୧୯ ସୁଦ୍ଧା ଆଉ ଏକ ଲଘୁଚାପ: ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୬।୫(ବ୍ୟୁରୋ): ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୧୯ ତାରିଖ ସୁଦ୍ଧା ଏହି ଲଘୁଚାପ ସୃଷ୍ଟି ହେବ। ଏହା ଦିନେ କିମ୍ବା ଦୁଇଦିନ ମଧ୍ୟରେ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳକୁ ପ୍ରବେଶ କରିବ। ତା’ପରେ ତା’ର ରୂପରେଖ ଏବଂ ପରବର୍ତ୍ତୀ ପ୍ରଭାବ ସମ୍ପର୍କରେ ଜଣାପଡ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଏପଟେ ରାଜ୍ୟରେ ତାତି ଅସମ୍ଭାଳ ହେବାରେ ଲାଗିଛି। ରବିବାର ସୋନପୁର ୪୩.୩ ଡିଗ୍ରୀ ତାପମାତ୍ରା ସହ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ବଲାଙ୍ଗୀର ୪୩, ସୁନ୍ଦରଗଡ଼ ୪୩, ସମ୍ବଲପୁର ୪୨.୨, ଝାରସୁଗୁଡ଼ା ୪୧.୬, ଅନୁଗୋଳ ୪୦.୧, ହୀରାକୁଦ ୪୦.୧, ତାଳଚେର ୪୦, ଭବାନିପାଟଣା ୪୧.୫, ଟିଟିଲାଗଡ଼ ୪୨.୨, ମାଲକାନଗିରି ୪୧ ଓ ନୂଆପଡ଼ାରେ ୪୧.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ସେହିଭଳି ଭୁବନେଶ୍ୱରରେ ୩୫.୮, କଟକ ୩୫.୨ ଓ ପୁରୀରେ ୩୩.୬ ଡିଗ୍ରୀ ତାପମାତ୍ରା ରହିଥିଲା। ସୋମବାର ବିଭିନ୍ନ ଜିଲାକୁ ସ୍ବଳ୍ପ ଧରଣର ବର୍ଷା ହେବାର ସମ୍ଭାବନା ଥିବାବେଳେ କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ କଟକ ଆଦି ୯ଟି ଜିଲାରେ ଝଡ଼ତୋଫାନ ଓ ବଜ୍ରପାତ ହେବ। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କି.ମି. ରହିବ। ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ତେବେ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାକୁ ସ୍ବଳ୍ପ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବାବେଳେ ବଜ୍ରପାତ ନେଇ ପାଣିପାଗ କେନ୍ଦ୍ର ୟେଲୋ ଓ୍ବାର୍ନିଂ ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଶମ ବୋର୍ଡ ପରୀକ୍ଷା ଦେବାକୁ ଯିବା ବେଳେ କାର୍ ଦୁର୍ଘଟଣା, ଦୁଇ ପରୀକ୍ଷାର୍ଥୀ ସମେତ ୬ ଆହତ

କେନ୍ଦୁଝର,୧୭।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି । ତେବେ ସକାଳ ପ୍ରାୟ ୮ଟା୩୦…

T20 World Cup 2026: ସୁପର ୮ରେ ପ୍ରଥମେ କେଉଁ ଟିମ୍‌ ସହ ଖେଳିବ ଟିମ୍‌ ଇଣ୍ଡିଆ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୨: ଟିମ ଇଣ୍ଡିଆ ଗ୍ରୁପ ପର୍ଯ୍ୟାୟ ମ୍ୟାଚରେ ହ୍ୟାଟ୍ରିକ ବିଜୟ ସହିତ ICC T20 ବିଶ୍ୱକପ 2026ର ସୁପର ୮ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ତା’ର ତୃତୀୟ…

