାୟଗଡା ଜିଲା ଗୁଣପୁର ମେଡିକାଲ କଲୋନୀରେ। ଭିଣୋଇ ଏବଂ…

ନାବାଳକଙ୍କୁ ବାଲିରେ ପୋତିଦେଲେ ୬ ସାଙ୍ଗ, ଭିଡିଓ ଉତ୍ତୋଳନ କରି ଦେଲେ ଏମିତି ଧମକ

ଗୁଣପୁର,୨୯ା୧(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ପିଲାଖେଳ ଯେ, ଜଣେ ନାବାଳକଙ୍କ ଜୀବନ ନେଇଯାଇଥାନ୍ତା ତାହା ଏକ ଭିଡିଓରୁ ଜଣାପଡ଼େ। ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ଜିଲା…

ବାଲସି ଧାନ ମଣ୍ଡିରେ ଦୁଇମାସରୁ ଉର୍ଦ୍ଧ୍ବ ହେଲା ପଡ଼ିରହିଛି ଧାନ, ଶୀତ କାକରରେ ଜଗୁଛନ୍ତି ଚାଷୀ

କେସିଙ୍ଗା,୨୯ା୧(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ବାଲସି ଧାନ ମଣ୍ଡିରେ ଦୀର୍ଘ ଦୁଇ ମାସ ହେଲା ଧାନ ପଡି ରହିଛି । ପ୍ରବଳ ଶୀତ…

ନବଜାତ ଶିଶୁକନ୍ୟାକୁ ଅଳିଆଗଦାରେ ଫିଙ୍ଗିଦେଲେ, ଗାଁରେ ଜୋର୍‌ ଧରିଛି ଚର୍ଚ୍ଚା

ବଲାଙ୍ଗୀର/ସଇଁତଳା,୨୯ା୧(ସୁନିଲ କୁମାର ମହାନ୍ତି/ରାଖାଲ ଶତପଥୀ): ଅଳିଆଗଦାରୁ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି। ଏପରି ଏକ ଘଟଣା ଘଟିଛି ବଲାଙ୍ଗୀର ଜିଲା ସଇଁତଳା ଥାନା ଅନ୍ତର୍ଗତ ଧରପଗଡ଼…

କପ୍ତିପଦାରେ ଜବରଦଖଲ ଉଚ୍ଛେଦ, ଏନଏସି ମାନ୍ୟତା ପାଇବା ପରେ…

ଉଦଳା,୨୯।୧(ସନ୍ତୋଷ କୁମାର ବାଚ୍ଛିନୀ): ନୂତନ ଏନଏସି ଭାବେ କପ୍ତିପଦା ଘୋଷଣା ହୋଇଛି । ଏନଏସି ମାନ୍ୟତା ପାଇବା ପରେ ଆଜି ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri