୧୧ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର, ୮।୯(ବ୍ୟୁରୋ):ବଙ୍ଗୋପସାଗରର ଉତ୍ତର ଦିଗରେ ଆଉ ଏକ ଲଘୁଚାପ ଏବେ ଦାନା ବାନ୍ଧୁଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ସ୍ପଷ୍ଟ ଚିହ୍ନିତ ହେବା ସହ ୧୧ ତାରିଖ ସୁଦ୍ଧା ଲଘୁଚାପରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ କରିଛି। ବଙ୍ଗୋପସାଗରର ଉତ୍ତର-ପଶ୍ଚିମ ଏବଂ ପଶ୍ଚିମ-କେନ୍ଦ୍ରୀୟ ଉପକୂଳରେ ଏହି ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଉପରେ ପ୍ରବଳ ବର୍ଷା ହୋଇପାରେ। ତେବେ ଏହାର ପ୍ରଭାବରେ ପ୍ରାୟ ଏକ ସପ୍ତାହ କିମ୍ବା ଅଧିକ ସମୟ ପର୍ଯ୍ୟନ୍ତ ପୂର୍ବ ଏବଂ କେନ୍ଦ୍ରୀୟ ଅଂଶଗୁଡ଼ିକ ଉପରେ ମୌସୁମୀ ବର୍ଷା ଲାଗି ରହିବ ଏବଂ ମୌସୁମୀ ଶକ୍ତିଶାଳୀ ହେବ ବୋଲି ଆଶା କରାଯାଉଛି। ଫଳରେ ରାଜ୍ୟରେ ଯେଉଁ ନିଅଣ୍ଟିଆ ମୌସୁମୀ ବର୍ଷା ହୋଇଥିଲା, ତାହାର ଭରଣା ହେବ ବୋଲି କୁହାଯାଉଛି।
ସେପଟେ ବଙ୍ଗୋପସାଗରର ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଉପକୂଳ ଓଡ଼ିଶାରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ସକ୍ରିୟ ରହିଛି। ଏଥିସହ ଦକ୍ଷିଣ ଓଡ଼ିିଶା ଏବଂ ପଡ଼ୋଶୀ ଦକ୍ଷିଣ ଛତିଶଗଡ଼ ଉପରେ ବିସ୍ତାରିତ ହୋଇ ରହିଛି। ଏହାର ପ୍ରଭାବରେ ସମୁଦ୍ର ପତ୍ତନ ଠାରୁ ୭.୬ କିଲୋମିଟର ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଦକ୍ଷିଣ-ପଶ୍ଚିମ ଦିଗକୁ ସକ୍ରିୟ ରହିଛି। ଆଗାମୀ ୨ଦିନ ମଧ୍ୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓ ଉତ୍ତର ଓଡ଼ିଶାର ଅଧିକାଂଶ ଜିଲାରେ ହାଲୁକା ଏବଂ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି। ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଅନୁଗୋଳ, ବୌଦ୍ଧ, ବଲାଙ୍ଗୀର, ନୁଆପଡ଼ା, ନବରଙ୍ଗପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ସମସ୍ତ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି। ଲଘୁଚାପ ପ୍ରଭାବରେ ବଙ୍ଗୋପସାଗରର ଉତ୍ତର ଉପକୂଳରେ ଘଣ୍ଟାପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିବା ସହ ସମୁଦ୍ର ଅଶାନ୍ତ ରହିବ। ତେଣୁ ଓଡ଼ିଶା ଉପକୂଳବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର କୂଳରେ ରହୁଥିବା ମତ୍ସ୍ୟଜୀବୀଙ୍କୁ ଆସନ୍ତା ୨୪ ଘଣ୍ଟା ପାଇଁ ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କରାଯାଇଛି। ଅନ୍ୟପକ୍ଷରେ ମଙ୍ଗଳବାର ତାଳଚେରରେ ସର୍ବାଧିକ ୬୦ମିମି ବର୍ଷା ହୋଇଥିବାବେଳେ ବାଲେଶ୍ୱରରେ ୨୬, ବାରିପଦାରେ ୨୫, ଚାନ୍ଦବାଲିରେ ୧୨ମିମି ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?