କବିତା ପାଠୋତ୍ସବ, ବରିଷ୍ଠ ନାଗରିକଙ୍କ ସମ୍ମାନ-ସୁରକ୍ଷା ସୁନିଶ୍ଚିତ ଲକ୍ଷ୍ୟ

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ପ୍ରଶାସନ ବରିଷ୍ଠ ନାଗରିକଙ୍କ ସମ୍ମାନ, ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟ ନେଇ ଏକ ଅଭିନବ ପ୍ରୟାସ ଇତିମଧ୍ୟରେ ଆରମ୍ଭ କରିଛି ।…

ଆଜିଠାରୁ ଆରମ୍ଭ ହେଲା ସିବିଏସଇ ଦଶମ-ଦ୍ୱାଦଶ ବୋର୍ଡ ପରୀକ୍ଷା

ନୂଆଦିଲ୍ଲୀ,୧୭।୨: ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି, ଯେଉଁଥିରେ ୪୩ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି, ପ୍ରାୟ…

ଛାତିଥରା… ପ୍ରେମିକାକୁ ହତ୍ୟା କରି ଯୌନ ସମ୍ପର୍କ ରଖିଲେ ପ୍ରେମିକ, ତନ୍ତ୍ର କରି ଆତ୍ମାକୁ କହିଲେ Sorry

ଭୋପାଳ,୧୭ା୨: ମଧ୍ୟପ୍ରଦେଶର ଇନ୍ଦୋରର ଦ୍ୱାରକାପୁରୀ ପୋଲିସ ଷ୍ଟେସନ ଅଞ୍ଚଳରେ ଜଣେ ଏମବିଏ ଛାତ୍ରୀଙ୍କ ହତ୍ୟା ମାମଲାରେ, ପୋଲିସ ଅଭିଯୁକ୍ତ ପ୍ରେମିକ ପୀୟୁଷକୁ ମୁମ୍ବାଇରୁ ଗିରଫ କରିଛି ।…

ନାବାଳିକା ବଳାତ୍କାର, ଗର୍ଭପାତ ମାମଲା: ମିଳିଲା ନବଜାତକ

ଯାଜପୁରରୋଡ଼, ୧୭ା୨(ପବିତ୍ର ରଞ୍ଜନ ମହାନ୍ତି): ଯାଜପୁରରୋଡ ଥାନା ପୋଲିସ ନାବାଳିକା ଗର୍ଭପାତ ଘଟଣାରେ ୨ ଜଣଙ୍କୁ ଗିରଫ କରିଛି। ଏହି ଘଟଣାରେ ନାବାଳିକାଙ୍କୁ ଗର୍ଭବତୀ କରିଥିବା କୋପଣ୍ଡ…

ଆଜି ବର୍ଷର ପ୍ରଥମ ସୂର୍ଯ୍ୟୋପରାଗ, ଭାରତରେ ଦୃଶ୍ୟମାନ…

ଭୁବନେଶ୍ୱର,୧୭ା୨ (ସୁଚିସ୍ମିତା ସାହୁ): ବର୍ଷର ପ୍ରଥମ ବଳୟ ସୂର୍ଯ୍ୟୋପରାଗ ମଙ୍ଗଳବାର ସଙ୍ଗଠିତ ହେବ । ଆଫ୍ରିକାର ଦକ୍ଷିଣ ପାର୍ଶ୍ୱ, ଦକ୍ଷିଣ ଆମେରିକାର ଦକ୍ଷିଣ ପାର୍ଶ୍ୱ, ପ୍ରଶାନ୍ତ ମହାସାଗର,…

ପାକିସ୍ତାନକୁ ଧୂଳି ଚଟାଇ ସ୍ବଦେଶ ଫେରିଲେ ମେନ ଇନ ବ୍ଲୁ, ଜାଣନ୍ତୁ ପରବର୍ତ୍ତି ମ୍ୟାଚ କାହା ସହ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୭।୨: ଗତ ରବିବାର (୧୫ ଫେବୃଆରୀ) କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରିଥିଲା। ପରଦିନ, ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri