ଭୁବନେଶ୍ୱର,୧୦ । ୧୦(ବ୍ୟୁରୋ): ରାଜ୍ୟରୁ ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରତ୍ୟାବର୍ତ୍ତନ ବିଳମ୍ବ ହେବ। ସ୍ବାଭାବିକ ଭାବେ ଅକ୍ଟୋବର ଦ୍ୱିତୀୟ ସପ୍ତାହ ବେଳକୁ ମୌସୁମୀ ଓଡ଼ିଶାରୁ ଅପସରି ଯାଇଥାଏ। ଲଗାତର ଲଘୁଚାପ ସୃଷ୍ଟି ହେଉଥିବାରୁ ଏହି ପ୍ରକ୍ରିୟା ବିଳମ୍ବିତ ହେଉଛି। ତେଣୁ ଚଳିତ ମାସ ଶେଷ ସପ୍ତାହରେ ମୌସୁମୀ ଓଡ଼ିଶା ଛାଡ଼ିବ ବୋଲି ଅନୁମାନ କରାଯାଉଛି।
ଅନ୍ୟପଟେ ଆଣ୍ଡାମାନ ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଶୁକ୍ରବାର ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଏହା ୧୦ ତାରିଖ ସକାଳ ସୁଦ୍ଧା ଅବପାତ (ଡିପ୍ରେସନ)ରେ ପରିଣତ ହେବାର ସମ୍ଭାବନା ରହିଛି। ଆସନ୍ତା ୧୧ ତାରିଖ ସନ୍ଧ୍ୟାରେ ଉତ୍ତର ଆନ୍ଧ୍ର ପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ଦେଇ ଏହା ସ୍ଥଳଭାଗ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ଏହି ଲଘୁଚାପ ପରେ ୧୮ ତାରିଖରେ ଆଣ୍ଡାମାନ ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ସମ୍ଭାବ୍ୟ ଲଘୁଚାପ ଅଧିକ ଘନୀଭୂତ ହୋଇ ବାତ୍ୟା ରୂପ ନେବ କି ନାହିଁ ତାହା ଆସନ୍ତା ୧୩ ତାରିଖ ବେଳକୁ ଜଣାପଡ଼ିବ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି।
ଅପରପକ୍ଷେ ୯ ତାରିଖରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ୧୧ ତାରିଖରେ ଗଜପତି, ଗଞ୍ଜାମ, କୋରାପୁଟ, ରାୟଗଡ଼ା ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଅଧିକ ବର୍ଷା ସମ୍ଭାବନା ଥିବା ମାଲକାନଗରି, କନ୍ଧମାଳ, ଖୋର୍ଦ୍ଧା, ଜଗତ୍ସିଂହପୁର ଏବଂ ନୟାଗଡ଼ ଜିଲା ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୧୨ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ପୁରୀ ଏବଂ ଗଜପତି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରିଛି। ସେହିପରି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଜଗତ୍ସିଂହପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଜିଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଅବପାତ ଯୋଗୁ ଉପକୂଳରେ ଘଣ୍ଟାକୁ ୪୫ରୁ ୫୫ କି.ମି ବେଗରେ ପବନ ବହିପାରେ। ତେଣୁ ସମୁଦ୍ରକୁ ଯାଇଥିବା ମତ୍ସ୍ୟଜୀବୀଙ୍କୁ ଆସନ୍ତା ୧୦ ତାରିଖ ପୂର୍ବରୁ ଫେରିଆସିବାକୁ ପରାମର୍ଶ ଦିଆଯାଇଛି। ଲଘୁଚାପକୁ ଦୃଷ୍ଟିରେ ରଖି ଜିଲାପାଳଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ରାଜ୍ୟରେ ପାଗ ଶୁଖିଲା ରହିଛି। ଆସନ୍ତା ୧୧ ତାରିଖ ଯାଏ ଏପରି ପାଗ ରହିବ। ଗତ ୨୪ ଘଣ୍ଟା ମଧ୍ୟରେ କେବଳ ଚାନ୍ଦବାଲିରେ ୫.୪ ମିଲିମିଟର ବର୍ଷା ହୋଇଥିବା ଜଣାପଡ଼ିଛି।
କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର
ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...
ବାମଣ୍ଡା କପ୍ କ୍ରିକେଟ୍: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ
ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...
ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ
ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...
ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍ରେ ବ୍ରହ୍ମପୁର ବିଜୟୀ
ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...
ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ
କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...
ୟୁକ୍ରେନ୍କୁ ବଡ଼ ଚେତାବନୀ ଦେଲେ ପୁଟିନ୍
ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କୁ ଫ୍ଲୋରିଡ଼ାରେ...
ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ
ନୂଆଦିଲ୍ଲୀ,୨୮ା୧୨: ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...
ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା
ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...
Archives


