ଭୁବନେଶ୍ୱର,୧୦ । ୧୦(ବ୍ୟୁରୋ): ରାଜ୍ୟରୁ ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରତ୍ୟାବର୍ତ୍ତନ ବିଳମ୍ବ ହେବ। ସ୍ବାଭାବିକ ଭାବେ ଅକ୍ଟୋବର ଦ୍ୱିତୀୟ ସପ୍ତାହ ବେଳକୁ ମୌସୁମୀ ଓଡ଼ିଶାରୁ ଅପସରି ଯାଇଥାଏ। ଲଗାତର ଲଘୁଚାପ ସୃଷ୍ଟି ହେଉଥିବାରୁ ଏହି ପ୍ରକ୍ରିୟା ବିଳମ୍ବିତ ହେଉଛି। ତେଣୁ ଚଳିତ ମାସ ଶେଷ ସପ୍ତାହରେ ମୌସୁମୀ ଓଡ଼ିଶା ଛାଡ଼ିବ ବୋଲି ଅନୁମାନ କରାଯାଉଛି।
ଅନ୍ୟପଟେ ଆଣ୍ଡାମାନ ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଶୁକ୍ରବାର ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଏହା ୧୦ ତାରିଖ ସକାଳ ସୁଦ୍ଧା ଅବପାତ (ଡିପ୍ରେସନ)ରେ ପରିଣତ ହେବାର ସମ୍ଭାବନା ରହିଛି। ଆସନ୍ତା ୧୧ ତାରିଖ ସନ୍ଧ୍ୟାରେ ଉତ୍ତର ଆନ୍ଧ୍ର ପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ଦେଇ ଏହା ସ୍ଥଳଭାଗ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ଏହି ଲଘୁଚାପ ପରେ ୧୮ ତାରିଖରେ ଆଣ୍ଡାମାନ ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ସମ୍ଭାବ୍ୟ ଲଘୁଚାପ ଅଧିକ ଘନୀଭୂତ ହୋଇ ବାତ୍ୟା ରୂପ ନେବ କି ନାହିଁ ତାହା ଆସନ୍ତା ୧୩ ତାରିଖ ବେଳକୁ ଜଣାପଡ଼ିବ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି।
ଅପରପକ୍ଷେ ୯ ତାରିଖରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ୧୧ ତାରିଖରେ ଗଜପତି, ଗଞ୍ଜାମ, କୋରାପୁଟ, ରାୟଗଡ଼ା ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଅଧିକ ବର୍ଷା ସମ୍ଭାବନା ଥିବା ମାଲକାନଗରି, କନ୍ଧମାଳ, ଖୋର୍ଦ୍ଧା, ଜଗତ୍ସିଂହପୁର ଏବଂ ନୟାଗଡ଼ ଜିଲା ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୧୨ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ପୁରୀ ଏବଂ ଗଜପତି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରିଛି। ସେହିପରି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଜଗତ୍ସିଂହପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଜିଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଅବପାତ ଯୋଗୁ ଉପକୂଳରେ ଘଣ୍ଟାକୁ ୪୫ରୁ ୫୫ କି.ମି ବେଗରେ ପବନ ବହିପାରେ। ତେଣୁ ସମୁଦ୍ରକୁ ଯାଇଥିବା ମତ୍ସ୍ୟଜୀବୀଙ୍କୁ ଆସନ୍ତା ୧୦ ତାରିଖ ପୂର୍ବରୁ ଫେରିଆସିବାକୁ ପରାମର୍ଶ ଦିଆଯାଇଛି। ଲଘୁଚାପକୁ ଦୃଷ୍ଟିରେ ରଖି ଜିଲାପାଳଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ରାଜ୍ୟରେ ପାଗ ଶୁଖିଲା ରହିଛି। ଆସନ୍ତା ୧୧ ତାରିଖ ଯାଏ ଏପରି ପାଗ ରହିବ। ଗତ ୨୪ ଘଣ୍ଟା ମଧ୍ୟରେ କେବଳ ଚାନ୍ଦବାଲିରେ ୫.୪ ମିଲିମିଟର ବର୍ଷା ହୋଇଥିବା ଜଣାପଡ଼ିଛି।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

