୧୯ ସୁଦ୍ଧା ଆଉ ଏକ ଲଘୁଚାପ: ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୬।୫(ବ୍ୟୁରୋ): ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୧୯ ତାରିଖ ସୁଦ୍ଧା ଏହି ଲଘୁଚାପ ସୃଷ୍ଟି ହେବ। ଏହା ଦିନେ କିମ୍ବା ଦୁଇଦିନ ମଧ୍ୟରେ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳକୁ ପ୍ରବେଶ କରିବ। ତା’ପରେ ତା’ର ରୂପରେଖ ଏବଂ ପରବର୍ତ୍ତୀ ପ୍ରଭାବ ସମ୍ପର୍କରେ ଜଣାପଡ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଏପଟେ ରାଜ୍ୟରେ ତାତି ଅସମ୍ଭାଳ ହେବାରେ ଲାଗିଛି। ରବିବାର ସୋନପୁର ୪୩.୩ ଡିଗ୍ରୀ ତାପମାତ୍ରା ସହ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ବଲାଙ୍ଗୀର ୪୩, ସୁନ୍ଦରଗଡ଼ ୪୩, ସମ୍ବଲପୁର ୪୨.୨, ଝାରସୁଗୁଡ଼ା ୪୧.୬, ଅନୁଗୋଳ ୪୦.୧, ହୀରାକୁଦ ୪୦.୧, ତାଳଚେର ୪୦, ଭବାନିପାଟଣା ୪୧.୫, ଟିଟିଲାଗଡ଼ ୪୨.୨, ମାଲକାନଗିରି ୪୧ ଓ ନୂଆପଡ଼ାରେ ୪୧.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ସେହିଭଳି ଭୁବନେଶ୍ୱରରେ ୩୫.୮, କଟକ ୩୫.୨ ଓ ପୁରୀରେ ୩୩.୬ ଡିଗ୍ରୀ ତାପମାତ୍ରା ରହିଥିଲା। ସୋମବାର ବିଭିନ୍ନ ଜିଲାକୁ ସ୍ବଳ୍ପ ଧରଣର ବର୍ଷା ହେବାର ସମ୍ଭାବନା ଥିବାବେଳେ କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ କଟକ ଆଦି ୯ଟି ଜିଲାରେ ଝଡ଼ତୋଫାନ ଓ ବଜ୍ରପାତ ହେବ। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କି.ମି. ରହିବ। ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ତେବେ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାକୁ ସ୍ବଳ୍ପ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବାବେଳେ ବଜ୍ରପାତ ନେଇ ପାଣିପାଗ କେନ୍ଦ୍ର ୟେଲୋ ଓ୍ବାର୍ନିଂ ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଭୁବନେଶ୍ୱରରେ ହେବନି ବାଲିଯାତ୍ରା

ଭୁବନେଶ୍ୱର,୯।୧୧(ବ୍ୟୁରୋ): କରୋନା ପାଇଁ ଚଳିତ ବର୍ଷ ପ୍ରାୟ ସବୁ ପୂଜା ପର୍ବ ସହ ମହୋତ୍ସବ ଫିକା ପଡ଼ିଛି। ଏହାର ପ୍ରଭାବ ଭୁବନେଶ୍ୱରର ବାଲିଯାତ୍ରା ଉପରେ ମଧ୍ୟ...

ବିପିଏସ୍‌ପିଏ ଶ୍ରେଷ୍ଠ ପ୍ରଶିକ୍ଷଣ ପ୍ରତିଷ୍ଠାନ

ଭୁବନେଶ୍ୱର,୧୬।୧(ବ୍ୟୁରୋ): ଗେଜେଟେଡ୍‌ ଅଫିସର୍ସ କାଟେଗୋରିରେ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀ(ବିପିଏସ୍‌ପିଏ) ୨୦୨୦-୨୧ ବର୍ଷ ପାଇଁ ଦେଶର ସର୍ବଶ୍ରେଷ୍ଠ ପୋଲିସ ଟ୍ରେନିଂ ପ୍ରତିଷ୍ଠାନ ଭାବେ...

ଭୁବନେଶ୍ୱରରେ ଆଜି ୨୯୫ ପଜିଟିଭ ଚିହ୍ନଟ: ଚନ୍ଦକାର ଏକ ବିସ୍କୁଟ କାରଖାନାରୁ ୨୮ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୨।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଶନିବାର ୨୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରାଣ୍ଟାଇନରୁ ୧୫୩ ଜଣ ଚିହ୍ନଟ ହୋଇଥିବାବେଳେ ୧୪୨ ଲୋକାଲ କଣ୍ଟାକ୍ଟ କେସ ରହିଛି।...

ଏନ୍‌ଏବିଏଲ୍‌ ସହ ସହବନ୍ଧିତ ହେବ ସରକାରୀ ମେଡିକାଲ

କଟକ ଅଫିସ,୨୫ା୧: ଏସ୍‌ସିବି ମେଡିକାଲକୁ ବିଶ୍ୱସ୍ତରୀୟ କରିବା ନିମନ୍ତେ ତତ୍ପରତା ଜୋର ଧରିଛି। ବୁଧବାର ଭୋରରୁ ୫-ଟି ସଚିବ, ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ...

ରାଜ୍ୟରେ କରୋନାର ସଙ୍ଗିନ ସ୍ଥିତି: ଦିନକରେ ୧୩୭୯ ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ସଙ୍ଗିନ ହେବାରେ ଲାଗିଛି। ରବିବାର ରାଜ୍ୟରେ ୧୩୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।...

ଦଶମ, +୨ ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର,୧୫।୪(ବ୍ୟୁରୋ): ରାଜ୍ୟ ସରକାର ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଦଶମ ଓ ଦ୍ବାଦଶ ବୋର୍ଡ ପରୀକ୍ଷାକୁ...

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୭୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୯ା୩(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୧୭୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୬,୧୫୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି।...

ଆଶୀର୍ବାଦଙ୍କ ଜାମିନ ଆବେଦନ ପୁଣି ଖାରଜ: ଓସିଏ ନିର୍ବାଚନରେ ମତଦାନ ପାଇଁ ଚିଠି ଲେଖିଲେ

ଭୁବନେଶ୍ୱର, ୨୬।୯(ବ୍ୟୁରୋ): ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ ଠକେଇ ମାମଲାରେ ଗିରଫ ହୋଇ ବିଚାର ବିଭାଗୀୟ ଜେଲ୍‌ ହାଜତରେ ଥିବା ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ...

Advertisement
Archives

Model This Week