ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ: ୨୪ରୁ ବଡ଼ ବର୍ଷା, ବନ୍ୟା ଆଶଙ୍କା

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଦାନା ବାନ୍ଧୁଛି। ଆସନ୍ତା ୨୪ରେ ଏହା ଲଘୁଚାପରେ ପରିଣତ ହେବା ଯୋଗୁ ୨୭ ତାରିଖ ଯାଏ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଲଘୁଚାପ ଯୋଗୁ ମହାନଦୀ, ବ୍ରାହ୍ମଣୀ, ବୈତରଣୀ, ବୁଢାବଳଙ୍ଗ, ସୁବର୍ଣ୍ଣରେଖା ନଦୀରେ ବନ୍ୟା ହୋଇପାରେ। ଗତ ୧୮ ତାରିଖରେ ହୋଇଥିବା ଲଘୁଚାପ ଯୋଗୁ ବଡ଼ ଓ ଶାଖା ନଦୀଗୁଡିକରେ ବନ୍ୟା ପାଣି ପ୍ରବାହିତ ହେଉଛି। ତେଣୁ ୨୪ ତାରିଖର ଲଘୁଚାପ ସ୍ଥିତିକୁ ଆହୁରି ବିଗାଡ଼ିବ ବୋଲି ଆଶଙ୍କା କରାଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, ୨୪ ତାରିଖ ରାତିରୁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁରୁ, କଟକ, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ ଏବଂ ଢେଙ୍କାନାଳ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ସୁନ୍ଦରଗଡ଼, ଦେବଗଡ଼, କଳାହାଣ୍ଡି, ଏବଂ କନ୍ଧମାଳ ଜିଲାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଏଲୋ ଓ୍ବାର୍ନିଂ ଜାରି କରାଯାଇଛି। ୨୫ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ଏବଂ ସୁନ୍ଦରଗଡ଼ ଜିଲାରେ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ପୁରୀ, ଖୋର୍ଦ୍ଧା, ସୁବର୍ଣ୍ଣପୁର, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ଝାରସୁଗୁଡ଼ା ଏବଂ ବରଗଡ଼ ଜିଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଅଗଷ୍ଟ ୨୬ରେ ଲଘୁଚାପ ଯୋଗୁ ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ବରଗଡ଼, ବଲାଙ୍ଗୀର, ସୁବର୍ଣ୍ଣପୁର, କଳାହାଣ୍ଡି, ନବରଙ୍ଗପୁର, କେନ୍ଦୁଝର, ନୂଆପଡ଼ା ଏବଂ ବୌଦ୍ଧ ଜିଲାରେ ଅତି ପ୍ରବଳ ବର୍ଷା ହୋଇପାରେ। ସେହିଦିନ ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ମାଲକାନଗିରି, କୋରାପୁଟ, କନ୍ଧମାଳ ଜିଲାରେ ପ୍ରବଳ ବର୍ଷା ହେବ ସମ୍ଭାବନା ରହିଛି। ୨୭ ତାରିଖରେ ମଧ୍ୟ ଏହି ସବୁ ଜିଲାରେ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି। ଲଘୁଚାପ ଯୋଗୁ ଉପକୂଳରେ ଘଣ୍ଟାକୁ ୪୫ରୁ ୫୫ କି.ମି. ବେଗରେ ପବନ ବହିପାରେ। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଓ ୨୭ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କକୁ ସତର୍କ କରାଯାଇଛି। ସ୍ଥିତି ଉପରେ କଡ଼ା ନଜର ରଖିବା ପାଇଁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଜିଲାର କେତେକ ସ୍ଥାନରେ ବର୍ଷା ହୋଇପାରେ।

ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର ଜିଲାର ତେଲକୋଇରେ ୧୨ ସେଣ୍ଟିମିଟର ବର୍ଷା ହୋଇଥିବାବେଳେ ଅନୁଗୋଳର ପାଲଲହଡ଼ାରେ ୫, କୋରାପୁଟର ଲମତାପୁଟରେ ୫, ସୁନ୍ଦରଗଡ଼ର ଟେନ୍‌ସାରେ ୫, ମାଲକାନଗିରିରେ ୪, ଦେବଗଡ଼ର ରିଆମାଳରେ ୩, ବାରକୋଟରେ ୩, ସୁନ୍ଦରଗଡ଼ର ବାଲିଶଙ୍କରାରେ ୨ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….

ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

PoKରେ ବଡ଼ ନାଟକ: ନିର୍ବାଚନ ହାରିଥିବା ନେତା ହେଲେ ନୂଆ PM! ନୱାଜଙ୍କ ଏକଚାଟିଆ ନିଷ୍ପତ୍ତିକୁ ନେଇ ହଙ୍ଗାମା

ଇସଲାମାବାଦ,୨୮।୮: ପାକିସ୍ତାନ ଅଧିକୃତ କାଶ୍ମୀର (PoK) ସାଧାରଣ ନିର୍ବାଚନ ପରେ ଏବେ ପ୍ରଧାନମନ୍ତ୍ରୀ ପଦକୁ ନେଇ ପାକିସ୍ତାନ ମୁସଲିମ୍ ଲିଗ୍-ନୱାଜ (PML-N) ଭିତରେ ଗୃହଯୁଦ୍ଧ ଓ ନାଟକୀୟ…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri