୧୭ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ଆସନ୍ତା ୧୭ ତାରିଖରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଅବପାତରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଲଘୁଚାପ ଘନୀଭୂତ ହୋଇ ଆସନ୍ତା ୧୮ ତାରିଖରେ ଏହା ଆନ୍ଧ୍ର ଉପକୂଳରେ ପହଞ୍ଚିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୭ ଓ ୧୮ ତାରିଖରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ୧୭ରୁ ୧୯ ତାରିଖ ମଧ୍ୟରେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏ ନେଇ ପାଣିପାଗ ବିଭାଗ ୟେଲୋ ୱାର୍ନିଂ ଜାରି କରିଛି। ଲଘୁଚାପ ପ୍ରଭାବରେ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ରବିବାର ଦକ୍ଷିଣ ଆଣ୍ଡାମାନ ସଂଲଗ୍ନ ଥାଇଲାଣ୍ଡ ଉପକୂଳରେ ସକ୍ରିୟ ଥିବା ଲଘୁଚାପ ସୋମବାର ସାମାନ୍ୟ ପଶ୍ଚିମ-ଉତ୍ତର ଓ ପଶ୍ଚିମ ଦିଗରେ ଗତି କରି କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସକ୍ରିୟ ରହିଛି। ଏଥିସହିତ ଓଡ଼ିଶା ଉପକୂଳରେ ୫.୮ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଛି। ଆଗାମୀ ୨୪ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତର ଓ ପଶ୍ଚିମ ଦିଗରେ ଗତି କରିବ ଏବଂ ଉତ୍ତର ଆଣ୍ଡାମାନ ସାଗର ଏବଂ ଦକ୍ଷିଣ-ପୂର୍ବ ଆଣ୍ଡାମାନ ସାଗରରେ ପହଞ୍ଚିଲା ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଲଘୁଚାପ ଏବଂ ଓଡ଼ିଶା ଉପରେ ଥିବା ଟ୍ରପ୍‌ ଲାଇନ ପ୍ରଭାବରେ ଗତ କିଛି ଦିନ ହେବ ଆକାଶ ମେଘାଚ୍ଛନ୍ନ ରହିବା ସହ କେତେକ ସ୍ଥାନରେ ବର୍ଷା ମଧ୍ୟ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ଟଙ୍କା କମାଇବାରେ ଧୁରନ୍ଧର ଏହି ୪ ରାଶି, କୁବେରଙ୍କ ଭଳି ଖଟାନ୍ତି ମୁଣ୍ଡ…

ଆପଣ ମଧ୍ୟ ବୋଧହୁଏ ଲକ୍ଷ୍ୟ କରିଥିବେ ଯେ କିଛି ଲୋକ ଯେକୌଣସି କାମରେ ହାତ ଦିଅନ୍ତୁ ନା କାହିଁକି, ସେଥିରେ ସଫଳତା ଓ ପ୍ରଚୁର ଟଙ୍କା ଅର୍ଜନ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri