ତାତି ନ ଥମୁଣୁ ପୁଣି କିଟ୍‌ ଛାତ୍ରଙ୍କ ମୃତ୍ୟୁ, ସନ୍ଦେହଜନକ ଭାବେ ମିଳିଲା ମୃତଦେହ

ଭୁବନେଶ୍ୱର,୧।୩: କିଟ୍‌ ତାତି ନ ଥମୁଣୁ ପୁଣି ଆଉ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସନ୍ଦେହଜନକ ପରିସ୍ଥିତିରେ ପୁଣି ଜଣେ ଛାତ୍ରଙ୍କ ମୃତଦେହ ଜବତ ହୋଇଛି। ମଞ୍ଚେଶ୍ବର ଥାନା ଅଞ୍ଚଳର ଏକ ନିର୍ମାଣାଧୀନ କୋଠା ତଳୁ ଛାତ୍ରଙ୍କ ମୃତଦେହ ଜବତ ହୋଇଥିବା ସୂଚନା ମିଳିଛି। ମୃତଛାତ୍ର କିଟ୍‌ ବିଶ୍ବବିଦ୍ୟାଳୟରେ ବିଟେକ ତୃତୀୟ ବର୍ଷର ଛାତ୍ର। ଛାତ୍ର ଜଣଙ୍କ ନାଁ ଅର୍ଣ୍ଣବ ମୁଖାର୍ଜୀ, ଘର ପଶ୍ଚିମବଙ୍ଗ ବାଁକୁରା।
ଅର୍ଣ୍ଣବ କିଟ୍‌ ବିଶ୍ବବିଦ୍ୟାଳୟ ହଷ୍ଟେଲରେ ରହି ପାଠ ପଢ଼ୁଥିଲେ। ତେବେ ଏବେ ପ୍ରଶ୍ନ ଉଠୁଛି ହଷ୍ଟେଲ୍‌ରୁ ସେ କାହିଁକି ମଞ୍ଚେଶ୍ୱର ଆସିଥିଲେ। ସେଠାରେ କେଉଁ ପରିସ୍ଥିତିରେ ତାଙ୍କରୁ ମୃତ୍ୟୁ ଘଟିଲା। ମୃତଦେହ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଯାଇଛି। ଅପମୃତ୍ୟୁ ମାମଲା ରୁଜୁ କରି ମଞ୍ଚେଶ୍ବର ପୋଲିସର ତଦନ୍ତ ଜାରି ରଖିଥିବା ବେଳେ ଅର୍ଣ୍ଣବଙ୍କ ମୃତ୍ୟୁ ନେଇ କିଟ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ।

ନିକଟରେ  ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟିଥିଲା। ଏ ନେଇ ସାରା ବିଶ୍ୱରେ ନିନ୍ଦିତ ହୋଇଥିଲା  ଓଡ଼ିଶା। ଘଟଣାର ଗୋଟିଏ ପରେ ଗୋଟିଏ ଭିଡିଓ ଭାଇରାଲପରେ ରାଜନୀତି ସରଗରମୁ ହୋଇଥିଲା। ଏହି ଘଟଣାରେ ଶିକ୍ଷାନୁଷ୍ଠାନରେ ଅଶାନ୍ତ ବାତାବରଣ ସୃଷ୍ଟି ହେବା ପରେ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ ଅନୁଷ୍ଠାନକୁ ତୁରନ୍ତ ସାଇନ ଏ ଡାଏ ଘୋଷଣା କରିବା ସହିତ ଏଠାରେ ଅଧ୍ୟୟନରତ ନେପାଳର ଶତାଧିକ ଛାତ୍ରୀଛାତ୍ରଙ୍କୁ ଶିକ୍ଷାନୁଷ୍ଠାନ ଛାଡ଼ିବାକୁ ବାଧ୍ୟ କରିଥିଲେ।
ଏପରି କି ପିଲାମାନଙ୍କୁ ବଳପୂର୍ବକ ଶିକ୍ଷାନୁଷ୍ଠାନର ବସରେ ବସାଇ କଟକ ରେଳ ଷ୍ଟେଶନରେ ଛାଡ଼ି ଦେଇଥିବା ମଧ୍ୟ ଦେଖୁବାକୁ ମିଳିଥିଲା। ଏହାରି ମଧ୍ୟରେ KIIT ବିଶ୍ବବିଦ୍ୟାଳୟର ଲାଇସେନ୍ସ ରଦ୍ଦ ପାଇଁ ଶିଳ୍ପମନ୍ତ୍ରୀଙ୍କୁ ଦାବିପତ୍ର ଦିଆଯାଇଥିଲା ।
ଫେବୃଆରୀ ଶେଷ ସପ୍ତାହରେ ପରୀକ୍ଷା ଥିବାବେଳେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଏଭଳି ଆଚରଣକୁ ଛାତ୍ରୀଛାତ୍ର ଏବଂ ବିଭିନ୍ନ ମହଲରୁ ନିନ୍ଦା କରାଯାଇଥିଲା । ଏପରି କି ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ଏହି ଘଟଣାକୁ ନେଇ ଉଦ୍ବେଗ ପ୍ରକାଶ କରିବା ସହ ଘଟଣାର ସମାଧାନ ପାଇଁ କୂଟନୈତିକସ୍ତରରେ ଆଲୋଚନା କରାଯାଉଛି ବୋଲି କହିଥିଲେ। ବିଭିନ୍ନ ମହଲରୁ ଘଟଣାକୁ ନିନ୍ଦା କରାଯିବା ପରେ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ ନେପାଳୀ ଛାତ୍ରୀଛାତ୍ରଙ୍କୁ ଫେରି ଆସି କ୍ଲାସରେ ଯୋଗଦେବାକୁ ନିବେଦନ କରିଥିଲେ।
ସେପଟେ କିଟ୍‌ରେ ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀ ପ୍ରତିକ୍ରିୟା ରଖିକହିଥିଲେ,, ନେପାଳ ସହ ଭାରତର ସମ୍ପର୍କ ଅତ୍ୟନ୍ତ ଗଭୀର ଏବଂ ନେପାଳ ସହ ଓଡ଼ିଶାର ସମ୍ପର୍କ ମଧ୍ୟ ଜଗନ୍ନାଥଙ୍କୁ ଆଧାର କରି ରହିଆସିଛି। କିଟ୍‌ର ଯାହା ଘଟିଛି ତାହା ଦୁଃଖଦ, ମୃତା ଛାତ୍ରୀଙ୍କ ପରିବାର ପ୍ରତି ଆମେ ସମବେଦନା ଜ୍ଞାପନ କରୁଛୁ। ଘଟଣା ଘଟିବା ପରେ ଗୃହ ବିଭାଗ େ ପଦକ୍ଷେପ ନେଇଛି। ଏହି ଘଟଣାରେ ଜଣଙ୍କୁ ଗିରଫ କରାଯାଇଥିବାବେଳେ ଆଉ ଯେଉଁମାନେ ଏଥିରେ ସାମିଲ ଥିବେ, ସେହି ଦିଗକୁ ଗୁରୁତ୍ୱ ଦିଆଯିବ ବା ଅତ୍ୟନ୍ତ ସମ୍ବେଦନଶୀଳ ଭାବରେ ଘଟଣାକୁ ଗୁରୁତର ସହ ନିଆଯାଇଛିା। ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କଠୁ ଆରମ୍ଭ କରି ବହିବ୍ୟାପାର ମନ୍ତ୍ରଣାଳୟ ସହ ମଧ୍ୟ ଆମେ ଯୋଗାଯୋଗରେ ଅଛୁ। ରାଜ୍ୟ ସରକାରଙ୍କ ହସ୍ତକ୍ଷେପ ପରେ ଛାତ୍ରୀଛାତ୍ରମାନଙ୍କୁ କ୍ୟାମ୍ପସ ଫେରିଆସିବାକୁ କିଟ୍‌ ପକ୍ଷରୁ ଅପିଲ କରାଯାଇଛି। ସେମାନଙ୍କୁ ଆଣିବାକୁ ଓଏସଆର୍ଟିସି ସସ୍‌ର ବ୍ୟବସ୍ଥା କରାଯାଇଛି। ସେମାନଙ୍କ ସହ କାଉନ୍ସେଲିଂ ଆଧାରରେ କଲେଜ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଯେପରି କୌଣସି ମାନସିକ ନିର୍ଯାତନା ନ ମିଳିବ, ସେଥିପାଇଁ ସରକାର ଆଲୋଚନା କରିବା ସହ ନିର୍ଦ୍ଦେଶ ଦିଆଯାଇଛି ବୋଲି ସୂର୍ଯ୍ୟବଂଶୀ କହିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ବାଘ ଘାସ ଖାଇବାର କାଲି ଦେଖିଲି, କାହାକୁ ଏମିତି କହିଦେଲେ ଭକ୍ତ ଦାସ

କଟକ,୧୭।୩(ପ୍ରଭୁ କଲ୍ୟାଣ ପାଲ): ରାଜ୍ୟ ସଭା  ନିର୍ବାଚନରେ  ୩ କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ନେଇ ବିଧାୟକ, ବିଧାୟିକାଙ୍କୁ  ନିଲମ୍ବନ କରାଯାଇଛି। ଏହି ପ୍ରସଙ୍ଗରେ ପିସିସି  ସଭାପତି…

ବାଚସ୍ପତିଙ୍କୁ ଚିଠି ଲେଖିଲେ ରାମଚନ୍ଦ୍ର କାଡ଼ାମ, ୩ ବିଧାୟକଙ୍କ ସିଟ୍‌…

ଭୁବନେଶ୍ୱର,୧୭।୩: ବାଚସ୍ପତିଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ। ସେ ଉକ୍ତ ଚିଠିରେ ଉଲ୍ଲେଖ କରିଛନ୍ତି, କ୍ରସ ଭୋଟିଂ କରିଥିବା ୩ ବିଧାୟକଙ୍କ…

SCB ମେଡିକାଲ ଅଗ୍ନିକାଣ୍ଡ: ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

କଟକ,୧୭।୩: କଟକ SCB ମେଡିକାଲ ଅଗ୍ନିକାଣ୍ଡରେ ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ଘଟିଛି। ଏ ନେଇ ବିଧାନସଭାରେ ଉତ୍ତର ରଖିଲା ବେଳେ ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ।…

ଇସ୍ତଫା ଦିଅନ୍ତୁ ସ୍ବାସ୍ଥ୍ୟମନ୍ତ୍ରୀ: ନବୀନଙ୍କ ଦାବି

ଭୁବନେଶ୍ୱର,୧୭।୩: SCB ଅଗ୍ନିକାଣ୍ଡ ଘଟଣାରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ କହିଛନ୍ତି, ଆମ ସରକାରରେ ଏକ ଘରୋଇ ହସ୍ପିଟାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri