୯ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର,୪। ୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଅଧିକ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏଥିସହିତ ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳ ଏବଂ ଉତ୍ତର ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଆଉ ଦୁଇଟି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୬ ତାରିଖ ଯାଏ ଦକ୍ଷିଣ ଓଡ଼ିଶା ଏବଂ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ, କନ୍ଧମାଳ, ମୟୂରଭଞ୍ଜ, ଭଦ୍ରକ ଏବଂ ଯାଜପୁର ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ବାଲେଶ୍ୱର, ବଲାଙ୍ଗୀର ଏବଂ ବୌଦ୍ଧ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଏଲୋଓ୍ବାର୍ନିଂ ଜାରି କରାଯାଇଛି।
୪ ତାରିଖରେ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ଯାଜପୁର, ଅନୁଗୋଳ, ବୌଦ୍ଧ, ଢେଙ୍କାନାଳ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ କନ୍ଧମାଳ, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଏବଂ କଟକ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୫ତାରିଖରେ ନୂଆପଡ଼ା, ବଲାଙ୍ଗୀର, ଅନୁଗୋଳ ଏବଂ କେନ୍ଦୁଝର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୬ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର ଏବଂ ନବରଙ୍ଗପୁର ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଏଲୋଓ୍ବାର୍ନିଂ ଜାରି କରାଯାଇଛି। ଦୁଇଦିନ ବର୍ଷିବା ପରେ ୬ ତାରିଖଠାରୁ ବର୍ଷା ପରିମାଣ ହ୍ରାସ ପାଇବ। ତେବେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୯ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri