୧୭ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ଆସନ୍ତା ୧୭ ତାରିଖରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଅବପାତରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଲଘୁଚାପ ଘନୀଭୂତ ହୋଇ ଆସନ୍ତା ୧୮ ତାରିଖରେ ଏହା ଆନ୍ଧ୍ର ଉପକୂଳରେ ପହଞ୍ଚିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୭ ଓ ୧୮ ତାରିଖରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ୧୭ରୁ ୧୯ ତାରିଖ ମଧ୍ୟରେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏ ନେଇ ପାଣିପାଗ ବିଭାଗ ୟେଲୋ ୱାର୍ନିଂ ଜାରି କରିଛି। ଲଘୁଚାପ ପ୍ରଭାବରେ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ରବିବାର ଦକ୍ଷିଣ ଆଣ୍ଡାମାନ ସଂଲଗ୍ନ ଥାଇଲାଣ୍ଡ ଉପକୂଳରେ ସକ୍ରିୟ ଥିବା ଲଘୁଚାପ ସୋମବାର ସାମାନ୍ୟ ପଶ୍ଚିମ-ଉତ୍ତର ଓ ପଶ୍ଚିମ ଦିଗରେ ଗତି କରି କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସକ୍ରିୟ ରହିଛି। ଏଥିସହିତ ଓଡ଼ିଶା ଉପକୂଳରେ ୫.୮ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଛି। ଆଗାମୀ ୨୪ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତର ଓ ପଶ୍ଚିମ ଦିଗରେ ଗତି କରିବ ଏବଂ ଉତ୍ତର ଆଣ୍ଡାମାନ ସାଗର ଏବଂ ଦକ୍ଷିଣ-ପୂର୍ବ ଆଣ୍ଡାମାନ ସାଗରରେ ପହଞ୍ଚିଲା ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଲଘୁଚାପ ଏବଂ ଓଡ଼ିଶା ଉପରେ ଥିବା ଟ୍ରପ୍‌ ଲାଇନ ପ୍ରଭାବରେ ଗତ କିଛି ଦିନ ହେବ ଆକାଶ ମେଘାଚ୍ଛନ୍ନ ରହିବା ସହ କେତେକ ସ୍ଥାନରେ ବର୍ଷା ମଧ୍ୟ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri