ପୁଣି ଲ୍ୟାଣ୍ଡ ମାଇନ ବିସ୍ଫୋରଣ: ଜଣେ ଯବାନ ଗୁରୁତର

ବଣାଇଁ,୩।୭(ପ୍ରଦୀପ ତ୍ରିପାଠୀ): ସମ୍ପ୍ରତ୍ତି କଡ଼ ଲେଉଟାଇଲାଣି ମାଓ ସଂଗଠନ। ଓଡିଶା – ଝାରଖଣ୍ଡ ସୀମା ସଂଲଗ୍ନ ଅଞ୍ଚଳରେ ଏବେ ପୁରା ସକ୍ରିୟ l ଏଥିନେଇ ଝାରଖଣ୍ଡରେ ମୁତୟନ ଅର୍ଦ୍ଧସାମରିକ ବାହିନୀ ଲଗାତାର ସର୍ଚ୍ଚ ବା କମ୍ବିଂ ଅପରେଶନ ଜାରି ରଖିଥିବାବେଳେ ଆଖିଦୃଶିଆ ସଫଳତା ମିଳିପାରିନାହିଁ l ଓଲଟା ମାଓବାଦୀଙ୍କ ପାଲଟା ଜବାବ ଉଭୟ ରାଜ୍ୟ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି l ଆଜି ସକାଳୁ ସରଣ୍ଡା ଜଙ୍ଗଲରେ ସର୍ଚ୍ଚ ଅପରେଶନବେଳେ ପୁଣି ଲ୍ୟାଣ୍ଡ ମାଇନ ବିସ୍ଫୋରଣ ଘଟିଛି । ଯେଉଁଥିରେ ଝାଡ଼ଖଣ୍ଡ ଜାଗୁଆର୍‌ ଟିମର ଯବାନ ମନୋଜ ଦମାଇ ଗୁରୁତର ଆହତ ହୋଇଛନ୍ତି । ଛୋଟନାଗରା ଥାନା ଅନ୍ତର୍ଗତ ବାବୁଡରା ନିକଟ ସରଣ୍ଡା ଜଙ୍ଗଲ ରେ ଘଟିଛି ଏଇ ବିସ୍ପୋରଣ। ଗୁରୁତର ଯବାନଙ୍କୁ ଚିକିତ୍ସା ପାଇଁ ରାଞ୍ଚି ଏୟାର ଲିଫ୍ଟ କରାଯାଇଛି।

ଗତକାଲି ସରଣ୍ଡା ଜଙ୍ଗଲରୁ ୧୮ ହଜାର ଡେଟୋନେଟର୍‌ ଝାଡ଼ଖଣ୍ଡ ଜାଗୁଆର୍‌ ଓ ସିଆରପିଏଫ ୬୦ ବାଟାଲିୟନ ମିଳିତ ଭାବେ ସର୍ଚ୍ଚ ଅପରେଶନ କରି ଜବତ କରିଥିବା ଘଟଣାର ମାଓବାଦୀଙ୍କ ପକ୍ଷରୁ କାଉଣ୍ଟର ଆଟାକ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି l
କେବଳ ଝାରଖଣ୍ଡ ନୁହେଁ, ଦୀର୍ଘଦିନ ହେବ ଓଡିଶା ସୀମାବର୍ତ୍ତୀ ଅଞ୍ଚଳରୁ ଅପସାରିତ ଅର୍ଦ୍ଧସାମରିକ ବାହିନୀଙ୍କୁ ପୁନଃ ଓଡିଶା-ଝାରଖଣ୍ଡ ସୀମାରେ ମୁତୟନ ନ କଲେ ଆଗକୁ ପରିସ୍ଥିତି ଅଣାୟତ୍ତ ହେବା ନିଶ୍ଚିତ ଜଣାପଡୁଛି I


Enter your email to get our daily news in your inbox.

All Right Reserved By Dharitri.Com

ଜିଦରେ ଅଟଳ ରହିପାରିଲାନି ବାଂଲାଦେଶ, ଏବେ ଭାରତକୁ କହିଲାଣି…

ଢାକା,୨୪।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଆର୍ଥିକ ପରାମର୍ଶଦାତା ସାଲେହୁଦ୍ଦିନ ଅହମ୍ମଦ ମଙ୍ଗଳବାର (ଡିସେମ୍ବର ୨୩, ୨୦୨୫) କହିଛନ୍ତି ଯେ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ନୂଆଦିଲ୍ଲୀ...

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ବାଂଲାଦେଶ ହିଂସା: ହିନ୍ଦୁଙ୍କ ଘର ଜାଳିଦେଲେ କଟ୍ଟରପନ୍ଥୀ, ସାମ୍ନାକୁ ଆସିଲା ଭୟଙ୍କର ଭିଡ଼ିଓ

ଢାକା,୨୪।୧୨: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାରର ଧାରା ଥମିବାର ନାଁ ନେଉନାହିଁ। ବାଂଲାଦେଶୀ ଲେଖିକା ତସଲିମା ନସରିନ ଏକ ଭିଡିଓ ଜାରି କରିଛନ୍ତି ଯେଉଁଥିରେ ଚିଟାଗଙ୍ଗରେ...

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

ବଡଦିନ ପାଇଁ ବ୍ୟାପକ ପ୍ରସ୍ତୁତି: ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ, ୨୪।୧୨(ପ୍ରଦୀପ ବେହେରା)- ଆଉ ଗୋଟିଏ ଦିନ ପରେ ବଡଦିନ। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସାଜସଜ୍ଜା ସାଙ୍ଗକୁ ବ୍ୟାପକ...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri