ସୃଷ୍ଟି ହେଲା ଆଉ ଏକ ଲଘୁଚାପ: ୪ ଦିନ ବର୍ଷା ସମ୍ଭାବନା, ୧୨ ଜିଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର,୨୪।୧୦: ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଶୁକ୍ରବାର ଦକ୍ଷିଣ ପୂର୍ବ ତଥା ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଏହି ଲଘୁଚାପ କ୍ଷେତ୍ରଟି ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ ଏବଂ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଏହି ଲଘୁଚାପର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୪ ଦିନ ଧରି ବର୍ଷା ହେବାର ଆକଳନ କରାଯାଇଛି।

ଶୁକ୍ରବାର ପାଇଁ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଓ ନୟାଗଡ଼ ସମେତ ୧୨ଟି ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବାବେଳେ, ସୁନ୍ଦରଗଡ଼ ଜିଲାର କିଛି ସ୍ଥାନରେ ହାଲୁକା କୁହୁଡ଼ି ଦେଖାଯାଇଛି। ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲାଗୁଡ଼ିକରେ ତାପମାତ୍ରାରେ ମଧ୍ୟ ଉଲ୍ଲେଖନୀୟ ବୃଦ୍ଧି ପରିଲକ୍ଷିତ ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …

ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ।…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

ଆଧାରକାର୍ଡ କରିଦେବେ କହି ଦିବ୍ୟାଙ୍ଗଙ୍କ ନାଁରେ ଲୋନ କରି କିଣିନେଲେ ଗାଡ଼ି, ସରକାରୀ ସାହାଯ୍ୟ ଦେବା ଆଶାରେ…

ଧର୍ମଶାଳା,୩୦।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚାନ୍ଦପୁର ଗ୍ରାମର ଅନଗ୍ରସର ବ୍ୟକ୍ତି ଦୁର୍ଯ୍ୟୋଧନ ମଳିକ ଠକାମିର ଶିକାର ହୋଇଥିବା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ…

ସ୍କୁଲରେ ଝିଅମାନଙ୍କ ପାଇଁ ଅଲଗା ଶୌଚାଳୟ, ସାନିଟାରୀ ପ୍ୟାଡ ରହିବା ଜରୁରୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୧: ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ…

କାର୍‌ ରେସିଂର କରୁଣ ପରିଣତି: ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କାଦେଇ ବାଇକ୍‌, ସ୍କୁଟି ଉପରକୁ ମାଡ଼ିଗଲା କାର୍‌

ସମ୍ବଲପୁର,୨୪୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ବଜାର ଛକରେ ଶୁକ୍ରବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର(ନଂ.ଓଡି୧୫ଇ-୫୩୫୪) ଦ୍ରୁତଗତିରେ ଆସି ଅଇଁଠାପାଲି ଦୈନିକ ବଜାର ଛକ ରାସ୍ତା…

ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ,ଟିସ୍ୟୁ ପେପରରେ ଏମିତି ଲେଖା ଦେଖି..

ନୂଆଦିଲ୍ଲୀ,୩୦ା୧: ବିମାନ କମ୍ପାନୀଗୁଡ଼ିକ ବାରମ୍ବାର ବୋମା  ଏବଂ ଅପହରଣ ଧମକ ପାଉଛନ୍ତି। ଏହି ସମୟରେ ଶୁକ୍ରବାର କୁଏତ୍‌ରୁ ଦିଲ୍ଲୀ ଆସୁଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ପକାଇ…

ଖରାଦିନ ଆରମ୍ଭରୁ ସମସ୍ୟା: ୧୦ ହଜାରରୁ ଊର୍ଦ୍ଧ୍ୱ ଟ୍ୟୁବ୍‌ୱେଲରୁ ବାହାରୁଛି ଲୁଣାପାଣି

କେନ୍ଦ୍ରାପଡ଼ା,୩୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୯ଟି ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ଅବଧି ବହୁ ପୂର୍ବରୁ ସରିଛି। ମାତ୍ର ଗୋଟିଏ ବି ପ୍ରକଳ୍ପ ଅଦ୍ୟାବଧି ସମ୍ପୂର୍ଣ୍ଣ…

BJB ହଷ୍ଟେଲ ଖାଦ୍ୟରେ ପୋକ: ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ

ଭୁବନେଶ୍ୱର, ୩୦।୧: BJB ଯୁକ୍ତ ଦୁଇ କଲେଜ ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ। ଏକାଧିକ ବାର ହଷ୍ଟେଲ ଖାଦ୍ୟରୁ ପୋକ ବାହାରୁଥିବା ଅଭିଯୋଗ ହୋଇଛି । ହଷ୍ଟେଲ ଅଧୀକ୍ଷକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri