ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ: ୨୪ରୁ ବଡ଼ ବର୍ଷା, ବନ୍ୟା ଆଶଙ୍କା

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଦାନା ବାନ୍ଧୁଛି। ଆସନ୍ତା ୨୪ରେ ଏହା ଲଘୁଚାପରେ ପରିଣତ ହେବା ଯୋଗୁ ୨୭ ତାରିଖ ଯାଏ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଲଘୁଚାପ ଯୋଗୁ ମହାନଦୀ, ବ୍ରାହ୍ମଣୀ, ବୈତରଣୀ, ବୁଢାବଳଙ୍ଗ, ସୁବର୍ଣ୍ଣରେଖା ନଦୀରେ ବନ୍ୟା ହୋଇପାରେ। ଗତ ୧୮ ତାରିଖରେ ହୋଇଥିବା ଲଘୁଚାପ ଯୋଗୁ ବଡ଼ ଓ ଶାଖା ନଦୀଗୁଡିକରେ ବନ୍ୟା ପାଣି ପ୍ରବାହିତ ହେଉଛି। ତେଣୁ ୨୪ ତାରିଖର ଲଘୁଚାପ ସ୍ଥିତିକୁ ଆହୁରି ବିଗାଡ଼ିବ ବୋଲି ଆଶଙ୍କା କରାଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, ୨୪ ତାରିଖ ରାତିରୁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁରୁ, କଟକ, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ ଏବଂ ଢେଙ୍କାନାଳ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ସୁନ୍ଦରଗଡ଼, ଦେବଗଡ଼, କଳାହାଣ୍ଡି, ଏବଂ କନ୍ଧମାଳ ଜିଲାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଏଲୋ ଓ୍ବାର୍ନିଂ ଜାରି କରାଯାଇଛି। ୨୫ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ଏବଂ ସୁନ୍ଦରଗଡ଼ ଜିଲାରେ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ପୁରୀ, ଖୋର୍ଦ୍ଧା, ସୁବର୍ଣ୍ଣପୁର, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ଝାରସୁଗୁଡ଼ା ଏବଂ ବରଗଡ଼ ଜିଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଅଗଷ୍ଟ ୨୬ରେ ଲଘୁଚାପ ଯୋଗୁ ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ବରଗଡ଼, ବଲାଙ୍ଗୀର, ସୁବର୍ଣ୍ଣପୁର, କଳାହାଣ୍ଡି, ନବରଙ୍ଗପୁର, କେନ୍ଦୁଝର, ନୂଆପଡ଼ା ଏବଂ ବୌଦ୍ଧ ଜିଲାରେ ଅତି ପ୍ରବଳ ବର୍ଷା ହୋଇପାରେ। ସେହିଦିନ ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ମାଲକାନଗିରି, କୋରାପୁଟ, କନ୍ଧମାଳ ଜିଲାରେ ପ୍ରବଳ ବର୍ଷା ହେବ ସମ୍ଭାବନା ରହିଛି। ୨୭ ତାରିଖରେ ମଧ୍ୟ ଏହି ସବୁ ଜିଲାରେ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି। ଲଘୁଚାପ ଯୋଗୁ ଉପକୂଳରେ ଘଣ୍ଟାକୁ ୪୫ରୁ ୫୫ କି.ମି. ବେଗରେ ପବନ ବହିପାରେ। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଓ ୨୭ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କକୁ ସତର୍କ କରାଯାଇଛି। ସ୍ଥିତି ଉପରେ କଡ଼ା ନଜର ରଖିବା ପାଇଁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଜିଲାର କେତେକ ସ୍ଥାନରେ ବର୍ଷା ହୋଇପାରେ।

ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର ଜିଲାର ତେଲକୋଇରେ ୧୨ ସେଣ୍ଟିମିଟର ବର୍ଷା ହୋଇଥିବାବେଳେ ଅନୁଗୋଳର ପାଲଲହଡ଼ାରେ ୫, କୋରାପୁଟର ଲମତାପୁଟରେ ୫, ସୁନ୍ଦରଗଡ଼ର ଟେନ୍‌ସାରେ ୫, ମାଲକାନଗିରିରେ ୪, ଦେବଗଡ଼ର ରିଆମାଳରେ ୩, ବାରକୋଟରେ ୩, ସୁନ୍ଦରଗଡ଼ର ବାଲିଶଙ୍କରାରେ ୨ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

ଶ୍ରୀମୟୀଙ୍କ ପୋଷ୍ଟକୁ ନେଇ କଡ଼ା କାଉଣ୍ଟର କଲେ ସ୍ନେହାଙ୍ଗିନୀ: ରାଜ୍ୟ ରାଜନୀତିରେ ହଇଚଇ 

ଭୁବନେଶ୍ୱର,୨୩।୧୨: ଶଙ୍ଖ ଭବନରେ ମହିଳା ନେତ୍ରୀଙ୍କ ବୈଠକ ପରେ ବିଜେଡିରେ ସୁଜାତା ଏଣ୍ଟ୍ରି କଲେ କି ପ୍ରଶ୍ନରେ ଉତ୍ତର ରଖିଲେ ସ୍ନେହାଙ୍ଗିନୀଙ୍କ ଛୁରିଆ। ସେ କହିଛନ୍ତି,ନବୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri